Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ
ବକ୍ରୀ ମଙ୍ଗଳ ଅଶ୍ୱିନୀ ନକ୍ଷତ୍ରସ୍ଥ ଯୋଗୁ ଶାରୀରିକ ସୁସ୍ଥତା ପୂର୍ବପରି ଭଲ ଥିଲେ ମଧ୍ୟ ମାନସିକ ସ୍ଥିରତା ରହିବ ନାହିଁ । ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ଆର୍ଥିକ ସ୍ଥିତି ଦୁର୍ବଳ ହେବା କାରଣରୁ ସବୁ କାମ ଅଟକି ରହିପାରେ ।
ବୃଷ
ବୃଷ

ପାଖ, ପଡୋଶୀମାନେ ସହଯୋଗର ହାତ ବଢାଇବେ ଓ କାମଟି ସୁବିଧାରେ ହୋଇଯିବ । ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ପ୍ରିୟବନ୍ଧୁଙ୍କର ଅନୁପସ୍ଥିତିର ଅଭାବ ଅନୁଭବ କରିବେ ।

ମିଥୁନ
ମିଥୁନ
କର୍ମାଧିପ ପାପପ୍ରଭାବରୁ ମୁକ୍ତ ହେବା ଯୋଗୁ କୌଣସି ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରିବେ । ବିଶେଷଭାବେ ପ୍ରଶାସନ, ପ୍ରକାଶନ, ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ନିଜର ପ୍ରିୟଜନଙ୍କ ସହଯୋଗରୁ ଉପକୃତ ହେବେ ।
କର୍କଟ
କର୍କଟ
ଶୁକ୍ର ଓ ଚନ୍ଦ୍ରଙ୍କ କ୍ଷେତ୍ରବିନିମୟ ଯୋଗ ପ୍ରଭାବରୁ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ବହୁତ ଭଲ ରହିବ । ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ । ପୁଷ୍ୟା ନକ୍ଷତ୍ର ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି । ବିବାଦୀୟ ଘଟଣାରେ, ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା ରହିଛି ।
ସି˚ହ
ସି˚ହ
ନୀଚାରୋହୀ ରବିଙ୍କ ଯୋଗୁଁ ଦୈହିକ ଏବଂ ମାନସିକ ସୁସ୍ଥତା ଓ ସ୍ଥିରତା ରହି ନ ପାରେ । ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି । ପୂର୍ବାଫାଲଗୁନୀ ନକ୍ଷତ୍ର କ୍ରୀଡା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । କଚେରି ମାମଲାର ଶୁଣାଣିରୁ ମନ ଖୁସୀ ରହିବ ।
କନ୍ୟା
ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ କାମ ହାସଲ କରି ଖୁସୀ ହେବେ । ଚିତ୍ରା ନକ୍ଷତ୍ର ଯୋଜନା ବିହୀନ କାମରେ ମୁଣ୍ଡ ପୂରାଇ ଅଶାନ୍ତିକୁ ଆମନ୍ତ୍ରଣ କରିପାରନ୍ତି । ଭୁଲ୍‌ ବୁଝାମଣା ଜନିତ ପରିବାରରେ ଛୋଟ ଛୋଟ କଥା ନେଇ ଅଶାନ୍ତ ରହିବେ ।
ତୁଳା
ତୁଳା
ଆଜିର କାମରେ ଆବଶ୍ୟକତାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହୋଇପାରନ୍ତି । ବିଭିନ୍ନ ସମସ୍ୟା ମଧ୍ୟରେ ବୁଡିରହି ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ । ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ ।
ବିଛା
ବିଛା
ଶନିଙ୍କ ପ୍ରଭାବରୁ ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ ପାଇବ। ପରିବାରର ସଦସ୍ୟଙ୍କ ତରଫରୁ କିମ୍ବା ସହକର୍ମୀଙ୍କ ଦ୍ୱାରା ସମସ୍ୟା ଆସିପାରେ । ଜ୍ୟେଷ୍ଠା ନକ୍ଷତ୍ରର ଘରୋଇ ବ୍ୟାପାରରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ ।
ଧନୁ
ଧନୁ
ପରୋକ୍ଷ ଶତ୍ରୁତା କରୁଥିବା କୌଣସି ବ୍ୟକ୍ତିମାନଙ୍କ ଦ୍ୱାରା ଆଜିର କର୍ମ କ୍ଷେତ୍ର ବିଶୃଙ୍ଖଳିତ ହୋଇପାରେ । ମୂଳା ନକ୍ଷତ୍ର ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ । ଅଫିସରେ ସହକର୍ମୀମାନଙ୍କ ସହ ସାମୟିକ ମିଷ୍ଟାଳାପରେ ମାତି ରହିପାରନ୍ତି ।
ମକର
ମକର

ଆଜିର ପୂର୍ବାହ୍ନରେ ଅଫିସରୁ ହଠାତ୍‌ କାୈଣସି ଖବର ପାଇ ବିଚଳିତ ବୋଧ କରିବେ । ଆର୍ଥିକ ସ୍ଥିତି ମନ୍ଦ ହେବନି କିନ୍ତୁ ଆବଶ୍ୟକତା ପୂର୍ଣ୍ଣ ହେବା କାଠିକର ପାଠ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ । ବିଶୃଙ୍ଖଳା ଲାଗି ରହିବା କାରଣରୁ ମନ ସ୍ଥିର ରହିବ ନାହିଁ ।

କୁମ୍ଭ
କୁମ୍ଭ
ଶନିଙ୍କ ବଳବାନତ୍ୱ ହେତୁ ଉପଯୁକ୍ତ ଚିକିତ୍ସା କରିବା ହେତୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁ ମାନଙ୍କ ସାହାଯ୍ୟ ଭିକ୍ଷା କରି ପାରନ୍ତି । ଶତଭିଷା ନକ୍ଷତ୍ରର ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ ।
ମୀନମୀନ

ସାଧାରଣ କଥାକୁ ଅତିରଞ୍ଜିତ କରି ପରିବାର ଭିତରେ ଅଯଥା ବ୍ୟସ୍ତତାଜନିତ ସମାଲୋଚିତ ହେବେ । ପରିସ୍ଥିତି ବଶତଃ ଧାର କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହୋଇପାରନ୍ତି । ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ । ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri