Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ
ଆଜି ସପ୍ତମ ଚନ୍ଦ୍ର ହେତୁ ନୂତନ କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଶୁଭ ପ୍ରମାଣିତ ହେବ। କିନ୍ତୁ ମତାନ୍ତର କିମ୍ବା ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି। ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅନ୍ୟମାନଙ୍କୁ ସାମୟିକ ସହଯୋଗ ଦେଇ ପରୋକ୍ଷ ଭାବରେ ପ୍ରଶଂସିତ ହେବେ। ନୂତନ ଯାନବାହନ, ଜମିଜମା, କ୍ରୟବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ।
ମିଥୁନ
ମିଥୁନ
ବିଭିନ୍ନ ସମସ୍ୟାଜନିତ ମନ ଅସ୍ଥିର ରହିବ ଓ ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ, କିନ୍ତୁ ହୁଏତ ତାହାକୁ ଅସ୍ବୀକାର କରିଦେଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
କର୍କଟ
କର୍କଟ
ଆଜି କାର୍ଯ୍ୟବ୍ୟସ୍ତତା କାରଣରୁ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବେ ରହିପାରିବେ ନାହିଁ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂରହୋଇଯିବ। ଅଭିଳାଷ ପୂରଣ ଅଭାବରେ ମାନସିକ ଅବସାଦ ହେତୁ ବିରସମନା ରହିବେ।
ସି˚ହ
ସି˚ହ
ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
ଆଜି ଦିନରେ ସବୁ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ସମ୍ପନ୍ନ ହେବ ନାହିଁ। ଗଠନମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଋଣ ସୂତ୍ରରେ ଅର୍ଥଲାଭ କରିବେ। ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବକରି ପାରନ୍ତି। ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ।
ତୁଳା
ତୁଳା
ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ସତର୍କତା ଅଭାବରୁ ଜିନିଷପତ୍ର ହଜିଯିବା ସମ୍ଭାବନା ରହଛି। ପ୍ରକାଶନ, ପ୍ରଶାସନ, ନିର୍ମାଣ ଓ ପରିବହନ ପାଇଁ ଦିନଟି ଭଲ। ସମସ୍ୟା ସମାଧାନ ସକାଶେ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ବିଛା
ବିଛା
ଆକସ୍ମିକ ଭାବେ ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପରିବାରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିବେ।
ଧନୁ
ଧନୁ
ସମସ୍ୟା ଯଦିଓ ଆସିବ ତଥାପି ବେଶି ସମୟ ରହିବ ନାହିଁ। ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଅଫିସରେ କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିବ। ସାମାଜିକ ସ୍ତରରେ କିଛିଟା ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି।
ମକର
ମକର
ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡ଼ିବ। ପରିବାର ଭିତରେ ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଅନ୍ୟମାନଙ୍କ କଥାକୁ ସତ୍ୟ ମନେକରି ମନରେ ସନ୍ଦେହ ଦେଖାଦେଇପାରେ। ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇଯିବ।
କୁମ୍ଭ
କୁମ୍ଭ
ଅଭାବବୋଧ ଲାଗି ରହିବା କାରଣରୁ ବ୍ୟସ୍ତତା ବଢ଼ି ବଢ଼ି ଯିବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ପ୍ରକାଶନ, ପ୍ରଶାସନ ଓ ପରିବହନରେ ସମସ୍ୟାର ସମାଧାନ ରାସ୍ତା ଖୋଲିଯିବ। ପ୍ରଥମେ କାମଟି କରିସାରିବା ପରେ ଚିନ୍ତାକରି ମନସ୍ତାପ କରିବାକୁ ପଡ଼ିପାରେ।
ମୀନମୀନ

ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ।
ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri