Posted inRasifala

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ
ଆଜି ବିବାଦୀୟ ପରିସ୍ଥିତି କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଯେକୌଣସି ପରିସ୍ଥିତି ହେଲେ ମଧ୍ୟ ନିକଟସ୍ଥ ବ୍ୟକ୍ତିଙ୍କୁ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁମାନଙ୍କ ପରାମର୍ଶ କ୍ରମେ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଦ୍ୱିଜା ନକ୍ଷତ୍ରର ପ୍ରଶାସନିକ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ହିତୈଷୀମାନଙ୍କ ତରଫରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ରୋହିଣୀ ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସମସ୍ୟା ହେତୁ ନିର୍ମାଣ ଓ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ସାମାଜିକ ସ୍ତରରେ ନୂତନ ଯୋଜନାରମ୍ଭ କରି ପ୍ରଶଂସିତ ହୋଇପାରନ୍ତି।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ କାମକରିବା ସକାଶେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଆଜିର ଉଦ୍ୟମ ସଫଳ ଦିଗରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିପାରନ୍ତି। ଅର୍ଥ ସମ୍ପର୍କିତ ଚିନ୍ତା କରୁଥିବା କାମରେ ସଫଳତା ପାଇବେ। ଆରର୍ଦ୍ରା ନକ୍ଷତ୍ର ଯାତ୍ରା କାଳରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ପାରିପାର୍ଶ୍ୱିକ ସ୍ଥିତିର କୌଣସି ବ୍ୟତିକ୍ରମ ସକାଶେ ମାନସିକ ସ୍ଥିତି ଭଲ ରହିବ ନାହିଁ। ଚେଷ୍ଟା କରୁଥିବା କାମରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଈର୍ଷାପରାୟଣ ମନୋଭାବ ନେଇ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ସୂଚନା ରହିଛି। ପୁନର୍ବସୁ ନକ୍ଷତ୍ର ଆଜିର ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
ପୂର୍ବାଫାଲଗୁନୀର ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବା କାରଣରୁ ସାମୟିକ ଖୁସୀ ରହିବେ। ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପାରିବାରିକ ଅସୁବିଧା କ୍ଷେତ୍ରରେ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ଆଜିର ଆଲୋଚନା କାଳରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଚିତ୍ରା ନକ୍ଷତ୍ରର କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି।
ତୁଳା
ତୁଳା
ସାଧାରଣ କଥାରେ ଉତ୍ତେଜିତ ନ ହୋଇ କଳହ ଲାଗିଥିବା ବନ୍ଧୁ ପ୍ରତି ସତର୍କ ରୁହନ୍ତୁ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ସମ୍ଭାବନା ରହିଛି। ସ୍ବାତୀ ନକ୍ଷତ୍ରର ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବିଛା
ବିଛା
ଜ୍ୟେଷ୍ଠା ନକ୍ଷତ୍ରର କର୍ମକ୍ଷେତ୍ରରେ ଲାଗିରହିଥିବା ବ୍ୟସ୍ତତା ଦୂର ହୋଇଯିବ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ନ ହୋଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
ଛୋଟ କଥାକୁ କେନ୍ଦ୍ରକରି ପରିବାରରେ କଳହ ସୃଷ୍ଟିର ଆଶଙ୍କା ଦେଖାଦେବ। ମୁଳା ନକ୍ଷତ୍ର ସକାଶେ ଭଲ ସମ୍ପର୍କଥିବା ବ୍ୟକ୍ତିଟି ସାମାନ୍ୟ କଥାରେ ମୁହଁ ଫେରାଇ ନେଇପାରେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି, ସଭାସମିତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ଭୁଲ୍‌ ବୁଝାମଣାବଶତଃ ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରି ବସିବେ। ପୂର୍ବ ସ୍ଥିରୀକୃତ ଯୋଜନାଗୁଡ଼ିକ ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ଶ୍ରବଣା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଶୁଭପ୍ରଦ ରହିବ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ଉପୁଜିପାରେ। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବା ଦ୍ୱାରା ସମସ୍ୟା ବଢ଼ିବ ସିନା କମିବ ନାହିଁ। ଶତଭିଷା ନକ୍ଷତ୍ରର କର୍ମକ୍ଷେତ୍ର ପୂର୍ବ ଦିନମାନଙ୍କ ଭଳି ଆଜି ମଧ୍ୟ ରହିବ।
ମୀନମୀନ

ଆଜି ଉତ୍ତରଭାଦ୍ରପଦ ନକ୍ଷତ୍ରର ମାନସିକ ଓ ଶାରୀରିକ ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଯେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଅନ୍ୟମାନଙ୍କଠାରୁ ପରାମର୍ଶ ଗ୍ରହଣ କରିବା ସହ ନିଜ ମନକୁ ଯେପରି ଆସୁଛି ସେପରି କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri