Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଆର୍ଥିକ ଅନଟନକୁ ବନ୍ଧୁ ଦୂରେଇବାର ପ୍ରତିଶ୍ରୁତି ଦେବେ। କର୍ମକ୍ଷେତ୍ରର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ବୃଷ
ବୃଷ

ଆଜି ଭାଇ,ବନ୍ଧୁ ଓ ନିଜ ଲୋକମାନଙ୍କୁ ମନେଇବାରେ ସଫଳ ହେବେ, ଯାହାକି ଆଗାମୀ ସମୟ ପାଇଁ କାମରେ ଆସିବ। ଅଫିସରେ କେତେକ ଅଟକି ରହିଥିବା ଫାଇଲ୍‌ କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ।

ମିଥୁନ
ମିଥୁନ
ଅଯାଚିତ ଭାବେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ଓ ହାତକୁ ନେଇଥିବା କାମ ହାସଲରେ ସମର୍ଥ ହେବେ। ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ପାରିବାରିକ ଅସ୍ଥିରତା ଲାଗିରହିବା ଯୋଗୁ ବ୍ୟବସାୟ ସାଙ୍ଗକୁ ଆର୍ଥିକ ସ୍ଥିତି ପୂର୍ବପରି ରହିବ।
କର୍କଟ
କର୍କଟ
ଭୁଲ୍‌ ବୁଝାମଣା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ଏବଂ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ଶେୟାର ବଜାର,ପ୍ଲଟିଙ୍ଗ୍‌ କାରବାର କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ, ଅନ୍ୟଥା ସମସ୍ୟା ଭିତରକୁ ଯାଇପାରନ୍ତି।
ସି˚ହ
ସି˚ହ
କୌଣସି ବ୍ୟକ୍ତି ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ ମରମ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ। କର୍ମକ୍ଷେତ୍ରରେ ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
କନ୍ୟା
ବନ୍ଧୁଗହଣରେ ହସଖୁସିର ସହ ଆଲୋଚନାରେ ସମୟ କଟାଇବେ ଓ ଯାହା ଆଶା କରୁଛନ୍ତି ତାହା ଅବଶ୍ୟ ପାଇବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ବଢ଼ି ବଢ଼ି ଯାଉଥିବାରୁ ଦୁର୍ଭାବନା ବଢ଼ିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ବନ୍ଧୁମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇବେ।
ତୁଳା
ତୁଳା
ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଦୀର୍ଘଦିନରୁ ନେଇଥିବା ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିବ। ଭୁଲ୍‌ ବୁଝାମଣା ଓ ଜିଦ୍‌ଖୋର କାରଣରୁ ପରିବହନରେ ଝଗଡ଼ା ଲାଗିପାରେ।
ବିଛା
ବିଛା
କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ ଏବଂ ପାରିବାରିକ ସ୍ଥିତି ଭଲ ରହିବ। ଅର୍ଥସଂକଟ କାରଣରୁ କେତେକ କାମ ଅଟକି ରହିଯାଇପାରେ। ପରୋକ୍ଷ ଶତ୍ରୁତା ଚେଷ୍ଟା କରୁଥିବା କାମକୁ ପ୍ରତିହତ କରିପାରେ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସନ୍ତୋଷଜନକ ହୋଇ ନ ପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରହନ୍ତୁ ନତୁବା ଅନର୍ଥ ଅବଶ୍ୟମ୍ଭାବୀ। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ,ତଥାପି ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହୋଇପାରନ୍ତି। କୈାଣସି ଯୁକ୍ତିତର୍କ କାରଣରୁ ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ। ଘରେ ସ୍ତ୍ରୀଙ୍କ ଚିଡା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି।
ମକର
ମକର

ପଡୋଶୀଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ରକରି ଆକସ୍ମିକ କଳହ ସୃଷ୍ଟି ହେବାର ସୂଚନା ରହିଛି। ଖଳ ଲୋକ ମାନଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। କର୍ମକ୍ଷେତରେ ବିଗତ ଦିନ ମାନଙ୍କର ଘଟଣା ଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ।

କୁମ୍ଭ
କୁମ୍ଭ
ଆଜି ବନ୍ଧୁ ମାନଙ୍କ ସହ କୈାଣସି ଗୁରୁ୍‌ତ୍ୱପୂର୍ଣ୍ଣ ବିଷୟୟକୁ ନେଇ ଆଳାପ ଆଲୋଚନାରେ ସମୟ କଟାଇବେ। ଅପରାହ୍ନ ସମୟରେ ଭଲ ସମ୍ପର୍କ ନଥିବା ବ୍ୟ୍ୟକ୍ତିଙ୍କ ଦ୍ୱାରା ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ଥି ଅନୁଭବ କରିପାରନ୍ତି।
ମୀନମୀନ

ଉଦ୍ୟମ ସଫଳ ଦିଗରେ ଦୁଇଜଣ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିପାରନ୍ତି। କଚେରୀମାମଲା,ପ୍ରଶାସନିକ ଆଲୋଚନା,ରାଜନୈତିକ ବିତର୍କ,ସାହିତ୍ୟ ସମାଲୋଚନା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଆଜି ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri