Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ
ଦୀର୍ଘଦିନରୁ ଅଟକି ରହିଥିବା କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। ପରିଜନଙ୍କ ସହିତ ବିଳାସ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। କର୍ମକ୍ଷେତ୍ରର ବିବାଦୀୟ ଘଟଣାରେ ପାଟି ଖୋଲିବା ଠିକ୍‌ ହେବନାହିଁ। ବନ୍ଧୁଙ୍କ ସହାୟତାରେ ଆର୍ଥିକ ସମସ୍ୟାକୁ ସୁଧାରି ନେବେ।
ବୃଷ
ବୃଷ

ବର୍ତ୍ତମାନର ପରିସ୍ଥିତିବଶତଃ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ସ୍ଥିତି ଲାଗି ରହିପାରେ।ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ବ୍ୟସ୍ତତା ମଧ୍ୟ ବଢିଯିବ। ରାଜନୀତି ଓ କ୍ରୀଡ଼ା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।

ମିଥୁନ
ମିଥୁନ
କର୍ମକ୍ଷେତ୍ରରେ କୌଣସି ହୃଦୟବାନ ବ୍ୟକ୍ତିଙ୍କ ସହାୟତାରୁ କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ସଙ୍ଗକୁ ଦୂରଯାତ୍ରାର ସୁଯୋଗ ପାଇବେ।କାମ କରିଚାଲିଲେ ସବୁ କିଛି ସମସ୍ୟାର ସମାଧାନ ଆପଣାଛାଏଁ ହୋଇଯିବ।
କର୍କଟ
କର୍କଟ
ପରୋକ୍ଷଶତ୍ରୁତା ହେତୁ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହେବାକୁ ପଡିବ। ସମସ୍ୟା ଲାଗିରହିବା କାରଣରୁ ଅନ୍ୟମନସ୍କ ରହି ବିଭିନ୍ନ ପ୍ରକାରର ସମସ୍ୟାକୁ ଡାକି ଆଣି ପାରନ୍ତି। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ସି˚ହ
ସି˚ହ
କୌଣସି ନୂତନ କାମର ଯୋଜନା କରି ସଫଳତା ହାସଲ କରିବେ।ବନ୍ଧୁଙ୍କ ସହ ଆଲୋଚନା, ଖେଳ, ମଉଜ ମଜଲିସ୍‌ରେ ସମୟ କଟାଇପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖା ଦେଇପାରେ। ଘରୋଇ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ, ଯାହା କି ସମସ୍ୟାର କାରଣ ହୋଇପାରେ।
କନ୍ୟା
ଆଜି ଏକ ଭିନ୍ନ ପରିସ୍ଥିତିରେ ବାନ୍ଧବୀଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଜଣେ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବେ।ଅର୍ଥ ସମ୍ପର୍କୀୟ ସମସ୍ୟା ସୁଧାରିନେବା ସହ ବିବାଦୀୟ ଘଟଣାରେ ଚିନ୍ତିତ ରହିବେ। ଧାତୁ ଅଳଙ୍କାର କ୍ରୟଯୋଗ ରହିଛି।
ତୁଳା
ତୁଳା
କୌଣସି ବନ୍ଧୁଙ୍କ କାମରେ ବ୍ୟସ୍ତତା ବଢିଯାଇପାରେ କିନ୍ତୁ କୌଣସି ଅସୁବିଧା ହେବ ନାହିଁ। ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଦିଗଟି ମନ୍ଦ ହେବନି। ଆଜି ଘରୋଇ ବରାଦ ଅନୁଯାୟୀ କିଛି ମନୋରଞ୍ଜନ ଜିନିଷ କ୍ରୟ କରିବେ।ନିଜର ଆତ୍ମୀୟମାନଙ୍କ ପକ୍ଷପାତିତା କାରଣରୁ କ୍ଷୋଭ ପ୍ରକାଶ କରିବେ।
ବିଛା
ବିଛା
ଖୁବ୍‌ କମ୍‌ ସମୟ ମଧ୍ୟରେ କର୍ମକ୍ଷେତ୍ରରେ ଲାଗି ରହିଥିବା ବ୍ୟସ୍ଥତା ଦୂର ହୋଇଯିବ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ନ ହୋଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ।କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା କ୍ରୀଡା କ୍ଷେତ୍ରରେ ସଫଳତା ମିଳିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
ଆଜି ହଠାତ୍‌ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ।କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ଆଗାମୀ କାଲି ସକାଶେ କୌଣସି ଯୋଜନା ପ୍ରସ୍ତୁତ କରିବା ଦିଗରେ ବିଚାରବିମର୍ଶ କରିବେ।
ମକର
ମକର

ପାରିବାରିିକ ସମସ୍ୟାର ସରଳ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ସାଧାରଣ କଥାରୁ ନିକଟ ସମ୍ପର୍କୀୟମାନଙ୍କ ସହ କଳହରେ ଲିପ୍ତ ରହିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିବନ୍ଧକ ଲାଗି ରହିବ। ଆଜିର ଫେରିବା ବାଟରେ ବନ୍ଧୁଙ୍କ ସହ ସାଧାରଣ ବଚସା ହୋଇପାରେ।

କୁମ୍ଭ
କୁମ୍ଭ
ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ମନ ଭଲ ରହି ନ ପାରେ। ଶିଳ୍ପ, ବାଣିଜ୍ୟ ଏବଂ କଳା, ସାହିତ୍ୟରେ ଉନ୍ନତି କରି ଖୁସୀ ମନାଇ ପାରନ୍ତି। ଆଜିର ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ।ଗତକାଲିର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ।
ମୀନମୀନ

ବାରମ୍ବାର ଚେଷ୍ଟାକରି ମଧ୍ୟ କାର୍ଯ୍ୟହାନି କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। ଆଜି ଦିନଟିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ଏହା ସଙ୍ଗକୁ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri