Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ
ଆଜି ବୁଝାମଣା ମାଧ୍ୟମରେ ପ୍ରତ୍ୟେକ କାମକୁ ସମ୍ଭାଳି ନେବେ। ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ଉପକୃତ ହେବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହଁି।
ମିଥୁନ
ମିଥୁନ
ଦିନଟି ଯାତ୍ରା ପାଇଁ ପ୍ରତିକୂଳ ନ ହେଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ବ୍ୟବସାୟରେ ଲକ୍ଷ୍ୟ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ। କେତେକ କାମ ସକାଶେ ପରିବାର ଭିତରୁ ସମାଲୋଚିତ ହେବାକୁ ପଡିବ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି।
କର୍କଟ
କର୍କଟ
ଆଜି ଆର୍ଥିକ ସ୍ଥିତି ଭଲ ରହିବ କିମ୍ବା ଅର୍ଥ ସମସ୍ୟା ସୁଧୁରି ଯିବ। କର୍ମକ୍ଷେତ୍ରରେ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ, ଯଦ୍ଦ୍ବାରା ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ବନ୍ଧୁ ଜରିଆରେ ଆକସ୍ମିକ ଭାବରେ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ।
ସି˚ହ
ସି˚ହ
ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧିରେ କାର୍ଯ୍ୟ ସାଧନରେ ସମର୍ଥ ହେବେ। ବହୁତ ଅନୁସନ୍ଧାନ ପରେ ଅପରାହ୍ନରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ। ଅବଶ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ଆଜି ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। କିନ୍ତୁ ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଉସତ୍ାହିତ ହେବେ। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ।
ତୁଳା
ତୁଳା
ପ୍ରତ୍ୟେକ କାମରେ ସଫଳତା କାରଣରୁ ମାନସିକ ସ୍ଥିତି ଭଲ ରହିବ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶରେ ପଛେଇ ଯାଇପାରନ୍ତି। ସ୍ବାତୀର ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ମାଲିମକଦ୍ଦମାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ପରିବାରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାରକରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ଫଳପ୍ରଦ ଆଲୋଚନା କରିବେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ସାମୟିକ କଳହ ଦେଖାଦେଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ମକର
ମକର
ଆଜି ସାଧାରଣ କଥାକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି। ଇଚ୍ଛା ନ ଥିଲେ ମଧ୍ୟ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କିନ୍ତୁ ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି।
ମୀନମୀନ
ଗତକାଲିଠାରୁ ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ପରିବାରରେ ମତାନ୍ତର ଅଶାନ୍ତିର କାରଣ ପାଲଟି ଯାଇପାରେ। କର୍ମକ୍ଷେତ୍ରରେ ଈର୍ଷାପର ବନ୍ଧୁମାନେ ସମ୍ମୁଖରେ ନୀରବ ରହି ପଛରେ ବହୁତ କଥା କହିବେ। ଆମତ୍ୀୟ ସ୍ବଜନ କିମ୍ବା ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?