Posted inRasifala

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ଦୃଷ୍ଟିକୋଣରୁ ମନ ଖୁସି ରହିବ। ତଥାପି ପୂର୍ବ ସମସ୍ୟାକୁ କେନ୍ଦ୍ରକରି ପ୍ରତ୍ୟେକ ପରିସ୍ଥିତିରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଅବଶ୍ୟ ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇପାରନ୍ତି।
ବୃଷ
ବୃଷ
ପରିସ୍ଥିତିବଶତଃ ନିଜର ଆମତ୍ୀୟଙ୍କ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ପ୍ରତିବନ୍ଧକ ମଧ୍ୟରେ କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ।
ମିଥୁନ
ମିଥୁନ
ପଦସ୍ଥ ବ୍ୟକ୍ତିଙ୍କ ସହାୟତାରୁ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରିବ। ଧନ ସ୍ଥାନରେ ଏକାଦଶାଧିପତି ଅର୍ଥନୈତିକ ଅଭିବୃଦ୍ଧି ଘଟାଇବେ। ଆଜି ଶିଳ୍ପ, ବ୍ୟବସାୟ କ୍ଷେତ୍ରରୁ ଧନାଗମ ସମ୍ଭାବନା ଦେଖାଦେଇପାରେ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ଖାଲରେ ପକାଇବା ଚେଷ୍ଟା ବିଫଳ ହେବେ।
କର୍କଟ
କର୍କଟ
ଆଜି ଅନ୍ୟମାନଙ୍କ ବିରୋଧାଭାସରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ପରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି। ମାତ୍ର ମୃଗଶିରା ନକ୍ଷତ୍ରର ପାରିବାରିକ ଜୀବନ ହସ ଖୁସିରେ ଅତିବାହିତ ହେବ। ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତାକରି ଅପରାହ୍ନରେ ଚିନ୍ତିତ ରହିବେ।
ସି˚ହ
ସି˚ହ
ଆଜି ବନ୍ଧୁଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରାମତ୍କ ଭାବ ଉଦ୍ରେକ ହେବନାହିଁ। ସାମାଜିକ ସ୍ତରରେ ସାଧାରଣ ସ୍ବାର୍ଥକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଲେ ଉପକୃତ ହେବେ।
କନ୍ୟା
ଆଜି ଯେମିତି ଚିନ୍ତା କରୁଛନ୍ତି, ସେହି ଅନୁସାରେ କାମ ସମ୍ପନ୍ନ ହୋଇପାରିବ। ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗ କାର୍ଯ୍ୟକୁ ତ୍ୱରାନ୍ବିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ ବ୍ୟତିକ୍ରମ ଦେଖାଦେଇପାରେ। ପରିବାରର ଆବଶ୍ୟକତା ସକାଶେ ଧାରକରଜ କରି କାମ ତୁଲାଇ ନେବେ। ଶିଳ୍ପ, ବ୍ୟବସାୟ, ପରିବହନ, ଏଜେନ୍ସିପରେ ଉନ୍ନତି କରିବେ।
ତୁଳା
ତୁଳା
ଯାହା ଓ ଯେତିକି ପାଇବା କଥା ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନ କଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇପାରନ୍ତି। ବ୍ୟସ୍ତତା ମଧ୍ୟରେ ଯାଉ ଯାଉ ଯାନ୍ତ୍ରିକ ତ୍ରୁଟି ଯୋଗୁ ଆଜିର ଯାତ୍ରାରେ ବିଳମ୍ବ ଘଟିପାରେ। ଅନିୟମିତତା କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।
ବିଛା
ବିଛା
କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢ଼ାଇ ଆଲୋଚନା ଦ୍ୱାରା ସମାଧାନ କରିବା ଭଲ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ।
ଧନୁ
ଧନୁ
ଆଜି ଆପଣଙ୍କର ସୁସ୍ଥ ମାନସିକତା କର୍ମକ୍ଷେତ୍ରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ। ସାମୟିକ ଅନିଦ୍ରା ଓ ଧନବ୍ୟୟ ହେତୁ ଦୁଶ୍ଚିନ୍ତା ସୃଷ୍ଟି ହୋଇପାରେ। ଅପ୍ରିୟ ସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣକରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ଶୁକ୍ରଙ୍କ ସୁପ୍ରଭାବରୁ କଳା, ସାହିତ୍ୟ, ସଙ୍ଗୀତ ଚର୍ଚ୍ଚାରେ ଦିନଟିକୁ ଉପଭୋଗ କରିପାରନ୍ତି। ଉଦାରତା ଓ ସହନଶୀଳତା ଗୁଣରୁ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ରବିବାରର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ ଠିକ୍‌ ହୋଇଯିବ। ଅର୍ଥ ସାହାଯ୍ୟ ପାଇବେ ଏବଂ ଆଶା କରିଥିବା କୌଣସି ଖବର ପାଇ ଖୁସି ହେବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ଅତି ନିଜର ମନେହେଉଥିବା ବନ୍ଧୁଟି ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସୁବିଧାରେ ପକାଇପାରନ୍ତି। କହିବା ପାଇଁ ଚିନ୍ତା କରିଥିଲେ ମଧ୍ୟ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ।
ମୀନମୀନ

ଉସତ୍ର୍ଗୀକୃତ ମନୋଭାବ ନେଇ କାମ କରିବା ସକାଶେ ମନସ୍ଥ କରିବେ। ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବା କ୍ଷେତ୍ରରେ ଯନତ୍ବାନ୍‌ ହେଲେ ତାହା ନିଜ ପାଇଁ ବହୁ ହିତକର ସାବ୍ୟସ୍ତ ହେବ। ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri