Posted inRasifala

ରାଶିଫଳ:ଶନିବାର , ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ
ଆଜି ଦ୍ୱାଦଶ ଚନ୍ଦ୍ର କେତୁ ନକ୍ଷତ୍ରସ୍ଥ ହେତୁ ମନ ଅସ୍ଥିର ରହିପାରେ। ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ। ଯାତ୍ରା ସମୟରେ ଅପରିଚିତଙ୍କ ସହ କଳହ ଲାଗିଯିବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ବୃଷ
ବୃଷ
ଆଜି ଏକାଦଶ ଚନ୍ଦ୍ର ଜନିତ ପୂର୍ବାହ୍ନରେ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ। ମାତ୍ର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସହମତି ଭିତ୍ତିରେ ଆଲୋଚନା କଲେ ସଫଳତାର ସମ୍ଭାବନା ସୃଷ୍ଟିହେବ। ଅଫିସ୍‌ ସମସ୍ୟା ସମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ। କର୍ମସ୍ଥାନରେ ଚନ୍ଦ୍ର ହେତୁ ବନ୍ଧୁ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି।
କର୍କଟ
କର୍କଟ
ରାଶ୍ୟାଧିପ ଭାଗ୍ୟସ୍ଥାନରେ ଥିବାରୁ ସହକର୍ମୀଙ୍କ ସହଯୋଗରେ ବଡ଼ କାମଟିଏ କରିବେ। ଆତ୍ମତୃପ୍ତି ଲାଭ ସଙ୍ଗେ ସଙ୍ଗେ ପରିବାରରୁ ପ୍ରଶଂସିତ ହେବେ। କିନ୍ତୁ ଆକସ୍ମିକ ଭାବରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ଦୂରଯାତ୍ରା କାଳରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
ସି˚ହ
ସି˚ହ
ଅଷ୍ଟମ ଚନ୍ଦ୍ରଜନିତ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଜଣେ ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
କନ୍ୟା
ଆଜି କର୍ମାଧିପତି ଅଷ୍ଟମସ୍ଥ ଥିବାରୁ ଯେଉଁ କାମ ଆରମ୍ଭ କରିବେ ତାହା ସମ୍ପନ୍ନ କଷ୍ଟକର ହେବ। ଉତ୍ତରାଫାଲଗୁନୀର ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବଢ଼ିବ। ପରିବାରରେ ଅଶାନ୍ତ ଦୂର ହେବ ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। ବାଣିଜ୍ୟ, ବ୍ୟବସାୟ ତଥା ବିବାଦୀୟ ଘଟଣାରେ ବିଜୟୀ ହେବେ।
ତୁଳା
ତୁଳା
ଆଜି ଷଷ୍ଠସ୍ଥ ଚନ୍ଦ୍ର ହେତୁ କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିରେ ପଡ଼ି ଅଣନିଃଶ୍ୱାସୀ ହୋଇପାରନ୍ତି। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ବନ୍ଧୁମାନେ ସହଯୋଗ କାରଣରୁ ଶତ୍ରୁମାନେ କିଛି କରିପାରିବେ ନାହିଁ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ।
ବିଛା
ବିଛା
ଶୁଭ ଗ୍ରହ ପ୍ରଭାବରୁ ଅଟକି ରହିଥିବା କାମ ଆରମ୍ଭ କରିବାକୁ ମନ ବଳାଇବେ। ପ୍ରଶାସନିକ ସ୍ତରରେ, ସଭାସମିତିରେ, ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ତଥାପି ଆପଣଙ୍କ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ଧନୁ
ଧନୁ
ଚତୁର୍ଥ ଚନ୍ଦ୍ର ଯୋଗୁ ଯେଉଁ କାମ ହାତକୁ ନେଇଛନ୍ତି ତାହା ବଢ଼ାଇ ନିଅନ୍ତୁ, କିଛି ଅସୁବିଧା ହେବନି। ଅବଶ୍ୟ ସକାଳୁ ସକାଳୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ନୂତନ ଅଫିସ୍‌ କାମରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ।
ମକର
ମକର
ଶୁକ୍ରଙ୍କ ଦୃଷ୍ଟି ହେତୁ ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟାରୁ ହାଲୁକା ଅନୁଭବ କରିବେ। ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ। ଏହା ସାଙ୍ଗକୁ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବା ହିତକର ସାବ୍ୟସ୍ତ ହେବ।
କୁମ୍ଭ
କୁମ୍ଭ
ଆଜି ଦ୍ୱିତୀୟ ଚନ୍ଦ୍ର ହେତୁ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଭ୍ରମଣ, ସାହିତ୍ୟ, ସାମ୍ବାଦିକତା, କଳ କାରଖାନା ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ର ପାଇଁ ଦିନଟି ଭଲ।
ମୀନମୀନ

ଜନ୍ମ ଚନ୍ଦ୍ର କାରଣରୁ ପୂର୍ବର ବିବାଦୀୟ ବିଷୟ ଚିନ୍ତାକରି ସମ୍ପର୍କୀୟମାନେ ମଧ୍ୟ ପାଖ ମାଡ଼ିବେ ନାହିଁ। ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ସମସ୍ୟା ମଧ୍ୟରେ ଚଳିବା କାରଣକୁ ନେଇ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?