Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୨୧ ତାରିଖ– Daily Horoscope

ମେଷ
କଥାରେ ମନ ମୋହିବେ, କିନ୍ତୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡ଼ିପାରେ। ଭୁଲ୍ ବୁଝାମଣାରୁ ପରିବାରରେ ମତାନ୍ତର ସୃଷ୍ଟି ହେବ। ପାଖ ଲୋକଟିକୁ ସାହାଯ୍ୟ କରିବାକୁ ଯାଇ ପରେ ଅନୁତାପ କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ। ବୁଝାମଣା ଅଭାବରୁ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ପରିବାରରେ କଳହ ଲାଗିବ। ହାତ ଖାଲି ନରହିଲେ ମଧ୍ୟ ଆଶାନୁରୂପ ପାଇପାରିବେ ନାହିଁ।
ମିଥୁନ
ମିଥୁନ
ମାଙ୍ଗଳିକ କାର୍ଯ୍ୟରେ ସାମୟିକ ସମସ୍ୟା ଦେଖାଦେଲେ ବି ପରେ ତାହା ସଂପନ୍ନ ହେବ। ପରିବାରରେ ମତଭେଦ କାରଣରୁୁ କଳହ ସୃଷ୍ଟି ହୋଇପାରେ। ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ଫେରନ୍ତା ବାଟରେ ବନ୍ଧୁଙ୍କ ଦେଖା ନ ପାଇ ବ୍ୟସ୍ତ ହେବେ।
କର୍କଟ
କର୍କଟ
ଆଲୋଚନା ମଧ୍ୟରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡ଼ିବେ। କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି, ବାସ୍ତବରେ ସେପରି କିଛି ହେବନି। ଟେନ୍ସନ୍ ବଢ଼ିବା କାରଣରୁ ରକ୍ତଚାପ ମଧ୍ୟ ବଢ଼ିପାରେ।
ସି˚ହ
ସି˚ହ
ବିଶେଷ ଭ୍ରମଣ ହେତୁ ଆକସ୍ମିକ ଭାବରେ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଇଚ୍ଛା ନ ଥାଇ ମଧ୍ୟ ଘର ଅପେକ୍ଷା ବାହାରେ ବେଶୀ ସମୟ କଟାଇବାକୁ ପଡ଼ିପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ସଫଳତା ପାଇବା କଷ୍ଟକର ହେବ। ଦୀର୍ଘ ଦିନରୁ ରହି ଆସିଥିବା ବକେୟା ଟଙ୍କା ଆଜି ପାଇବେ।
କନ୍ୟା
ଆର୍ଥିକ ଅଭିବୃଦ୍ଧିରୁ କାମରେ ଅଗ୍ରଗତି ଘଟିବ। ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କହିବାରେ ସଂଯମତା ରକ୍ଷା ନ କଲେ ସମାଲୋଚିତ ହୋଇ ପାରନ୍ତି। ଅଧା କାମ ଶେଷ ପର୍ଯ୍ୟାୟକୁ ଯିବା ସମୟରେ ସମସ୍ୟା ଉପୁଜିବ,କିନ୍ତୁ ଆଲୋଚନା ଦ୍ୱାରା ସମାଧାନ ହେବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ହଜି ଯାଇପାରେ। ବନ୍ଧୁମାନଙ୍କୁ ସୁପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ଆତ୍ମତୃପ୍ତି ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
ଆଜିର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସବୁ ଭଲ ହେଲେ ମଧ୍ୟ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଦୂରଯାତ୍ରାରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଏଣୁ ସତର୍କ ରହିବା ଉଚିତ।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ନିଜ ନିଜର ସ୍ବାର୍ଥସାଧନ ମାନସରେ ନିଜ ଲୋକମାନେ ଦାଉ ସାଧିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମୟିକ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଦିନତମାମ ଚିନ୍ତିତ ହେବେ।
ମକର
ମକର
ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନେବେ। ବିବାଦୀୟ ପରିସ୍ଥିତିରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତିି ସେଥିରେ କିଛି ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ସାମାଜିକସ୍ତରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧିପାଇବ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯିବାରୁ ଆଶ୍ୱସ୍ତି ଲାଭ କରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ସନ୍ତାନହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛି। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ଇଚ୍ଛା ନଥିଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତିି।
ମୀନମୀନ
ଭୋଗ ବିଳାସର ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇ କଳହକୁ ନିମନ୍ତ୍ରଣ କରିପାରନ୍ତି। ନୂତନ ନିଯୁକ୍ତି ଖବର ପାଇବାର ସୂଚନା ପାଇ ଖୁସି ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri