Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୨୧ ତାରିଖ– Daily Horoscope

ମେଷ
କଥାରେ ମନ ମୋହିବେ, କିନ୍ତୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡ଼ିପାରେ। ଭୁଲ୍ ବୁଝାମଣାରୁ ପରିବାରରେ ମତାନ୍ତର ସୃଷ୍ଟି ହେବ। ପାଖ ଲୋକଟିକୁ ସାହାଯ୍ୟ କରିବାକୁ ଯାଇ ପରେ ଅନୁତାପ କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ। ବୁଝାମଣା ଅଭାବରୁ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ପରିବାରରେ କଳହ ଲାଗିବ। ହାତ ଖାଲି ନରହିଲେ ମଧ୍ୟ ଆଶାନୁରୂପ ପାଇପାରିବେ ନାହିଁ।
ମିଥୁନ
ମିଥୁନ
ମାଙ୍ଗଳିକ କାର୍ଯ୍ୟରେ ସାମୟିକ ସମସ୍ୟା ଦେଖାଦେଲେ ବି ପରେ ତାହା ସଂପନ୍ନ ହେବ। ପରିବାରରେ ମତଭେଦ କାରଣରୁୁ କଳହ ସୃଷ୍ଟି ହୋଇପାରେ। ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ଫେରନ୍ତା ବାଟରେ ବନ୍ଧୁଙ୍କ ଦେଖା ନ ପାଇ ବ୍ୟସ୍ତ ହେବେ।
କର୍କଟ
କର୍କଟ
ଆଲୋଚନା ମଧ୍ୟରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡ଼ିବେ। କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି, ବାସ୍ତବରେ ସେପରି କିଛି ହେବନି। ଟେନ୍ସନ୍ ବଢ଼ିବା କାରଣରୁ ରକ୍ତଚାପ ମଧ୍ୟ ବଢ଼ିପାରେ।
ସି˚ହ
ସି˚ହ
ବିଶେଷ ଭ୍ରମଣ ହେତୁ ଆକସ୍ମିକ ଭାବରେ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଇଚ୍ଛା ନ ଥାଇ ମଧ୍ୟ ଘର ଅପେକ୍ଷା ବାହାରେ ବେଶୀ ସମୟ କଟାଇବାକୁ ପଡ଼ିପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ସଫଳତା ପାଇବା କଷ୍ଟକର ହେବ। ଦୀର୍ଘ ଦିନରୁ ରହି ଆସିଥିବା ବକେୟା ଟଙ୍କା ଆଜି ପାଇବେ।
କନ୍ୟା
ଆର୍ଥିକ ଅଭିବୃଦ୍ଧିରୁ କାମରେ ଅଗ୍ରଗତି ଘଟିବ। ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କହିବାରେ ସଂଯମତା ରକ୍ଷା ନ କଲେ ସମାଲୋଚିତ ହୋଇ ପାରନ୍ତି। ଅଧା କାମ ଶେଷ ପର୍ଯ୍ୟାୟକୁ ଯିବା ସମୟରେ ସମସ୍ୟା ଉପୁଜିବ,କିନ୍ତୁ ଆଲୋଚନା ଦ୍ୱାରା ସମାଧାନ ହେବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ହଜି ଯାଇପାରେ। ବନ୍ଧୁମାନଙ୍କୁ ସୁପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ଆତ୍ମତୃପ୍ତି ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
ଆଜିର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସବୁ ଭଲ ହେଲେ ମଧ୍ୟ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଦୂରଯାତ୍ରାରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଏଣୁ ସତର୍କ ରହିବା ଉଚିତ।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ନିଜ ନିଜର ସ୍ବାର୍ଥସାଧନ ମାନସରେ ନିଜ ଲୋକମାନେ ଦାଉ ସାଧିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମୟିକ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଦିନତମାମ ଚିନ୍ତିତ ହେବେ।
ମକର
ମକର
ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନେବେ। ବିବାଦୀୟ ପରିସ୍ଥିତିରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତିି ସେଥିରେ କିଛି ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ସାମାଜିକସ୍ତରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧିପାଇବ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯିବାରୁ ଆଶ୍ୱସ୍ତି ଲାଭ କରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ସନ୍ତାନହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛି। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ଇଚ୍ଛା ନଥିଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତିି।
ମୀନମୀନ
ଭୋଗ ବିଳାସର ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇ କଳହକୁ ନିମନ୍ତ୍ରଣ କରିପାରନ୍ତି। ନୂତନ ନିଯୁକ୍ତି ଖବର ପାଇବାର ସୂଚନା ପାଇ ଖୁସି ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri