Posted inRasifala

ରାଶିଫଳ: ଶନିବାର ଅକ୍ଟୋବର ୭ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ଘଟିପାରେ। ପରିବାରରେ କଳହ, ଅଶାନ୍ତି ଦେଖାଦେଇପାରେ। ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ଲୋକଙ୍କ ବିରୋଧ ସାଙ୍ଗକୁ ବିଭିନ୍ନ ଅଭାବ, ଅସୁବିଧାର ସାମ୍ନା କରିବାକୁ ପଡ଼ିପାରେ। ଅନ୍ୟମାନଙ୍କୁ ଭଲରେ ରଖିବାକୁ ଚେଷ୍ଟା କଲେ ମଧ୍ୟ ସମୟ ଓ ପରିସ୍ଥିତି ସବୁକିଛି ବିଗାଡି ଦେବ। ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। କିଛି ମୂଲ୍ୟବାନ ଜିନିଷ କିଣିବା କାରଣରୁ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ।
ମିଥୁନ
ମିଥୁନ
ଅର୍ଥ ସଂକଟ ଲାଗି ରହିଥିଲେ ମଧ୍ୟ ଆବଶ୍ୟକ ସମୟରେ ତାହା ପୂରଣ କରିପାରିବେ। ବୟସ୍କ ବ୍ୟକ୍ତିମାନେ ସାହାଯ୍ୟ ପୂର୍ବକ ସହାନୁଭୂତି ପ୍ରକାଶ କରିବେ। ଅସାବଧାନତା କିମ୍ବା ଅନ୍ୟମନସ୍କ ହେତୁ ଧନ ହାନି ଘଟିବାର ପୂର୍ଣ୍ଣସୂଚନା ରହିଛି। ଜମିଜମା କାରବାର କିିମ୍ବା କୌଣସି ଚୁକ୍ତିପତ୍ର ସମ୍ପାଦନ କରିବା ପାଇଁ ପ୍ରକୃଷ୍ଟ ଦିନ।
କର୍କଟ
କର୍କଟ
ପରିସ୍ଥିତି ପ୍ରତି ସଚେତନ ହୋଇ କାମ କରିବା ଦ୍ୱାରା ଶ୍ରମ ଲାଘବ ହୋଇପାରିବ। ପ୍ରଥମାବସ୍ଥାରେ ଅସୁବିଧା ଭଳି ମନେହେଲେ ମଧ୍ୟ ପରକ୍ଷଣରେ ବହୁତ ସୁବିଧା ଉପଭୋଗ କରିପାରିବେ। ଗୁରୁତ୍ୱପୂର୍ଣ୍ଣ କାମରେ ବନ୍ଧୁଙ୍କୁ ସାହାଯ୍ୟ ଭିକ୍ଷା କରିବାକୁ ପଡ଼ିପାରେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ସୁଫଳ ପାଇବେ।
ସି˚ହ
ସି˚ହ
ଆପଣଙ୍କ ସ୍ପଷ୍ଟବାଦିତା ଓ କାର୍ଯ୍ୟ ହାସଲର କଳା କୌଶଳକୁ ବନ୍ଧୁ ପ୍ରଶଂସା କରିପାରନ୍ତି। ପାରିବାରିକ ବିଷମତା ନେଇ ଚିନ୍ତିତ ଥିଲେ ମଧ୍ୟ ପ୍ରକାଶ କରିପାରିବେ ନାହିଁ। ବ୍ୟବସାୟରେ ପ୍ରତିବନ୍ଧକ ଦେଖାଦେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
କନ୍ୟା
ଅଟକି ରହିଥିବା କାମ ପୂରାଦମରେ କଲେ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ସାରିପାରିବେ ନାହିଁ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ସାଙ୍ଗଠନିକ କ୍ଷେତ୍ରରେ କିଛି ନୂତନ ଦିଗ୍‌ଦର୍ଶନ ଦେଇ ପ୍ରିୟଭାଜନ ହେବେ। ବ୍ୟବସାୟ, ପରିବହନ, ଜମିଜମା କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ବଢ଼ିପାରେ।
ତୁଳା
ତୁଳା
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରିବେ। ଯେତେ ରାଗିଥିଲେ ମଧ୍ୟ ବନ୍ଧୁଙ୍କ ସାମ୍ନାରେ କିଛି କଡ଼ା କଥା କହିପାରିବେ ନାହିଁ। ସରକାରୀ କାମରେ ଭ୍ରମଣ ହେତୁକ ଅବସାଦ ଦେଖାଦେଇପାରେ। ପାନ ମସଲା, ତେଜରାତି ଦୋକାନ, ହୋଟେଲ ବ୍ୟବସାୟରୁ ଆଜି ଭଲ ବେପାର ହେବ।
ବିଛା
ବିଛା
ଯେତେ ପାଇଲେ ମଧ୍ୟ ମନରେ ସନ୍ତୋଷ ଆସି ପାରିବ ନାହିଁ। କୌଣସି ଅଭାବ ଅସୁବିଧା ନ ଥିଲେ ମଧ୍ୟ କ’ଣ ହେଲା ଏଣୁତେଣୁ ଗୁଡ଼ାଏ ବେକାର କଥାରେ ମନ ଅଶାନ୍ତ ରହିବ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆତ୍ମୀୟମାନେ ପରୋକ୍ଷ ଭାବରେ ବିରୁଦ୍ଧାଚରଣ କରିବାର ସମ୍ଭାବନା ରହିଛି।
ଧନୁ
ଧନୁ
ଆଜି ଅଯଥା ଖର୍ଚ୍ଚାନ୍ତ ହେବା କାରଣରୁ ମାନସିକ ସ୍ତର ଉତ୍ତେଜିତ ରହିିପାରେ। ଘରେ ଅଶାନ୍ତିର ବାତାବରଣ ଏବଂ କର୍ମକ୍ଷେତ୍ରରେ କଳହକୁ ଏଡି ହେବନି। ବନ୍ଧୁଙ୍କ କଥା ରକ୍ଷା କରିବାକୁ ଯାଇ ନିଜ କାମ କରି ଫେରିପାରନ୍ତି। ଆନୁଷ୍ଠାନିକ କାମ, କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ଉପଯୁକ୍ତ ଭାବେ ସମ୍ମାନିତ ହେବେ।
ମକର
ମକର
ବିଳମ୍ବିତ ସମୟରେ ଅଭିଳାଷ ପୂରଣ ହେବ ତଥାପି ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସ୍ଥାନ ପାଇବ। ବନ୍ଧୁଙ୍କ ସାହାଯ୍ୟରେ ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ରୋଗ ଶଯ୍ୟାରେ ପଡ଼ିଥିବା ନିକଟ ସମ୍ପର୍କୀୟଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଘର କାମ ଛାଡ଼ି ଉପରିସ୍ଥଙ୍କ ନିର୍ଦ୍ଦେଶରେ କାମ କରିବାକୁ ବାଧ୍ୟ ହେବେ। ଅସାବଧାନତାବଶତଃ କାରଣରୁ ଘରେ କୌଣସି ଦବ୍ର୍ୟ ନଷ୍ଟ ହୋଇପାରେ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟିକ ଦିଗରୁ ଦିନଟି ଭଲ କିନ୍ତୁ ସମ୍ପୂର୍ଣ୍ଣ ସନ୍ତୋଷଜନକ ହେବନାହିଁ।
ମୀନମୀନ

ଯୋଜନାନୁଯାୟୀ ପ୍ରତ୍ୟେକ କାର୍ଯ୍ୟ କଲେ ମଧ୍ୟ କିଛି ପ୍ରତିବନ୍ଧକକୁ ସାମ୍‌ନା କରିବାକୁ ପଡ଼ିପାରେ। ପଡ଼ୋଶୀ ଈର୍ଷାପରାୟଣ ହୋଇ ପରୋକ୍ଷଭାବରେ ସମାଲୋଚନା କରିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ଚିନ୍ତା କରିବାକୁ ପଡ଼ିପାରେ। ଶାସ୍ତ୍ରାଲୋଚନା, ସତ୍‌ସଙ୍ଗ, ଆଧ୍ୟାତ୍ମିକ ଚିନ୍ତନ କ୍ଷେତ୍ରରେ ସହଯୋଗ ଲାଭ କରି ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ…

ରାଶିଫଳ: ବୁଧବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ମଧ୍ୟରେ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବ। ପାରିବାରିକ କ୍ଷେତ୍ରରେ ମତାନ୍ତର ଓ ବିତର୍କ ଜନିତ ଅଶାନ୍ତ ପରିସ୍ଥିତିର ଆଶଙ୍କା ଦେଖାଦେବ। ନିଜ ପରିସରର ଭଦ୍ରବ୍ୟକ୍ତିଙ୍କ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ ଆଜି ଆର୍ଥିକ ଅସଙ୍ଗତି ଦୂରକରିବା ସହ ଆଲୋଚନାକୁ ଅଗ୍ରଗାମୀ କରାଇବାରେ ସହାୟକ ହେବେ। ପୂର୍ବାଲୋଚନା ଅନୁଯାୟୀ ଆଜିର ଯାତ୍ରା, ନୂତନ କର୍ମାରମ୍ଭ, ପ୍ରଶାସନିକ ନିଷ୍ପତ୍ତିରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri