Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସହାୟତାରେ ଅବୁଝା ବନ୍ଧୁଙ୍କୁ ବୁଝାଇ ମନେଇବାରେ ମଧ୍ୟ ସମର୍ଥ ହୋଇପାରିବେ। ମନ ଚାହୁଁଥିବା ଜିନିଷ ଲାଭ କରିବା ଦିଗରେ ଚେଷ୍ଟା ଅବ୍ୟାହତ ରଖିଲେ ଆଶା ଅପୂରଣୀୟ ରହିବ ନାହିଁ। ବାଣିଜ୍ୟ, ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନର ସୁଯୋଗ ପାଇପାରନ୍ତି।
ବୃଷ
ବୃଷ

କର୍ମକ୍ଷେତ୍ରରେ ଅବହେଳାଜନିତ ଅଟକି ରହିଥିବା କାମଗୁଡିକୁ ତ୍ୱରାନ୍ବିତ କରିପାରିବେ। ଆଶା କରୁଥିବା ଦିଗରୁ ଧନପ୍ରାପ୍ତି ସହ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ବିବାଦର ସମାଧାନ କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି। ରୋହିଣୀ ନକ୍ଷତ୍ର ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢା ଦିଗରୁ ଉପକୃତ ହେବେ।

ମିଥୁନ
ମିଥୁନ
ଆଜି ଏକ ବିଶେଷ କାର୍ଯ୍ୟକ୍ରମରୁ ଅର୍ଥଲାଭ ଓ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ପରିବାରର ଆବଶ୍ୟକତାକୁ ନେଇ ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅଫିସ୍ କାମରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ। ଆରଦ୍ରା ନକ୍ଷତ୍ରର ବ୍ୟବସାୟରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
କର୍କଟ
କର୍କଟ
ଆଜି ସାମାଜିକ ସ୍ତରରେ ନିଜ କ୍ଷମତାର ଅପବ୍ୟବହାର ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। ନିଜ ଲୋକଙ୍କୁ ଅବିଶ୍ୱାସ କରି ପରକଥାରେ ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି। ଆକସ୍ମିକ ଆଗନ୍ତୁକ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଳାପ ଆଲୋଚନା କରିବାକୁ ପଡିପାରେ।
ସି˚ହ
ସି˚ହ
ଆପଣଙ୍କ ପାରିବାରିକ ଆବଶ୍ୟକତାକୁ ନେଇ ବ୍ୟୟର ମାତ୍ରା କ୍ରମଶଃ ବୃଦ୍ଧି ପାଇବ। ଏକାଧିକ ବିଭିନ୍ନ ପ୍ରକାରର କାମରେ ଅନୁପ୍ରବେଶ କାରଣରୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ତଥାପି ଈର୍ଷା ପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
କନ୍ୟା
ଆପଣ ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିବେ। ପରୋକ୍ଷ ଶତ୍ରୁତା, ଋଣ ଉଠାଣ, ଲଟେରି କାରବାରରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।
ତୁଳା
ତୁଳା
ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ ଓ ସଫଳତା ମଧ୍ୟ ପାଇବେ। ବନ୍ଧୁମାନଙ୍କ ସହ ହସ ଖୁସୀ ଓ ବିଳାସ ବ୍ୟସନରେ ସମୟ ଅତିବାହିତ ହେବ। ଆଧ୍ୟାମତ୍ିକ ପ୍ରବଚନ, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ବିଛା
ବିଛା
ପାରିପାର୍ଶ୍ୱିକ ପରିବେଶ ଓ ପରିସ୍ଥିତିକୁ ନେଇ ସାମାନ୍ୟ ଅସ୍ଥିରତା ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା ପାଇଁ ପ୍ରସ୍ତୁତିପର୍ବ କରିପାରନ୍ତି। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହୋଇପାରେ। ଜ୍ୟେଷ୍ଠା ନକ୍ଷତ୍ରର ରାଜନୈତିକ ସ୍ଥିତି ଓ ଅର୍ଥନୈତିକ ପ୍ରଗତି, ସାମାଜିକ ପ୍ରତିଷ୍ଠା ମଧ୍ୟ ବୃଦ୍ଧି ପାଇବ।
ଧନୁ
ଧନୁ
ଭୁଲ୍ ବୁଝାମଣା କାରଣରୁ ପରିବାରରେ ଶ୍ରଦ୍ଧା, ସମ୍ମାନ ଓ ଆଦରର ନୂ୍ୟନତା ଉପଲବ୍ଧତ୍ କରିବେ। କର୍ମକ୍ଷେତ୍ରରେ ଅସହଯୋଗ କାରଣଜନିତ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। କୌଣସି ବିଶ୍ୱସନୀୟ ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି।
ମକର
ମକର

କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ସାହାଯ୍ୟ ଲାଭକରି କାର୍ଯ୍ୟ ହାସଲ କରିବେ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ଏଜେନ୍ସିପରୁ ଖୁସି ରହିବେ। ଧନିଷ୍ଠା ନକ୍ଷତ୍ର ବିବଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତା କରି ସମସ୍ୟା ସମାଧାନ କରିପାରିବେ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ, ନୃତ୍ୟ ଓ ସଙ୍ଗୀତରେ ମଜି ରହିପାରନ୍ତି। କୌଣସି ଜନ ହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ। ପୂର୍ବଭାଦ୍ରବ ନକ୍ଷତ୍ରର ଯାତ୍ରାରେ କଳହ ଲାଗିବାର ଆଶଙ୍କା ରହିଛି।
ମୀନମୀନ

ଆପଣଙ୍କ ଲୋକପ୍ରିୟତା ଓ ପ୍ରତିଷ୍ଠା ପ୍ରଶଂସା ଅନ୍ୟମାନଙ୍କର ଗାତ୍ରଦାହର କାରଣ ହୋଇପାରେ। ଖଳଲୋକମାନଙ୍କ ଅନୁପ୍ରବେଶ କାରଣରୁ ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ସୃଷ୍ଟିହେବ। ଜଣେ ବ୍ୟକ୍ତି କର୍ମକ୍ଷେତ୍ରରେ ହଠାତ ଅସହଯୋଗ କରି ସମସ୍ୟାର କେନ୍ଦ୍ରବିନ୍ଦୁ ପାଲଟି ଯାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ଗତିକରିବାକୁ ପଡିପାରେ। ବନ୍ଧୁଙ୍କ ସହ ସହାନୁଭୂତିମୂଳକ ଆଲୋଚନା ମାଧ୍ୟମରେ ପରିବାରରେ ଶାନ୍ତି…

ରାଶିଫଳ: ରବିବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଚନ୍ଦ୍ରମଙ୍ଗଳ ଯୋଗରୁ ଯେଉଁ କାମରେ ହାତଦେବେ, ସେଥିରେ ସଫଳତା ନିଶ୍ଚିତ। ମନ ଅସ୍ଥିର ରହିଲେ ମଧ୍ୟ ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ।…

ରାଶିଫଳ: ଶନିବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri