Posted inRasifala

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମାନସିକ ଶାନ୍ତି ପାଇବେ। ନିର୍ମାଣ, ପ୍ରଶାସନିକ ସ୍ତରରେ ଆଲୋଚନା ସ୍ଥଗିତ ରହିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ପାରିବାରିକ ଅସ୍ଥିରତା କାରଣରୁ ଅଶ୍ୱିନୀ ନକ୍ଷତ୍ର ମାନସିକ ସ୍ତରରେ ଅଶାନ୍ତ ରହିବେ।
ବୃଷ
ବୃଷ
ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। କୃତ୍ତିକା ନକ୍ଷତ୍ରର କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଏଜେନ୍ସିପ୍‌, ପ୍ରଶାସନରେ ସମସ୍ୟା ଦୂର ହେବ।
ମିଥୁନ
ମିଥୁନ
ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ। ସାଧାରଣ କଥାରେ ଯୁକ୍ତିତର୍କ କରି କଳହକୁ ନିୟନ୍ତ୍ରଣ କରିପାରନ୍ତି। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ଆଶଙ୍କା କରି ମନ ଅସ୍ଥିର ରହିବ। ଆରଦ୍ରା ନକ୍ଷତ୍ର ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
କର୍କଟ
କର୍କଟ
ସାମାନ୍ୟ ସ୍ବାସ୍ଥ୍ୟ ସମସ୍ୟା କିମ୍ବା ପାରିବାରିକ ଦ୍ୱନ୍ଦ୍ୱ ମନକୁ ଭାରାକ୍ରାନ୍ତ କରିବ। ଭାବପ୍ରବଣତା ବୃଦ୍ଧି ପାଇବା ହେତୁ ତାହା ସୁଯୋଗ ହରାଇବାରେ ସାହାଯ୍ୟ କରିବ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୁଷ୍ୟା ନକ୍ଷତ୍ରର ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ସି˚ହ
ସି˚ହ
ଆଜି ପ୍ରତ୍ୟେକ କାମ ସମସ୍ୟାବହୁଳ ରହିବ କିନ୍ତୁ ସାମାନ୍ୟ ଡେରିରେ କାମ ସମ୍ପନ୍ନ ହେବ। କୌଣସି ସ୍ଥାନକୁ ଯିବା ସମୟରେ ନିଜର ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ପୂର୍ବାଫାଲଗୁନୀ ନକ୍ଷତ୍ରର ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବ। ଚାକିରି କ୍ଷେତ୍ରରେ ବହୁତ ଦିନରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ।
କନ୍ୟା
ପ୍ରତ୍ୟେକ ସ୍ତରରୁ ସାହାଯ୍ୟ ଲାଭ କରି ଚେଷ୍ଟା କରୁଥିବା କାମରେ ଆଗ୍ରହ ପ୍ରକାଶ କରିବେ। କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିଙ୍କୁ ବିଶ୍ୱାସ କରି ଠକାମିରେ ପଡ଼ିବେ। ଷ୍ଟେସନାରୀ ଜିନିଷ, ଧାତୁ ଅଳଙ୍କାର ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଉତ୍ତରାଫାଲଗୁନୀ ନକ୍ଷତ୍ର ବ୍ୟବସାୟରେ ଅର୍ଥ ସମ୍ପର୍କରୁ ଖୁସି ରହିବେ।
ତୁଳା
ତୁଳା
ଆଜି ସକାଳୁ ଘରେ ସାଧାରଣ କଥାରେ ଝଗଡ଼ା ହେବାର ସମ୍ଭାବନା ରହିଛି। ଯାନବାହନରେ ସତର୍କ ରହିବା ଭଲ, ନତୁବା ପର କ୍ଷଣରେ ମନସ୍ତାପ କରିବାକୁ ପଡ଼ିବ। ଆଲୋଚନା, ରାଜନୀତି, ସଭାସମିତିରେ ସଫଳତା ହାସଲ କରିବେ। ଚିତ୍ରା ନକ୍ଷତ୍ର କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ବିଛା
ବିଛା
ଅଯଥା ଗୁଡ଼ାଏ ଚିନ୍ତା ମନକୁ ନ ଆଣି କାମରେ ଲାଗି ପଡ଼ିବା ଭଲ ହେବ। ପୂର୍ବରୁ ଆଲୋଚନା କରିଥିବା ଅନୁଯାୟୀ ବନ୍ଧୁଙ୍କଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଜ୍ୟେଷ୍ଠା ନକ୍ଷତ୍ର ମନପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।
ଧନୁ
ଧନୁ
ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ ହେବା କାରଣରୁ ଖୁସି ରହିବେ। ମୂଳା ନକ୍ଷତ୍ର ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ। ଗୃହ, ଜମିଜମା, ପ୍ଲଟ କାରବାର, ଏଜେନ୍ସିପ୍‌ ସମ୍ପର୍କୀୟ ଚିନ୍ତା କରିପାରନ୍ତି। ଆପଣଙ୍କ ଅନୁରୋଧ ରକ୍ଷାପୂର୍ବକ ବନ୍ଧୁ କାମଟି କରିଦେବେ।
ମକର
ମକର
ଯାହା କରିବାକୁ ମନସ୍ଥ କରିଛନ୍ତି, ତାହା ଶୀଘ୍ର ଆରମ୍ଭ କରିଦେବା ଭଲ ହେବ କିଛି ଅସୁବିଧା ହେବ ନାହିଁ। ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। କୌଣସି ଶୁଭ ମାଙ୍ଗଳିକ କାମ ସକାଶେ ବ୍ୟସ୍ତ ରହିପାରନ୍ତି। ଧନିଷ୍ଠାନକ୍ଷତ୍ରର ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବଢ଼ିବ।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟା ବୃଦ୍ଧି ପାଇବା କାରଣରୁ ସବୁ କିଛି ଠିକ୍‌ ଥିଲେ ମଧ୍ୟ ମନରେ ସରସତା ରହିବ ନାହିଁ। ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ପୂର୍ବଭାଦ୍ରବ ନକ୍ଷତ୍ରର ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲିତ ହେବ।
ମୀନମୀନ

ଉତ୍ତରଭାଦ୍ରବ ନକ୍ଷତ୍ର ପୂର୍ବକଳ୍ପିତ ନୂତନ ଯୋଜନା କରିବାରେ ମନ ଦେବେ। ନିକଟ ସମ୍ପର୍କୀୟମାନେ କ୍ରମଶଃ ନିକଟତର ହେବାରେ ଲାଗି ପାରନ୍ତି। ବାଦବିବାଦରେ ଆପୋସ ସମାଧାନ ଘଟିବ। ପରିବାରରେ ଅଶାନ୍ତ ଦୂର ହେବାରେ ପାଖ ପଡ଼ୋଶୀଙ୍କ ଅବଦାନ ଅବିସ୍ମରଣୀୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri