Posted inRasifala

ରାଶିଫଳ:ଶୁକ୍ରବାର , ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ
ଗୁରୁଚାଣ୍ଡାଳ ଯୋଗ ପ୍ରଭାବରେ ଦୂରଦର୍ଶିତା ବିହୀନ କାର୍ଯ୍ୟ କରିବା ଓ ପୁରାତନ ରୋଗପୀଡ଼ା ଯୋଗୁ ମାନସିକ ସୁସ୍ଥତା ହରାଇପାରନ୍ତି। ଫେରନ୍ତା ବାଟରେ ଜଣେ ନୀଚ୍ଚ ଜାତିର ଲୋକ ପ୍ରତିବନ୍ଧକ ସୃଷ୍ଟି କରିବାର ଆଶଙ୍କା ଦେଖାଦେଇପାରେ। ଆଇନ ଅଦାଲତ, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ।
ବୃଷ
ବୃଷ
ତୃତୀୟସ୍ଥ ଶୁକ୍ରଜନିତ ମନୋରଞ୍ଜନ କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି। ଆଜକୁ କେତେ ଦିନ ହେଲା ଭଲ ଲାଗୁ ନ ଥିବା ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସାମାଜିକ ସ୍ତରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ବୁଧାଦିତ୍ୟ ଯୋଗ ପ୍ରଭାବରେ କୌଣସି ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଅଧିକାଂଶ ସମୟରେ ଭାବପ୍ରବଣତା ବୃଦ୍ଧି ପାଇବ, ଯାହାକି ଅଶାନ୍ତିର ହେତୁ ସ୍ବରୂପ ହୋଇପାରେ। ପାରିବାରିିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ରହିବ। ଆପଣଙ୍କ କାର୍ଯ୍ୟ ଦକ୍ଷତା ଓ ବିଚାର ଶୈଳୀକୁ ପଡ଼ୋଶୀମାନେ ଖୁବ୍‌ ପ୍ରଶଂସା କରିପାରନ୍ତି।
କର୍କଟ
କର୍କଟ
ଶନି ଓ ବୁଧଙ୍କ ପାରସ୍ପରିକ ଦୃଷ୍ଟି ଭ୍ରାତୃବିବାଦକୁ ବୃଦ୍ଧି କରିବ। କେତେକ କାମ ଅଟକି ରହିଥିବା କାରଣରୁ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ଆଲୋଚନା କାଳରେ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବନ୍ଧୁ ଅଭିମାନ କରିପାରନ୍ତି। ଯିବା ରାସ୍ଥାରେ ନୀଚ୍ଚଜାତିର ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି।
ସି˚ହ
ସି˚ହ
ପଦସ୍ଥଙ୍କ ଅନୁକମ୍ପାରୁ ସମସ୍ୟା ସମାଧାନପୂର୍ବକ ମାର୍ଗଦର୍ଶନ ଲାଭକରିବେ। ଏହା ସାଙ୍ଗକୁ ପରିବାରରେ ଭୁଲ୍‌ ବୁଝାମଣା ହେତୁ ନିକଟ ସମ୍ପର୍କୀୟମାନେ ଦୂରେଇ ଯାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଗବେଷଣା, ଅନୁସନ୍ଧାନ, ରାଜନୀତି ଓ ସଭାସମିତିରେ ଚେଷ୍ଟା ସଫଳ ହେବେ।
କନ୍ୟା
ପ୍ରତ୍ୟେକ ପରିସ୍ଥିତିରେ ଜଗି ରଖି ଚଳିବା ଭଲ ନତୁବା ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ପରିବାରର ବିଭିନ୍ନ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ିବା ସହଜ ସାଧ୍ୟ ହୋଇ ନ ପାରେ।
ତୁଳା
ତୁଳା
ସାମାଜିକ କ୍ଷେତ୍ରରେ ଭଲ କହିଲେ ମଧ୍ୟ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଆଜି ଦିନ ଭିତରେ ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କିଣା ବିକା କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସାହିତ୍ୟ, ସଙ୍ଗୀତ ଓ ସଭାସମିତିରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ।
ବିଛା
ବିଛା
କେତେକ ସମସ୍ୟା ଉପସ୍ଥିତ ହେବା କାରଣରୁ ପାଇବାକୁ ଥିବା ଆଶା ପୁଣି ମଉଳି ଯିବ। ଆତ୍ମୀୟଙ୍କ ସହିତ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ କିନ୍ତୁ ବ୍ୟବସାୟ ଓ ବାଣିଜ୍ୟରେ କ୍ଷତିର ଆଶଙ୍କା ରହିଛି।
ଧନୁ
ଧନୁ
ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଯେତେ ନେହୁରା ହେଲେ ମଧ୍ୟ ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଅବଶ୍ୟ ପାରିବାରିକ କ୍ଷେତ୍ର ବିଶେଷ ଖରାପ ରହିବ ନାହିଁ।
ମକର
ମକର
ବନ୍ଧୁମାନଙ୍କ କଥାରେ ପଡ଼ି ହଠାତ୍‌ କୌଣସି ନୂତନ କାର୍ଯ୍ୟରେ ହାତଦେବାକୁ ସ୍ଥିର କରିବେ। ଖଳଲୋକମାନେ ଅପପ୍ରଚାର କରିବା ଫଳରେ ନିଜଲୋକଙ୍କଠାରୁ ଆସ୍ଥାହରାଇବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତାଦି ମନୋରଞ୍ଜନ କାର୍ଯ୍ୟକ୍ରମରେ କିମ୍ବା ଖେଳକୁଦରେ ପ୍ରଶଂସା ପାଇବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ଅଧୈର୍ଯ୍ୟ ନ ହୋଇ କାମ କରି ଚାଲନ୍ତୁ, ସବୁ ଠିକ୍‌ ହୋଇଯିବ। ଆଲୋଚନା କାଳରେ ଅପ୍ରିୟ ସତ୍ୟ କଥା ବନ୍ଧୁଙ୍କ ମନରେ ଦୁଃଖ ଦେଇପାରେ। କର୍ମକ୍ଷେତ୍ରରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ, କିନ୍ତୁ ବେଶିକ୍ଷଣ ତିଷ୍ଠି ରହିବ ନାହିଁ।
ମୀନମୀନ

ପାରିବାରିକ ଅଶାନ୍ତି କାରଣରୁ ମନରେ ଦୁର୍ଭାବନା ବଢ଼ିଚାଲିବ ଏବଂ ଆପଣ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅସାବଧାନତା କାରଣରୁ ଦ୍ରବ୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri