Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ
ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତା, ପିଲାଙ୍କ ସମ୍ପର୍କରେ ଚିନ୍ତିତ ରହିବେ। ଯେଉଁ କାମ କରନ୍ତୁନା କାହିଁକି ଠିକ୍‌ ସମୟରେ ସରିବା କଷ୍ଟକର ହେବ। ପରିବାର ହେଉ କିମ୍ବା କର୍ମକ୍ଷେତ୍ର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ। ବାଣିଜ୍ୟ, ନିର୍ମାଣ, ପରିବହନ, ବ୍ୟବସାୟିକସ୍ଥିତି ପ୍ରାୟତଃ ହାଲୁକା ରହିବ।
ବୃଷ
ବୃଷ
ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟାରମ୍ଭ, ଆଲୋଚନା, ବନ୍ଧୁ ମିଳନ ପାଇଁ ସୁନ୍ଦର ସୁଯୋଗ ସୃଷ୍ଟି କରିବ। ଅନୁକୂଳ ପରିବେଶ କାମ ହାସଲ ପାଇଁ ଖୋରାକ ଯୋଗାଇବ। କୌଣସି ଆଲୋଚନାରେ ତର୍କ ଓ ବିବାଦୀୟ କଥା, ପିଲାଙ୍କ ସମସ୍ୟା ନେଇ ବ୍ୟସ୍ତତା ବଢ଼ିପାରେ। ପାରିବାରିକ ସମ୍ପର୍କ, ପରିବହନରେ ସମସ୍ୟା, ପରୋକ୍ଷ ଶତ୍ରୁତା ହେତୁ ଚିନ୍ତାରେ ରହିବେ।
ମିଥୁନ
ମିଥୁନ
ଆଜି ହାତରୁ ଖର୍ଚ୍ଚ କରି ଅନ୍ୟକୁ ଖୁଆଇ ପିଆଇ ସବୁଠି ଆଦର ପାଇବେ। ଫେରି ଯାଇଥିବା ବନ୍ଧୁ ଘରକୁ ଲେଉଟି ଆସିବାରୁ ଖୁସି ହେବେ ନାହିଁ। ବାକି ଥିବା ଲୋକଟିକୁ ବକେୟା ମାଗିବା କାରଣରୁ ପରିସ୍ଥିତି ଉତ୍ତେଜନାମୂଳକ ହୋଇପାରେ। ରାସ୍ତାରେ ଯିବା ସମୟରେ କୌଣସି ଅଜଣା ଲୋକ ସହ ବାକ୍‌ ବିତଣ୍ଡା ସୃଷ୍ଟି ହେବ।
କର୍କଟ
କର୍କଟ
ଉପକୃତ ହୋଇଥିବା ବ୍ୟକ୍ତିଙ୍କ ବେଖାତିର ମନୋଭାବ ହେତୁ ଟିକିଏ କଥାରେ ରାଗିପାରନ୍ତି। କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ପଡ଼ିବ। ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। ପାରିବାରିକ କ୍ଷେତ୍ରରେ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ।
ସି˚ହ
ସି˚ହ
ସ୍ବାସ୍ଥ୍ୟ ପ୍ରତି ଜଗି ନ ରହିଲେ ଅସୁବିଧାର ସମ୍ମୁଖୀନ ହେବେ। ବନ୍ଧୁଙ୍କଠାରୁ ନାସ୍ତି ସୂଚକ ବାକ୍ୟ ଶୁଣି ବିଷାଦଗ୍ରସ୍ତ ହେବେ। ହଜି ଯାଇଥିବା ଜିନିଷ ପୁଣି ଫେରି ପାଇବେ। ଅବଶ୍ୟ କିଛି ସମୟ ହଇରାଣ ହେବାକୁ ପଡ଼ିବ। ପରିବହନ, ବ୍ୟବସାୟ, ନିର୍ମାଣ, ସଂଗଠନ ଓ ରାଜନୀତି ପାଇଁ ଦିନଟି ମନ୍ଦ ନୁହେଁ।
କନ୍ୟା
ଆକସ୍ମିକ ଭାବରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ। ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ; ଯାହା କି ସମସ୍ୟା ସୃଷ୍ଟି କରିପାରେ। ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ବାଣିଜ୍ୟ, ପରିବହନ, ଲୋକ ସମ୍ପର୍କ, ଆନୁଷ୍ଠାନିକ କାମରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ।
ତୁଳା
ତୁଳା
ସହକର୍ମୀଙ୍କୁ ନୂତନ ଦିଗ୍‌ଦର୍ଶନ ଦେଇ ପ୍ରଶଂସିତ ହେବେ। ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡରେ ତକଲିଫ୍‌ ହୋଇପାରେ। ଗାଡ଼ି, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର, ପୋଷାକପତ୍ର କିଣିବାକୁ ମନବଳାଇ ପାରନ୍ତି। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭଲ ପାଉଥିବା ବନ୍ଧୁଟି କ୍ରମଶଃ ଦୂରେଇ ଯିବ, ଫଳରେ ମନରେ ସରସତା ରହିବ ନାହିଁ।
ବିଛା
ବିଛା
ଆଜି ହଠାତ୍‌ କିଛି ନୂଆ କାମ କରିବାକୁ ମନ ବଳିବ। ଏଥିପାଇଁ ଆନୁଷଙ୍ଗିକ ସାହାଯ୍ୟ ମଧ୍ୟ ପାଇଯିବେ। କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିପାରେ। ଆଜି ହିଁ ଯୋଗାଯୋଗ କରନ୍ତୁ, ଅବଶ୍ୟ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ବ୍ୟବସାୟ, ସାମ୍ବାଦିକତା, ସାହିତ୍ୟ ଚର୍ଚ୍ଚା, ଆନୁଷ୍ଠାନିକ ଆଲୋଚନାକୁ ପୂରା କରିବେ।
ଧନୁ
ଧନୁ
ପ୍ରତିଟି କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ସାମନା କରିବାକୁ ପଡ଼ିବ। ପାରିବାରିକ କ୍ଷେତ୍ରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଲାଗି ରହିଥିବା ଟେନସନ୍‌ ଦୂର ହେବ। ଆଶା ପୂରଣ ହେବା ମାନସରେ ଅନ୍ୟର ପ୍ରହେଳିକାପୂର୍ଣ୍ଣ କଥାରେ ପଡ଼ି ପଛରେ ଦୌଡ଼ିପାରନ୍ତି।
ମକର
ମକର
ନୂତନ ବନ୍ଧୁତା ସ୍ଥାପନ କରିବା ଦିଗରେ ଆଜି ଦିନଟି ସ୍ମରଣୀୟ ହୋଇ ରହିବ। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗୁଁ ମଉଜ ମଜଲିସ୍‌ରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। କଳା, ସାହିତ୍ୟ, କ୍ରୀଡାଦି ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ।
କୁମ୍ଭ
କୁମ୍ଭ
ନିଜର ଅବହେଳା ଯୋଗୁଁ କେତେକ କାମରେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଶାନ୍ତ ରହିବ। ପ୍ରଶାସନ, ପ୍ରେସ୍‌ ଓ ପବ୍ଲିକେଶନ, ଗବେଷଣା, ଅନୁସନ୍ଧାନରେ ଆଶାନୁଯାୟୀ ଫଳ ପାଇବେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ବିଭିନ୍ନ ପ୍ରକାରର କଟୁ ମନ୍ତବ୍ୟ ଦେଇପାରନ୍ତି।
ମୀନମୀନ
ଆଜି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। କାର୍ଯ୍ୟବ୍ୟସ୍ତତା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା ଓ ପରିବହନ କ୍ଷେତ୍ରରେ ଝଗଡା ଲାଗିପାରେ। ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

ରାଶିଫଳ: ସୋମବାର , ଜୁଲାଇ ୬ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରରେ ବୁଧ ଓ ବୃହସ୍ପତିଙ୍କ ଯୋଗୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ…

ରାଶିଫଳ: ରବିବାର, ଜୁଲାଇ ୫ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁମାନଙ୍କ ପରାମର୍ଶକ୍ରମେ ଦୂରଯାତ୍ରା କରିବାକୁ ମନ ବଳାଇବେ। ଗୃହ ମରାମତି, ଭୂମିକ୍ରୟ, ଗାଡ଼ିମୋଟର, ଯାନ୍ତ୍ରିକ ଜିନିଷ କ୍ରୟ କରିପାରନ୍ତି। ଟଙ୍କା ପଇସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri