Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ର ଭାବପ୍ରବଣତାରେ ବାସ୍ତବତା ଅପେକ୍ଷା କଳ୍ପନାରେ ଆନନ୍ଦ ଅନୁଭବ କରିବେ। ରବିବାରର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନ୍‌ସନ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ଦେଖାଦେଇପାରେ।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ସମାଲୋଚନାରୁ ରକ୍ଷାପାଇବେ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ବନ୍ଧୁଙ୍କ ଗହଣରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବାର ଅପଚେଷ୍ଟା କରି ଧରାପଡ଼ିଯିବେ।
ମିଥୁନ
ମିଥୁନ
ମୃଗଶିରା ନକ୍ଷତ୍ର ପରିସ୍ଥିତିକୁ ଆଖି ଆଗରେ ରଖି ଯେସାକୁ ତେସା ନୀତିରେ କାମ କରିବେ। ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। କଳା, ସାହିତ୍ୟ, ପ୍ରଶାସନିକ ସ୍ତରରେ ସ୍ଥିତି ଅନୁକୂଳ ହୋଇପାରେ। କୌଣସି ଦୂରାଗତ ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି।
କର୍କଟ
କର୍କଟ
ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବ, କିନ୍ତୁ କର୍ମକ୍ଷେତ୍ର ସନ୍ତୋଷଜନକ ରହି ନ ପାରେ। ଅଶ୍ଳେଷା ନକ୍ଷତ୍ରର ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ଭୁଲ୍‌ ବୁଝାମଣା ଓ ସନ୍ଦେହଜନିତ ପାରିବାରିିକ ସମସ୍ୟା ଗୁରୁତର ହୋଇପାରେ।
ସି˚ହ
ସି˚ହ
ଦୀର୍ଘଦିନ ହେଲା ଯେତେ ଚେଷ୍ଟାକଲେ ମଧ୍ୟ ଆର୍ଥିକ ସ୍ବଚ୍ଛଳତା ନ ରହିବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ଯାହା କଲେ ମଧ୍ୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ବ୍ୟବସାୟରେ ଲାଭର ମାତ୍ରା ବଢ଼ିବ ନାହିଁ। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ସକାଶେ ହିତୈଷୀଙ୍କ ଦ୍ୱାରା ପ୍ରଭାବିତ ହୋଇ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
କନ୍ୟା
ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବନ୍ଧୁମାନେ ସହଯୋଗର ପ୍ରତିଶ୍ରୁତି ଦେବେ, କିନ୍ତୁ ନିର୍ଦ୍ଦିଷ୍ଟ ସମୟରେ ଦୂରେଇ ରହିବେ। ଆମତ୍ୀୟଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତା ବଢ଼ିପାରେ, ଅବଶ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ହସ୍ତା ନକ୍ଷତ୍ର ଆଇନ ଅଦାଲତରୁ ସୁଫଳ ପାଇ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ସ୍ବାତୀ ନକ୍ଷତ୍ର ସଭାସମିତିରେ ଯୋଗଦେଇ ଲାଭବାନ୍‌ ହେବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ହଠାତ୍‌ ବହୁ ଟଙ୍କା ଖର୍ଚ୍ଚକରିବା କାରଣରୁ ଦୁଃଖିତ ହେବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ପାଇଁ ଅବହେଳାରୁ ହାତମୁଠାରୁ ସୁ୍‌ଯୋଗ ଖସିଯାଇପାରେ। ମନକଥା ମନରେ ମାରି ରହିବେ, ମୁହଁ ଖୋଲିବାର ରାସ୍ତା ପାଇବେ ନାହିଁ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ଅବଶ୍ୟ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ ଏବଂ ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି।
ଧନୁ
ଧନୁ
ଆଜି ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବେ ଏବଂ ଅର୍ଥ ସଂଗ୍ରହରେ ତପତ୍ର ହୋଇ ସଫଳତା ପାଇବେ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ, ତଥାପି ପଛକୁ ଫେରିବାର ଉପାୟ ନ ଥିବ। ମୂଳା ନକ୍ଷତ୍ର ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍‌ ରୋଗରେ କଷ୍ଟ ପାଇପାରନ୍ତି।
ମକର
ମକର
ଆଜି ଯେତେ ସୁବିଧାରେ ଚଳିବା ପାଇଁ ଚେଷ୍ଟାକଲେ ମଧ୍ୟ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ମନୋରଞ୍ଜନ ସକାଶେ ମନ ବଳାଇବେ, କିନ୍ତୁ ଆର୍ଥିକ ଦୁରବସ୍ଥା ତାହା କରାଇ ଦେବ ନାହିଁ। ଧନିଷ୍ଠା ନକ୍ଷତ୍ର ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ।
କୁମ୍ଭ
କୁମ୍ଭ
ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ, କିନ୍ତୁ ସାମାନ୍ୟ ବିଳମ୍ବରେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇପାରନ୍ତି। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ଫଳତଃ ସ୍ବାସ୍ଥ୍ୟହାନିର ଆଶଙ୍କା ରହିବ। ଶତଭିଷା ନକ୍ଷତ୍ର ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ।
ମୀନମୀନ

ସମସ୍ତ ସୁବିଧା ଥାଇ ମଧ୍ୟ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଉତ୍ତରଭାଦ୍ରପଦ ନକ୍ଷତ୍ର ହଜିଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ, କିନ୍ତୁ ଅର୍ଥାଭାବ ଓ ପାରିବାରିକ ସମସ୍ୟା ହେତୁ ଉଦାସୀନ ରହିବେ। ଜମିଜମା କାରବାର, ଆଲୋଚନା, ସଭାସମିତି, କଳା, ସାହିତ୍ୟାଦି କ୍ଷେତ୍ରରେ ସୁଫଳ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri