Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୧୬ ତାରିଖ – Daily Horoscope

ମେଷ
ଆଜି ବୁଧାଦିତ୍ୟ ଯୋଗରୁ କର୍ମକ୍ଷେତ୍ରରେ ସୁପ୍ରତିଷ୍ଠିତ ହେବେ। କିନ୍ତୁ ସପ୍ତମସ୍ଥ ପାପଗ୍ରହ ପ୍ରଭାବରୁ ସ୍ତ୍ରୀଙ୍କ ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। କଳା, କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ବୃଷ
ବୃଷ
କେନ୍ଦ୍ରସ୍ଥ ନୀଚାରୋହୀ ଶୁକ୍ରଜନିତ ଅର୍ଥ ଓ ସମ୍ମାନ ମିଳିବା ଦିଗରେ ବିଶେଷ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣ ସମସ୍ୟା ସୃଷ୍ଟିର ଏକମାତ୍ର ମୁଖ୍ୟ କାରଣ ହୋଇପାରେ। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିବ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମିଥୁନ
ମିଥୁନ
ଭାଗ୍ୟାଧିପତିଙ୍କ ସ୍ବଗୃହମଣ୍ଡନଜନିତ ପ୍ରତ୍ୟେକ କାର୍ଯ୍ୟ ସାମାନ୍ୟ ବିଳମ୍ବିତ ସମୟରେ ସମ୍ପନ୍ନ ହେବ। ବନ୍ଧୁମାନଙ୍କ ମେଳରେ ଆଜିର ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରୀତିପ୍ରଦ ହୋଇପାରେ। କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ଅଫିସ୍‌ କାମର କେତେକ ଘଟଣାର ବିବରଣୀ ସମୂହ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଅଷ୍ଟମସ୍ଥ ଶନି ପ୍ରଭାବରୁ ଆଜି ଦିନଟିରେ କୈାଣସି ଅତୀତ ଘଟଣାର ସମୀକ୍ଷା କରିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଆବଶ୍ୟକତା ପୂରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥଲାଭ କରିବେ। ବ୍ୟବସାୟରେ ଉନ୍ନତି ଘଟିବା ସାଙ୍ଗକୁ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ସି˚ହ
ସି˚ହ
ମୁଖଭାବରେ ବୁଧ ହେତୁ ଅପ୍ରିୟ ସତ୍ୟ ଭାଷଣ ସମସ୍ୟା ସୃଷ୍ଟି କରିପାରେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଉପରିସ୍ଥଙ୍କ ଆଦେଶାନୁଶାରେ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
କନ୍ୟା
କେତୁଯୁକ୍ତ ମଙ୍ଗଳ ହେତୁ ଆପଣଙ୍କ ରୁକ୍ଷ ବ୍ୟବହାରରେ ବନ୍ଧୁ ଅତିଷ୍ଠ ହେବେ। ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ ଓ କାର୍ଯ୍ୟଗୁଡିକ ମଧ୍ୟ ଠିକ୍‌ ସମୟରେ ସମ୍ପନ୍ନ ହେବା କଷ୍ଟକର ହେବ। ଯେତେ ଭଲ କାମ କଲେ ମଧ୍ୟ ଟିକିଏ କଥାରେ ଚିହ୍ନା ପଡ଼ି ସମାଲୋଚିତ ହେବେ।
ତୁଳା
ତୁଳା
ପାପଗ୍ରହ ପ୍ରଭାବରୁ ଦୈହିକ ଅସୁସ୍ଥତା ମାନସିକ ଅଶାନ୍ତିର କାରଣ ହୋଇପାରେ। ଯେତେ ପ୍ରକାରର ଉପାୟ ଅବଲମ୍ବନ କଲେ ମଧ୍ୟ ଲୋକସମ୍ପର୍କ ବୃଦ୍ଧି ପାଇବା ଦୁଷ୍କର ହୋଇପଡିବ। ଅପରାହ୍ନେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ।
ବିଛା
ବିଛା
କର୍ମକ୍ଷେତ୍ରରେ ଶୁକ୍ରଜନିତ ପ୍ରତ୍ୟେକ ସ୍ତରରେ ପ୍ରଶଂସିତ ହେବେ। ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶାଜନକ ଖବର ପାଇ ସାମୟିକ ଖୁସି ହୋଇଯିବେ। ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟିବ। ସଂଗଠନ, ରାଜନୀତି, ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ।
ଧନୁ
ଧନୁ
ଶନିଙ୍କ ପ୍ରଭାବରେ ମନୋବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିବେ। ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି। ଆଜିର ଦୂରଯାତ୍ରା ସଫଳ ହେବ। ଆଶା ପୂରଣ ହେବ। ଅଭାବ ନ ଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଅସ୍ଥିରତା ହିଁ ମାନସିକ ଅଶାନ୍ତିର କାରଣ ହେବ।
ମକର
ମକର
ଭାଗ୍ୟ ସ୍ଥାନରେ ରବି ଓ ବୁଧଜନିତ ମାନସିକ ସ୍ଥିତି ଏକପ୍ରକାର ଭଲ ରହିବ। ଭୁଲ୍‌ ବୁଝାମଣା କାରଣରୁ ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ଠିକ୍‌ ଭାବେ ବୁଝି ପାରିବେନି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଶୁକ୍ର ଓ ଶନିଙ୍କ ପାରସ୍ପରିକ ଦୃଷ୍ଟିଜନିତ ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ। ତଥାପି ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଆର୍ଥିକ ଦୁଃସ୍ଥିତି ଚିନ୍ତାଜନକ ପରିଣାମ ସୃଷ୍ଟି କରିବାର ଆଶଙ୍କା ରହିଛି।
ମୀନମୀନ

ଦ୍ୱିତୀୟସ୍ଥ ଗୁରୁଚଣ୍ଡାଳ ଯୋଗ ପ୍ରଭାବରେ କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀହୋଇପାରନ୍ତି। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?