Posted inRasifala

ରାଶିଫଳ: ବୁଧବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଓ ଛୋଟ ଦୋକାନ କାରବାରରୁ ଭଲ ଫଳ ମିଳି ନ ପାରେ । କିନ୍ତୁ ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ନେଇପାରନ୍ତି । ଅଫିସ୍‌ରେ ଆଲୋଚନା ପରିସରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ ।
ବୃଷ
ବୃଷ
ଶାରୀରିକ ଦୁର୍ବଳତା ଯୋଗୁ କୌଣସି କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରସ୍ପରିକ ଆଲୋଚନା କ୍ରମେ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ବନ୍ଧୁଙ୍କ ପରାମର୍ଶରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି ।
ମିଥୁନ
ମିଥୁନ
ନିଜ ଲୋକଙ୍କ ସାହାଯ୍ୟରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କ୍ଷେତ୍ରରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ଗସ୍ତକାଳରେ ଅନ୍ୟମନସ୍କହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାର ସମ୍ଭାବନା ରହିଛି ।
କର୍କଟ
କର୍କଟ
ପର କଥାରେ ଭୁଲ୍‌ ମାର୍ଗ ଅନୁସରଣ କରି ଅପଦସ୍ଥ ହେବେ । ଅର୍ଥ ଓ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ । ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାମ ହାସଲ କରିବା ପାଇଁ ଚେଷ୍ଟା କରିପାରନ୍ତି । ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ କିଛି ବ୍ୟତିକ୍ରମ ପରିଲକ୍ଷିତ ହେବ ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅନ୍ୟମାନଙ୍କଠାରୁ କିଛି ଖବର ଶୁଣି କିମ୍ବା ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସଙ୍ଗକୁ ମତାନ୍ତର ଦେଖା ଦେଇପାରେ। ମିତ୍ର କେହି ଛଳନା କରି ଦୂରେଇ ଯାଇପାରନ୍ତି ।
କନ୍ୟା
ଆଜି ପ୍ରତ୍ୟେକ କାମ ଠିକ୍‌ ସମୟରେ ସମ୍ପନ୍ନ ହେବା କାରଣରୁ ଖୁସି ରହିବେ । ବାଣିଜ୍ୟ, ବ୍ୟବସାୟ ଓ ସାମ୍ବାଦିକତା ତଥା ଏଜେନ୍ସିପରେ ଆଶାଜନକ ସୁଫଳ ମିଳିବ । କଠିନ ପରିଶ୍ରମଜନିତ ଆକସ୍ମିକ ଭାବରେ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ପ୍ରତ୍ୟୁପତ୍ନମତିତା କାରଣରୁ ଅସୁବିଧାଜନକ ସ୍ଥିତିରୁ ମଧ୍ୟ ମୁକୁଳିଯିବେ ।
ତୁଳା
ତୁଳା
ଘରୋଇ ସମସ୍ୟା ସମାଧାନ ହୋଇଯିବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଚାକିରି କ୍ଷେତ୍ରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ସତ୍‌ସଙ୍ଗ କିମ୍ବା ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିୟୋଜିତ ହୋଇ ଖୁସି ହେବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ ।
ବିଛା
ବିଛା
ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅବସାଦ ଲାଗି ରହିପାରେ । ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ଜ୍ୟେଷ୍ଠା ନକ୍ଷତ୍ରର ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ନିର୍ଭିକତା ଓ ସତ୍ୟ ଭାଷଣରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ ।
ଧନୁ
ଧନୁ
ଅଚାନକ ଭାବରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ; ଯାହା କି ଆପଣଙ୍କ କାମ ସୁବିଧାରେ ହୋଇଯିବ। ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା ପ୍ରତି ଆଗ୍ରହ ବଢିପାରେ ।
ମକର
ମକର
କର୍ମକ୍ଷେତ୍ରରେ ପରୋକ୍ଷ ସାହାଯ୍ୟ ଲାଭ କରି ମନୋବଳ କ୍ରମଶଃ ବୃଦ୍ଧି ପାଇବ । ପରିଶ୍ରମର ପାରିଶ୍ରମିକ ପାଇବେ, ଏଥି ସକାଶେ କଳହ କରିବାକୁ ପଡିପାରେ । ଆନୁଷ୍ଠାନିକ କାମରେ ସଫଳତା ଦିଗକୁ ମନ ବଳାଇବେ । ଅନ୍ୟମନସ୍କ ରହିବା କାରଣରୁ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ ।
କୁମ୍ଭ
କୁମ୍ଭ
ମାନସିକ ସ୍ଥିତି ଯାହା ଥାଉନା କାହିଁକି ଅନ୍ୟମାନଙ୍କୁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ନିର୍ମାଣ କାମ ଧିମେଇ ଯିବାରୁ ସାମୟିକ ବ୍ୟସ୍ତତା ଅନୁଭଭ କରିପାରନ୍ତି । ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ । ବ୍ୟବସାୟିକ ସଫଳତା ଅବଶ୍ୟ ମିଳିବ ତଥାପି ସଂକଟଜନକ ସ୍ଥିତି ସମ୍ପୂର୍ଣ୍ଣ ସୁଧୁରି ପାରିବ ନାହିଁ ।
ମୀନମୀନ
ଆଜି ଦିନଟିରେ ଯାହା କହିବେ କିମ୍ବା କରିବେ ତାହା ଆପଣଙ୍କ ବିପକ୍ଷରେ ଯାଇପାରେ । ନିଜ ପରିସରରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଜଣେ କାମରେ ଅସହଯୋଗ କରିପାରେ । ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ କିମ୍ବା ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ । ପରିବାରରେ ଛୋଟ ଛୋଟ କଥାରେ କଳହ ଲାଗିବାର ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri