Posted inRasifala

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଭାତୃବର୍ଗ ଦ୍ୱାରା ପଡୋଶୀଙ୍କ ସହ ଉପୁଜିଥିବା ସମସ୍ୟା ସମସ୍ୟା ସମଧାନ କରିବେ। ସାମାଜିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ।
ବୃଷ
ବୃଷ
ଜଣେ ହିତୈଷୀଙ୍କ ଦ୍ୱାରା ସମସ୍ୟା ସମାଧାନର ରାସ୍ତା ଖୋଲିଯିବ। କର୍ମକ୍ଷେତ୍ରରେ ମୃଗଶିରା ନକ୍ଷତ୍ର ଅନ୍ୟ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
ମିଥୁନ
ମିଥୁନ
ସମ୍ପର୍କୀୟମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର ଯୋଜନା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ର କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ ପରସ୍ପର ଗୋଡ଼ଟଣାଟଣି ହେତୁ କାମ ହାସଲ କଷ୍ଟକର ହୋଇପଡିବ। ପରିବାରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଗୋଳମାଳିଆ ପରିସ୍ଥିତି ଦେଖା ଦେବ ନାହିଁ।
କର୍କଟ
କର୍କଟ
ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ହୋଇଯିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇ ମନ ଖୁସି ରହିବ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଧାର କରଜ, ଭଡ଼ା ସୂତ୍ରରୁ ବକେୟା ଟଙ୍କା ଆଦି ପାଇବେ।
ସି˚ହ
ସି˚ହ
ଆଜି ପରିଜନଙ୍କ ସହିତ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। କାମ ହାସଲ ସକାଶେ ହଠାତ୍‌ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡିପାରେ। ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ।
କନ୍ୟା
ଆଶା ପୂରଣ ହେବା ସାଙ୍ଗକୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ନୂତନ କିଛି ଯୋଡିବା ସକାଶେ ଚିନ୍ତା କରିବେ। ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଜମିଜମା କାରବାର, ପ୍ରେସ୍‌, ପବ୍ଳିକେଶନରେ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ସାମାଜିକ ସ୍ତରରେ ଧର୍ମକାର୍ଯ୍ୟ କରି ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ବନ୍ଧୁମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇବେ। ବ୍ୟବସାୟ କିମ୍ବା ପରିବହନରେ ଝଗଡ଼ା ଲାଗିପାରେ।
ବିଛା
ବିଛା
ସବୁ କାମ ଠିକ୍‌ ଠିକ୍‌ ହେବ କିନ୍ତୁ ସୁବିଧାରେ ନୁହେଁ ବହୁତ ଝଡ଼ଝଞ୍ଜା ମଧ୍ୟ ଦେଇ ଗତି କରିବାକୁ ପଡିବ। କାମଗୁଡ଼ିକ ମନ୍ଥର ହେବ ଏବଂ ଅନ୍ୟମାନଙ୍କ ସହ ବୁଝାମଣା ଠିକ୍‌ ରହିବ ନାହିଁ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରି ପାରନ୍ତି। ଅବଶ୍ୟ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
ଧନୁ
ଧନୁ
ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳିବା ଭଲ ହେବ। କୁସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ସମାଲୋଚିତ ହେବାକୁ ପଡିପାରେ। ନୂତନ ଗୃହ କିମ୍ବା ଜମିଜମା ବିଷୟରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ରପତ୍ାନି ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମକର
ମକର
ଦୀର୍ଘଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାର୍ଯ୍ୟ ଅବଶ୍ୟ ହାସଲ କରିବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ।
କୁମ୍ଭ
କୁମ୍ଭ
ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। କେତେକ କ୍ଷେତ୍ରରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ମୀନମୀନ

ସମସ୍ୟା ସୁଧୁରିଯିବା କାରଣରୁ ପାରିବାରିକ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ। ଭୁଲ୍‌ ବୁଝାମଣାଜନିତ ବନ୍ଧୁ ସମ୍ପର୍କରେ ଅବନତି ଘଟିପାରେ। ବ୍ୟବସାୟରେ ଭାଗୁଆଳିମାନଙ୍କ ସହ ମାନମନାନ୍ତର ଦେଖା ଦେଇପାରେ। ଧାତୁ, ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?