Posted inRasifala

ରାଶିଫଳ: ଶୁକ୍ରବାର,ଜୁଲାଇ ୩୦ ତାରିଖ – Daily Horoscope

ମେଷ
ମାନସିକ ସ୍ଥିତି ଦୁର୍ବଳ ରହିବା କାରଣରୁ ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାନ ବାହନରେ କ୍ଷତିର ସମ୍ଭାବନା ହେତୁ ସତର୍କ ରହିବା ଭଲ। ପରିସ୍ଥିତିରେ ପଡ଼ି ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ। ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହେବା କାରଣକୁ ନେଇ ବିବ୍ରତବୋଧ କରିବେ। ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବୃଷ
ବୃଷ
ସାମୟିକ ଆଲୋଚନା ଅବସରରେ ନିଜର ଅକାଟ୍ୟ ଯୁକ୍ତି ବଳରେ ସମସ୍ୟାର ସମାଧାନ କରିବେ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ, କିନ୍ତୁ ସକାଳୁ ମନଟା ବିଗିଡ଼ି ଯାଇପାରେ। ଆର୍ଥିକ ସ୍ଥିତିରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ।
ମିଥୁନ
ମିଥୁନ
ଦିନଟି କିଛି ଭଲ ଓ କିଛି ସମସ୍ୟା ଭିତର ଦେଇ କଟିବ। ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା କାରଣରୁ ଅନିଦ୍ରା ହେତୁକ ଜ୍ୱର ଓ ବମନ ଦେଖାଦେଇପାରେ, ଏଣୁ ସ୍ବାସ୍ଥ୍ୟ ପ୍ରତି ସତର୍କ ରହି କାମ କରିବା ଭଲ ହେବ। ବନ୍ଧୁଙ୍କ ସାହାଯ୍ୟ ହେତୁ ଆର୍ଥିକ ପରିସ୍ଥିତିରେ ଉନ୍ନତି ଘଟିବ। ରାଜନୀତି, ତଥା ଗଠନମୂଳକ କାଯର୍‌ୟ ପ୍ରତି ମନ ବଳିପାରେ।
କର୍କଟ
କର୍କଟ
ଆଜି ଦିନ ଭିତରେ ବିଶେଷ କିଛି ଅସୁବିଧା ହେବନି କିନ୍ତୁ, ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ତଥାପି ସାମୟିକ ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯିବ। ଗତକାଲିର ଯୋଜନା ବଦଳାଇବା ପାଇଁ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରନ୍ତୁ।
ସି˚ହ
ସି˚ହ
ଅକୁହା କଥାକୁ ବନ୍ଧୁଙ୍କ ଆଗରେ ବଖାଣି ବସି ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଅବହେଳା କରି ପାରନ୍ତି। କେତେକ କାମ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବେ। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବା ସଙ୍ଗକୁ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ବନ୍ଧୁମାନଙ୍କ ପରାମର୍ଶକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
କନ୍ୟା
ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେବ। ଯାନ୍ତ୍ରିକ ତ୍ରୁଟି ଯୋଗଁ ଯାତ୍ରାରେ ବିଳମ୍ବ ଘଟିପାରେ। କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ କିମ୍ବା ସାଂଗଠନିକ କାର୍ଯ୍ୟର ନେତୃତ୍ୱ ନେବେ।
ତୁଳା
ତୁଳା
ସକାଳୁ ସକାଳୁ ଶୁଭ ଖବର ପାଇ ମନ ଏକ ପ୍ରକାର ଖୁସି ହୋଇଯିବ। ସବୁ କାମ ବହୁ ଡେରିରେ ହେଉଥିବାରୁ ମନଟା ଭଲ ଲାଗିବ ନାହିଁ। ଖଳ ଲୋକମାନଙ୍କ କଥାକୁ ବିଶ୍ୱାସ କରି ନିଜର ଅତି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯିବ। ଗୁରୁଜନମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ଅର୍ଥ ଲାଭରୁ ଖୁସି ରହିବେ।
ବିଛା
ବିଛା
ବିଭିନ୍ନ ପ୍ରକାରର ଦୁର୍ଭାବନାରେ ମନ ବିଚଳିତ ରହିବ। ମାତ୍ର ପ୍ରଶାସନ, ରାଜନୀତି, ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଯାତ୍ରାରେ ଅଜଣା ଅଶୁଣା ବ୍ୟକ୍ତି ପ୍ରତି ସତର୍କ ରୁହନ୍ତୁ। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ସଙ୍ଗକୁ ଖର୍ଚ୍ଚ ପରିମାଣ ବଢ଼ିଯିବା କାରଣରୁ ମାନସିକ ସ୍ଥିତି ବିଗିଡ଼ି ଯାଇପାରେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ। ଅତି ନିଜର ଲୋକଟି ଅନ୍ୟଦ୍ୱାରା ପ୍ରଭାବିତ ହୋଇ ସେହି ବ୍ୟକ୍ତି କାମ କରିବେ ନାହିଁ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି।
ମକର
ମକର
ସକାଳୁ ସକାଳୁ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ। ବନ୍ଧୁଙ୍କ ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଅଯଥା କଳହରୁ ଦୂରେଇ ରୁହନ୍ତୁ ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଆଜି କର୍ମକ୍ଷେତ୍ର, ପରିବାର, ଯାନବାହନ, ବନ୍ଧୁ ସମ୍ପର୍କକୁ ଦୃଢ଼ୀଭୂତ କରିବ। ବିନା ଆହ୍ବାନରେ ଅନ୍ୟ ମାନଙ୍କ ସକାଶେ ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ଏଣେ ଅଫିସ୍‌ରେ ମଧ୍ୟ ବିନା କାରଣରେ କଳହକୁ ନିମନ୍ତ୍ରଣ କରିପାରନ୍ତି। ଗୁପ୍ତ ଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି, ଏଣୁ ସତର୍କତା ବିଧେୟ।
ମୀନମୀନ
ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବିବାଦ ବଢ଼ିପାରେ କିମ୍ବା ଶାରୀରିକ ଅସୁସ୍ଥତା ହୋଇପାରେ। ଅଧସ୍ତନ କର୍ମଚାରୀଙ୍କୁ ଅସହ୍ୟ କଟୁକଥା ପ୍ରୟୋଗ କରି ଅପମାନିତ ହେବେ। ଅନ୍ୟମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?