Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ
ଏକାଦଶସ୍ଥ ଚନ୍ଦ୍ର ଯୋଗୁ ଯାହା ଚାହୁଁଛନ୍ତି ତାହା ନିଶ୍ଚିତ ପାଇବେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ସହକର୍ମୀ କିମ୍ବା ନିକଟ ସମ୍ପର୍କୀୟମାନଙ୍କ ମନରେ ଦୁଃଖ ଦେଇପାରେ। ପୁରାତନ ରୋଗପୀଡା ଯୋଗୁଁ ମାନସିକ ସୁସ୍ଥତା ହରାଇପାରନ୍ତି। ଫେରନ୍ତା ବାଟରେ ଜଣେ ନିଚ ଜାତିର ଲୋକମାନେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି।
ବୃଷ
ବୃଷ

ଉପଚୟ ସ୍ଥାନରେ ଶୁକ୍ରଥିବାରୁ ଆଜକୁ କେତେ ଦିନ ହେଲା ଭଲ ଲାଗୁ ନ ଥିବା ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଅଯାଚିତ ଭାବେ ପାଖ ଲୋକ ମାନଙ୍କ ସହାୟତା ପାଇବେ, ଯାହାକି ବହୁତ କାମକୁ ଆସିବ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି।

ମିଥୁନ
ମିଥୁନ
ଦୁଃସ୍ଥାନରେ ବକ୍ରୀ ଶନିଙ୍କ ଯୋଗୁଁ ଯେତେ ଚେଷ୍ଟା କଲେ ମଧ୍ୟ ସମସ୍ୟା ସୁଧୁରିବା କଷ୍ଟକର ହୋଇପଡିବ। ଅଧିକାଂଶ ସମୟରେ ଭାବପ୍ରବଣତା ବୃଦ୍ଧି ପାଇବ, ଯାହା କି ଅଶାନ୍ତିର ହେତୁ ସ୍ବରୂପ ହେବ। ପାରିବାରିିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ରହିବ। ବିଚାର ଶୈଳୀକୁ ପଡୋଶୀମାନେ ଭୁରିଭୁରି ପ୍ରଶଂସା କରିପାରନ୍ତି।
କର୍କଟ
କର୍କଟ
ଶନି ଓ ଶୁକ୍ରଙ୍କ ପ୍ରତ୍ୟକ୍ଷଦୃଷ୍ଟି ଜନିତ ନିଜର ଅବହେଳା ହେତୁକ କେତେକ କାମ ଅଟକି ରହିଯିବ। ସ୍ବାର୍ଥସାଧନରେ ନିରାଶ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ଅଫିସରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ। ଆଲୋଚନା କାଳରେ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବନ୍ଧୁ ଅଭିମାନ କରିପାରନ୍ତି।
ସି˚ହ
ସି˚ହ
ସ୍ବଗୃହକୁ ମଙ୍ଗଳଙ୍କ ଦୃଷ୍ଟି ହେତୁ ପରିବାରରେ ଭୁଲ୍‌ ବୁଝାମଣା ଦୂର ହୋଇ ଶାନ୍ତି ଫେରି ଆସିବ। କାମଟିକୁ ଶେଷ କରିବା ପାଇଁ ବ୍ୟସ୍ତ ହୋଇପଡିବେ ସିନା କାମଟି ସମ୍ପୂର୍ଣ୍ଣ ହେବା ସହଜସାଧ୍ୟ ନ ହୋଇପାରେ। ଗବେଷଣା, ଅନୁସନ୍ଧାନ, ରାଜନୀତି ଓ ସଭାସମିତିରେ ଚେଷ୍ଟା ସଫଳ ହେବେ।
କନ୍ୟା
ଦ୍ୱାଦଶଭାବରେ ରବି ଓ ବୁଧ ଯୋଗୁଁ ଆଜିର ଦିନଟିରେ ପ୍ରତ୍ୟେକ ପରିସ୍ଥିତିରେ ଜଗି ରଖି ଚଳିବା ଭଲ ହେବ। ପୂର୍ବରାଗକୁ ଶୁଝାଇବା ସକାଶେ ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ପରିବାରର ବିଭିନ୍ନ ପ୍ରକାରର ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ତୁଳା
ତୁଳା
କର୍ମଭାବରେ ଶୁକ୍ରଥିବାରୁ ବହୁତ ଦିନହେଲା ବାରମ୍ବାର ଚେଷ୍ଟା କରୁଥିବା କାମଗୁଡିକ ଆଜି ସୁବିଧାରେ ସମ୍ପନ୍ନ ହୋଇଯିବ। କିନ୍ତୁ ଚତୁର୍ଥସ୍ଥ ଶନିଙ୍କ ପ୍ରଭାବରୁ ସାମାଜିକ କ୍ଷେତ୍ରରେ ଭଲ କହିଲେ ମଧ୍ୟ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଆଜି ଦିନ ଭିତରେ ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।
ବିଛା
ବିଛା
ରାଶ୍ୟାଧିପତି ସ୍ବଗୃହକୁ ଦେଖୁଥିବାରୁ ସ୍ବାସ୍ଥ୍ୟ ନିୟନ୍ତ୍ରଣ ଭିତରେ ରହିବ। କେତେକ ସମସ୍ୟା ଉପସ୍ଥିତ ହେବା କାରଣରୁ ପାଇବାକୁ ଥିବା ଆଶା ପୁଣି ମଉଳିଯିବାର ଆଶଙ୍କା କରିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ।
ଧନୁ
ଧନୁ
ପାପଯୁକ୍ତ ବୃହସ୍ପତି କାରଣରୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଅବଶ୍ୟ ପାରିବାରିକ କ୍ଷେତ୍ର ବିଶେଷ ଖରାପ ରହିବ ନାହିଁ। ତଥାପି ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ମକର
ମକର

ସପ୍ତମ କେନ୍ଦ୍ରରେ କର୍ମାଧିପ ଥିବାରୁ ବନ୍ଧୁମାନଙ୍କ କଥାରେ ପଡି ହଠାତ୍‌ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଆପଣ ନିଜଲୋକଙ୍କଠାରୁ ଆସ୍ଥାହରାଇ ବସିବାର ସୂଚନାକୁ ଏଡି ହେବନାହିଁ। ସାହିତ୍ୟ, ସଙ୍ଗୀତାଦି ମନୋରଞ୍ଜନ କାର୍ଯ୍ୟକ୍ରମରେ କିମ୍ବା ଖେଳକୁଦରେ ପ୍ରଶଂସା ପାଇବେ।

କୁମ୍ଭ
କୁମ୍ଭ
ମଙ୍ଗଳଙ୍କ ସୁପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ଅଧୈର୍ଯ୍ୟ ନ ହୋଇ କାମ କରି ଚାଲନ୍ତୁ,ସବୁ ଠିକ୍‌ ହୋଇଯିବ। କର୍ମକ୍ଷେତ୍ରରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ,କିନ୍ତୁ ବେଶିକ୍ଷଣ ତିଷ୍ଠି ରହିବ ନାହିଁ। ସାମ୍ବାଦିକତା ଓ ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ।
ମୀନମୀନ

ଆଜିର ଗ୍ରହସ୍ଥିତିରୁ ପାରିବାରିକ ଅଶାନ୍ତି କାରଣରୁ ମନରେ ଦୁର୍ଭାବନା ବଢ଼ିଚାଲିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri