Posted inRasifala

ରାଶିଫଳ: ଶନିବାର, ଫେବୃୟାରୀ ୨୦ ତାରିଖ– Daily Horoscope

ମେଷ
ଦ୍ୱିଜା ନକ୍ଷତ୍ରର ପାରିବାରିକ କ୍ଷେତ୍ରରେ ମତାନ୍ତର ଥାଇ ମଧ୍ୟ କାମବେଳକୁ ସମସ୍ତେ ଏକ ମନ ନେଇ କାମ କରିପାରିବେ। ସାମାଜିକ ସ୍ତରରେ ସ୍ବାର୍ଥସାଧନ ଆଶା ରଖି ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ସହମତିରେ କାର୍ଯ୍ୟକଲେ ସଫଳତା ପାଇବାରେ ଅସୁବିଧା ରହିବନାହିଁ। ଅବହେଳା କାରଣରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ରର ବିଭିନ୍ନ ପ୍ରକାରର ଅହେତୁକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ବ୍ୟବସାୟ, ପରିବହନ, କଚେରି ମାମଲାରେ ମନସ୍ତାପ କରିପାରନ୍ତି। ସମ୍ପର୍କୀୟଙ୍କ ସାହାଯ୍ୟରେ ଜମିଜମା ବିବାଦ, ମୂଲ୍ୟବାନ ଜିନିଷ କ୍ରୟ କରିବା କାମ କରିବେ।
ମିଥୁନ
ମିଥୁନ
ମୃଗଶିରା ସାମୟିକ ପୁରୁଣା ରୋଗରେ କଷ୍ଟ ପାଇବେ। ନିଜ ପରିସରରେ ତର୍କ ବିତର୍କ କାରଣରୁ ସମ୍ପର୍କ ହାନି ଘଟିପାରେ। କିମ୍ବା ଆନୁଷ୍ଠାନିକ କାମରେ ରାଜନୈତିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ପୁନର୍ବସୁ ଶାରୀରିକ ଦୁର୍ବଳତା ରହିଥିଲେ ମଧ୍ୟ କର୍ମକ୍ଷେତ୍ର ଯଥାରୀତି ସମ୍ପନ୍ନ କରିବେ। ନିଜ ପାରିପାର୍ଶ୍ୱିକ ସ୍ତରରେ ଦୀର୍ଘ ଦିନରୁ ରହି ଆସିଥିବା ସମସ୍ୟାର ସରଳ ସମାଧାନ ହୋଇଯିବ। ଅର୍ଥସଂକଟ କିମ୍ବା ଅସହଯୋଗ କାରଣରୁ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ମଘା ନକ୍ଷତ୍ରର ସାଧାରଣ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ଆଜି ଦୀର୍ଘଦିନର ଆଶା ଫଳବତୀ ହେବ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନ ଚଳିଲେ ବିବାଦରେ ପଡିବେ। ବ୍ୟବସାୟ, ସଭାସମିତି, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ମୋଟାଅଙ୍କର ଗୃହୋପକରଣ କ୍ରୟ କରିବେ।
କନ୍ୟା
ହସ୍ତା ନକ୍ଷତ୍ର କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇବା କଷ୍ଟକର ହୋଇପଡିବ। ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ରର ସ୍ବାସ୍ଥ୍ୟ ଠିକ୍‌ ଥିଲେ ମଧ୍ୟ କେତେକ ସ୍ଥଗିତ କାର୍ଯ୍ୟ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ପିଲାଙ୍କ ଆଚରଣକୁ କେନ୍ଦ୍ରକରି କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। କୌଣସି ନିକଟତମ ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ପରିବାରର ସୁଖ ଶାନ୍ତି ଅକ୍ଷୁଣ୍ଣ ରହିପାରିବ।
ବିଛା
ବିଛା
ପରିସ୍ଥିତି ପ୍ରତି ନଜର ରଖିବା ସାଙ୍ଗକୁ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଅନୁରାଧା ନକ୍ଷତ୍ରର କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅନୁରୋଧରେ ମନୋରଞ୍ଜନରେ ଆଗ୍ରହୀ ହେବେ। ବିବାଦ, ପ୍ରତିଯୋଗିତା, ମାଲିମକଦ୍ଦମାରେ ବିଜୟପ୍ରାପ୍ତିର ସମ୍ଭାବନା ରହିଛି।
ଧନୁ
ଧନୁ
କୌଣସି ନୂତନ କର୍ମାରମ୍ଭ ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ଆପଣ ଆଜି ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ବନ୍ଧୁମାନଙ୍କର ଛଳନାପୂର୍ଣ୍ଣ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ମୂଳା ନକ୍ଷତ୍ର ସକାଳୁ ସକାଳୁ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ।
ମକର
ମକର
ପାରିପାର୍ଶ୍ୱିକ ପରିସ୍ଥିତି ବଦଳିଯିବା କାରଣରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ଶ୍ରବଣା ନକ୍ଷତ୍ରର ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆବଶ୍ୟକସ୍ଥଳେ ଧାରକରଜ କରି କାମ ତୁଲାଇ ନେବାକୁ ପଡ଼ିପାରେ। ଆଶା କରୁଥିବା ଅର୍ଥ, ବନ୍ଧୁମିଳନ, ଦୂରଯାତ୍ରା, କ୍ଷେତ୍ରରେ ଆପଣ ନିରାଶ ହେବେନାହିଁ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ନେତୃ ସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ। ଅର୍ଥସଂକଟ, ସହକର୍ମୀଙ୍କ ଅସହଯୋଗ, ପ୍ରଶାସନିକ ଦ୍ୱନ୍ଦ୍ୱ ଓ ଦୂରଯାତ୍ରାରେ ଆଶାନୁଯାୟୀ ଫଳ ପାଇବେ। ସ୍ଥଗିତ କାମଟି ବନ୍ଧୁଙ୍କ ଦ୍ୱାରା କରାଇ ନେବେ। ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଶତଭିଷା ପରୋକ୍ଷଶତ୍ରୁତା କାରଣରୁ ଚିନ୍ତିତ ରହିବେ।
ମୀନମୀନ
ପଡିରହିଥିବା କାମଟିକୁ ବନ୍ଧୁମାନଙ୍କ ଦ୍ୱାରା ସମ୍ପନ୍ନ କରିବେ। ଅର୍ଥ ଆଦାୟରେ ସକ୍ଷମ ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ରେବତୀ ନକ୍ଷତ୍ରର ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କା ରହିଛି। ବ୍ୟବସାୟ ମନ୍ଦ ହେବନି କିନ୍ତୁ ବ୍ୟସ୍ତ, ବିବ୍ରତତା ମଧ୍ୟରେ ସମୟ ଅତିବାହିତ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri