Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୦ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପାରିବାରିକ ପରିସ୍ଥିତି ପ୍ରତି ଦୃଷ୍ଟି ନ ରଖିଲେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବୃଷ
ବୃଷ
ଯେକୌଣସି ପରିସ୍ଥିତିରେ ମଧ୍ୟ ମନବଳ ଖୁବ୍‌ ଟାଣ ରହିବ ଏବଂ କାର୍ଯ୍ୟ ହାସଲରେ ସମର୍ଥ ହେବେ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବନ୍ଧୁଙ୍କୁ କର୍ମକ୍ଷେତ୍ରରେ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିପାରନ୍ତି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମିଥୁନ
ମିଥୁନ
ବନ୍ଧୁଙ୍କ ସମ୍ମୁଖରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିପାରନ୍ତି। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଆନୁଷଙ୍ଗିକ ସାହାଯ୍ୟ ମଧ୍ୟ ପାଇବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଯାହା କି ସମସ୍ୟାର କାରଣ ହୋଇପାରେ।
କର୍କଟ
କର୍କଟ
ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ ହେଲେ ମଧ୍ୟ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବାରେ ସମର୍ଥ ହେବେ। ପ୍ରିୟ ବନ୍ଧୁ ସମ୍ପର୍କରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ବ୍ୟବସାୟ, ପରିବହନରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡିପାରେ।
ସି˚ହ
ସି˚ହ
ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଏବଂ ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିିପାରନ୍ତି। ପରିସ୍ଥିତିରେ ପଡି ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ବାଧାପାପ୍ତ ହେବ ନାହିଁ। ସାମୟିକ ଦୁର୍ବଳତାଜନିତ ଅସୁସ୍ଥତା ଅନୁଭବ କରିପାରନ୍ତି।
କନ୍ୟା
ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି। ନିଜ ନିଜର ସୁବିଧାକୁ ଆଖି ଆଗରେ ରଖି ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ରୋଗ, ଋଣ ଓ ଶତ୍ରୁତାର ଦାଉ ଅସମ୍ଭାଳ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅଭିଯୋଗ ସକାଶେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ଆଜି ପରିସ୍ଥିତିରେ ପଡି ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ ମାର୍ଗର ଅନୁସରଣ କରି ପସ୍ତେଇବେ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଅର୍ଥ ସଂକଟର ଦୂରୀକରଣ ନିମିତ୍ତ ସମ୍ପର୍କୀୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବିଛା
ବିଛା
ଭୁଲ୍‌ ବୁଝାମଣାରୁ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ। ଆଗାମୀ ସମୟରେ ହେବାକୁ ଥିବା ମାଙ୍ଗଳିକ କାର୍ଯ୍ୟ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। କୌଣସି ବିଷୟକୁ ନେଇ ମନରେ ବାରମ୍ବାର ଆଲୋଡନଜନିତ ଅନ୍ୟମନସ୍କ ରହିବେ। ସାମାଜିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ।
ଧନୁ
ଧନୁ
ପାରିବାରିକ ସମସ୍ୟାର ଆପୋଷ ଆଲୋଚନା ଦ୍ୱାରା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମାନସିକ ଚାପଜନିତ ଅବସାଦ ଯୋଗଁୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ଏଣେ ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ କାର୍ଯ୍ୟ ସମ୍ପନ୍ନର ଆଶା ମଉଳି ଯାଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟଧରି କର୍ମ କଲେ ସଫଳତା ପାଇପାରିବେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା, ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ପାଇବେ। ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟିବ।
କୁମ୍ଭ
କୁମ୍ଭ
ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ସାମାଜିକ ସ୍ତରରେ ନୀଚ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। ବ୍ୟବସାୟ ଓ ପରିବହନରେ ଶିଥିଳତା କାରଣରୁ ମନ ଭଲ ରହି ନ ପାରେ।
ମୀନମୀନ
କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ନେଇ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। କେତେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ। ସାମାଜିକ ବୁଝାମଣା ଠିକ୍‌ ରହିବ। କୂଟନୀତି ବଳରେ କାର୍ଯ୍ୟ ସାଧିତ ହେବ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟି ଆଶ୍ୱସ୍ତି ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri