Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ
ବିଭିନ୍ନ ସମସ୍ୟା ସାଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତି ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୂରଯାତ୍ରା ପାଇଁ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ।
ବୃଷ
ବୃଷ
ଅସୁସ୍ଥତା ସାଙ୍ଗକୁ ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତିକୁ ସାମନା କରିବାକୁ ପଡିପାରେ। କୃତ୍ତିକାର ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜର ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବାର ସୂଚନା ରହିଛି। ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଜିଦ୍‌ରେ ଅଟଳ ରହିବା କାରଣରୁ କଳହ ଲାଗିପାରେ। ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମକୁ ଦେଖି ମାନସିକ ଆଘାତ ପାଇପାରନ୍ତି। ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ପୁନର୍ବସୁ ନକ୍ଷତ୍ର ଭ୍ରମଣ ସୁଯୋଗ ପାଇବେ, କିନ୍ତୁ ଫେରିବା ସମୟରେ ପୂର୍ବର ଆନନ୍ଦ ଆଉ ନ ଥିବ।
କର୍କଟ
କର୍କଟ
ଅଶ୍ଳେଷା ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରକାଶନ, ପ୍ରଶାସନ ଓ ନିର୍ମାଣ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ପଡୋଶୀଙ୍କ ଅଭିଯୋଗ ସକାଶେ ସାମୟିକ ମନରେ ଭାବାନ୍ତର ସୃଷ୍ଟି ହେବ। ବାଣିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ପୂର୍ବାଫାଲଗୁନୀ ନକ୍ଷତ୍ରର ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ। ଆକସ୍ମିକ ଭାବରେ ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
ଆଜିର କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ। ହସ୍ତା ନକ୍ଷତ୍ର ଆପଣଙ୍କ କାର୍ଯ୍ୟଦକ୍ଷତା ଓ କଥନଶୈଳୀରୁ ପ୍ରଶଂସିତ ହେବେ। ସଭାସମିତିରେ ତଥା ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
ଆତ୍ମୀୟଙ୍କ ସହଯୋଗରୁ ସମାଧାନର ସରଳସୂତ୍ର ବାହାର କରିପାରିବେ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଚିତ୍ରା ନକ୍ଷତ୍ର ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ କିନ୍ତୁ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି।
ବିଛା
ବିଛା
ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଜ୍ୟେଷ୍ଠା ନକ୍ଷତ୍ର ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ବୈବାହିକ କର୍ମ ସମ୍ପାଦନ ପାଇଁ ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କିତ ଆଲୋଚନା କଲେ ଉପକୃତ ହେବେ। ପ୍ରତିବନ୍ଧକ ହେତୁ ଉନ୍ନତିମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଉତ୍ତରାଷାଢ଼ା ନକ୍ଷତ୍ର ଦୀର୍ଘ ଦିନ ପରେ ଆଜି ଶାରୀରିକ ସୁସ୍ଥତା ଫେରିପାଇବେ।
ମକର
ମକର
ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସାମନା କରି କାମ ହାସଲ କରିବାକୁ ପଡିବ। ଧନିଷ୍ଠା ନକ୍ଷତ୍ରର ପରିବାରରେ ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇ ଯିବ।
କୁମ୍ଭ
କୁମ୍ଭ
ଅଭିମାନ କରି ରହିଥିବା ବନ୍ଧୁଙ୍କୁ ମନ ବୁଝତ୍ଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଶତଭିଷା ନକ୍ଷତ୍ରର କୌଣସି କାଗଜପତ୍ର ସମ୍ପର୍କିତ ଶୁଭ ସୂଚନା ପାଇ ମନ ଖୁସି ହୋଇଯିବ। ରାଜନୀତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ବହୁତ ଦିନରୁ ବାକି ପଡିଥିବା ଟଙ୍କା ଆଜି ଚେଷ୍ଟା କଲେ ଫେରି ପାଇବେ।
ମୀନମୀନ

ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ। ଉତ୍ତରଭାଦ୍ରପଦ ନକ୍ଷତ୍ର ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ସାମାଜିକ ସ୍ତରରେ ଉନ୍ନତିମୂଳକ କାମ ସକାଶେ ଦିନଟି ବହୁତ ଭଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି…

ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପରିବାର ଭିତରେ ଭୁଲ୍‍ ବୁଝାମଣା କାରଣରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଯୁକ୍ତିତର୍କଜନିତ କାମଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କଠିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri