Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୨୧ ତାରିଖ – Daily Horoscope

ମେଷ
ମାନସିକ ଅସ୍ଥିରତା କାରଣରୁ କୌଣସି କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତି ବିଗାଡ଼ି ଦେଇପାରେ। ରଚନାତ୍ମକ କାମ, ଆନୁଷ୍ଠାନିକ କାମ, ବନ୍ଧୁମାନଙ୍କ ସହ ଆଲୋଚନାରୁ ଆଶ୍ୱସ୍ତି ଲାଭ କରିବେ। କୃତ୍ତିକା ନକ୍ଷତ୍ର ଯେଉଁ କାମରେ ହାତ ଦେଲେ ମଧ୍ୟ ନିଶ୍ଚିତ ସଫଳତା ପାଇବେ।
ବୃଷ
ବୃଷ
ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ସାମ୍ନା କରିବାକୁ ପଡିପାରେ। ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜର ସ୍ବାର୍ଥ ସାଧନରେ ଲଗାଇପାରନ୍ତି। ଭାଇ ଭଉଣୀଙ୍କ ସହ ସମ୍ପର୍କ ତିକ୍ତ ହୋଇପାରେ। ଯାତ୍ରା, ପ୍ରଶାସନ, ପ୍ରକାଶନ, ବାଣିଜ୍ୟ ଓ ବ୍ୟବସାୟ ତଥା ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
ନିଜ ଲୋକମାନଙ୍କ ବିରୁଦ୍ଧାଚରଣଜନିତ ଟିକିଏ କଥାରେ କଳହ ଲାଗିପାରେ। ଅର୍ଥ ସମ୍ବନ୍ଧୀୟ କଥା, ଚୁକ୍ତିପତ୍ର, ଜମିଜମା କାରବାର ସକାଶେ ଦିନଟି ବହୁତ ଭଲ। କିନ୍ତୁ ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ଯୋଗୁ ମାନସିକ ଆଘାତ ପାଇବେ। ସମସ୍ୟାର ସରଳ ସମାଧାନ ସଙ୍ଗକୁ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରୁ ଯଥେଷ୍ଟ ସମ୍ମାନ ଓ ସଦିଚ୍ଛା ପାଇବେ। ବନ୍ଧୁଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ ପରୋକ୍ଷରେ ସମାଲୋଚିତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରକୁ ବିପଦସଂକୁଳ କରିବାର ଆଶଙ୍କାକୁ ଏଡି ହେବନାହିଁ। ପ୍ରକାଶନ, ପ୍ରଶାସନ, ନିର୍ମାଣ କ୍ଷେତ୍ରରେ ସହଯୋଗ, ସମ୍ମାନ ପାଇ ଖୁସି ହେବେ।
ସି˚ହ
ସି˚ହ
ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ଧୈର୍ଯ୍ୟହାନି ଘଟିବ ନାହିଁ। ବିବାଦୀୟ ଘଟଣାରେ ବିଜୟୀ ହେଲେ ମଧ୍ୟ ସଂଘର୍ଷପୂର୍ଣ୍ଣ ସ୍ଥିତି ବଳବତ୍ତର ରହିବ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାର କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ରାଜନୈତିକ କିମ୍ବା ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ।
କନ୍ୟା
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ମନ୍ଦ ହେବନି। ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରିବେ। ଗଠନମୂଳକ କିମ୍ବା ସାମୂହିକ କାମରେ କିମ୍ବା ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବ। ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ବାଣିଜ୍ୟ, ବ୍ୟବସାୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ।
ତୁଳା
ତୁଳା
ଆତ୍ମୀୟଙ୍କ ସହଯୋଗରୁ ସମାଧାନର ସରଳ ସୂତ୍ର ବାହାର କରିବାରେ ସମର୍ଥ ହେବେ। ଆର୍ଥିକ ସ୍ଥିତି, ପାରିବାରିକ ସଦ୍‌ଭାବ, ଭ୍ରମଣ ଓ ବନ୍ଧୁ ମିଳନଜନିତ ଆନନ୍ଦ ଅନୁଭବ କରିବେ। ଆଜିର ଯାତ୍ରା ଶୁଭପ୍ରଦ ହେବ। ତଥାପି ଜିନିଷପତ୍ର ହଜିବାର ସମ୍ଭାବନା ରହିଛି। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି।
ବିଛା
ବିଛା
ସତର୍କତା ଅଭାବରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍‌ ଓଲଟା ହୋଇଯିବ। ନିଜ ପରିସରର ଲୋକଙ୍କୁ ମନ ବୁଝିଲାଭଳି କଥା କହି କାମ ହାସଲ କରିବେ। ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବାରେ ସମର୍ଥ ହେବେ। କଳା ସାହିତ୍ୟ, କ୍ରୀଡା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଦୀର୍ଘ ଦିନ ପରେ ଶରୀର ସୁସ୍ଥ ହେବାରୁ ମାନସିକ ଅସ୍ଥିରତା ଦୂରେଇଯିବ। ଦୂରଯାତ୍ରା, ପର୍ଯ୍ୟଟନ, ବନ୍ଧୁ ସମ୍ପର୍କ, ଆମଦାନି କାରବାର ପାଇଁ ଦିନଟି ଭଲ। ଜମିଜମା ସମ୍ବନ୍ଧୀୟ କଥାବାର୍ତ୍ତା ପ୍ରଭୃତିରେ ଉନ୍ନତମାନର ସୁଫଳ ମିଳିବ।
ମକର
ମକର
ମାନସିକ ଚାପ ସଙ୍ଗକୁ ବିଭିନ୍ନ ଦିଗରୁ ପ୍ରତିବନ୍ଧକ ସତ୍ତ୍ୱେ କାମ ହାସଲ କରିବାକୁ ପଡିବ। ପରିବାରରେ ଭୁଲ୍‌ ବୁଝାମଣା ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିପାରେ। ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ ଦୂରେଇ ଯିବେ।
କୁମ୍ଭ
କୁମ୍ଭ
ଅଧିକାଂଶ ସମୟ ଅନ୍ୟମନସ୍କଜନିତ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ। ମନରେ ଦୁଃଖ ରହିଥିଲେ ମଧ୍ୟ ଅଭିମାନ କରି ରହିଥିବା ବନ୍ଧୁଙ୍କୁ ବୁଝାଇବାରେ ସମର୍ଥ ହେବେ। ସରକାରୀ ସ୍ତରରୁ କୌଣସି କାଗଜପତ୍ର ସମ୍ପର୍କୀୟ ଶୁଭ ସୂଚନା ପାଇବେ। ଚେଷ୍ଟା କଲେ ବହୁତ ଦିନର ବାକି ଟଙ୍କା ଫେରି ପାଇବେ।
ମୀନମୀନ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ରହିବା ସହ କୌଣସି ନୂଆ କାମରେ ମନ ବଳାଇବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ବୃଦ୍ଧି ପାଇବା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ପାରିବାରିକ ପରିସ୍ଥିତିରେ ସୁଧାର ଆଣିବା ସକାଶେ ପ୍ରଯନତ୍ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆର୍ଥିକ ସ୍ଥିତି ମନ୍ଦ ହେବନାହିଁ। ଚନ୍ଦ୍ରଙ୍କ ସହିତ ରାହୁଙ୍କ ସଂଯୋଗ ପାରିବାରିକ ଏବଂ ସନ୍ତାନଙ୍କ ସ୍ବାସ୍ଥ୍ୟହାନିର କାରଣ ହେବ…

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri