

ବର୍ତ୍ତମାନର ପରିସ୍ଥିତିବଶତଃ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ସ୍ଥିତି ଲାଗି ରହିପାରେ।ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ବ୍ୟସ୍ତତା ମଧ୍ୟ ବଢିଯିବ। ରାଜନୀତି ଓ କ୍ରୀଡ଼ା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ।ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।








ପାରିବାରିିକ ସମସ୍ୟାର ସରଳ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ସାଧାରଣ କଥାରୁ ନିକଟ ସମ୍ପର୍କୀୟମାନଙ୍କ ସହ କଳହରେ ଲିପ୍ତ ରହିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିବନ୍ଧକ ଲାଗି ରହିବ। ଆଜିର ଫେରିବା ବାଟରେ ବନ୍ଧୁଙ୍କ ସହ ସାଧାରଣ ବଚସା ହୋଇପାରେ।


ବାରମ୍ବାର ଚେଷ୍ଟାକରି ମଧ୍ୟ କାର୍ଯ୍ୟହାନି କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। ଆଜି ଦିନଟିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ଏହା ସଙ୍ଗକୁ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ।

