Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ
ବକ୍ରୀ ମଙ୍ଗଳ ଅଶ୍ୱିନୀ ନକ୍ଷତ୍ରସ୍ଥ ଯୋଗୁ ଶାରୀରିକ ସୁସ୍ଥତା ପୂର୍ବପରି ଭଲ ଥିଲେ ମଧ୍ୟ ମାନସିକ ସ୍ଥିରତା ରହିବ ନାହିଁ । ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ଆର୍ଥିକ ସ୍ଥିତି ଦୁର୍ବଳ ହେବା କାରଣରୁ ସବୁ କାମ ଅଟକି ରହିପାରେ ।
ବୃଷ
ବୃଷ

ପାଖ, ପଡୋଶୀମାନେ ସହଯୋଗର ହାତ ବଢାଇବେ ଓ କାମଟି ସୁବିଧାରେ ହୋଇଯିବ । ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ପ୍ରିୟବନ୍ଧୁଙ୍କର ଅନୁପସ୍ଥିତିର ଅଭାବ ଅନୁଭବ କରିବେ ।

ମିଥୁନ
ମିଥୁନ
କର୍ମାଧିପ ପାପପ୍ରଭାବରୁ ମୁକ୍ତ ହେବା ଯୋଗୁ କୌଣସି ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରିବେ । ବିଶେଷଭାବେ ପ୍ରଶାସନ, ପ୍ରକାଶନ, ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ନିଜର ପ୍ରିୟଜନଙ୍କ ସହଯୋଗରୁ ଉପକୃତ ହେବେ ।
କର୍କଟ
କର୍କଟ
ଶୁକ୍ର ଓ ଚନ୍ଦ୍ରଙ୍କ କ୍ଷେତ୍ରବିନିମୟ ଯୋଗ ପ୍ରଭାବରୁ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ବହୁତ ଭଲ ରହିବ । ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ । ପୁଷ୍ୟା ନକ୍ଷତ୍ର ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି । ବିବାଦୀୟ ଘଟଣାରେ, ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା ରହିଛି ।
ସି˚ହ
ସି˚ହ
ନୀଚାରୋହୀ ରବିଙ୍କ ଯୋଗୁଁ ଦୈହିକ ଏବଂ ମାନସିକ ସୁସ୍ଥତା ଓ ସ୍ଥିରତା ରହି ନ ପାରେ । ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି । ପୂର୍ବାଫାଲଗୁନୀ ନକ୍ଷତ୍ର କ୍ରୀଡା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । କଚେରି ମାମଲାର ଶୁଣାଣିରୁ ମନ ଖୁସୀ ରହିବ ।
କନ୍ୟା
ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ କାମ ହାସଲ କରି ଖୁସୀ ହେବେ । ଚିତ୍ରା ନକ୍ଷତ୍ର ଯୋଜନା ବିହୀନ କାମରେ ମୁଣ୍ଡ ପୂରାଇ ଅଶାନ୍ତିକୁ ଆମନ୍ତ୍ରଣ କରିପାରନ୍ତି । ଭୁଲ୍‌ ବୁଝାମଣା ଜନିତ ପରିବାରରେ ଛୋଟ ଛୋଟ କଥା ନେଇ ଅଶାନ୍ତ ରହିବେ ।
ତୁଳା
ତୁଳା
ଆଜିର କାମରେ ଆବଶ୍ୟକତାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହୋଇପାରନ୍ତି । ବିଭିନ୍ନ ସମସ୍ୟା ମଧ୍ୟରେ ବୁଡିରହି ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ । ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ ।
ବିଛା
ବିଛା
ଶନିଙ୍କ ପ୍ରଭାବରୁ ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ ପାଇବ। ପରିବାରର ସଦସ୍ୟଙ୍କ ତରଫରୁ କିମ୍ବା ସହକର୍ମୀଙ୍କ ଦ୍ୱାରା ସମସ୍ୟା ଆସିପାରେ । ଜ୍ୟେଷ୍ଠା ନକ୍ଷତ୍ରର ଘରୋଇ ବ୍ୟାପାରରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ ।
ଧନୁ
ଧନୁ
ପରୋକ୍ଷ ଶତ୍ରୁତା କରୁଥିବା କୌଣସି ବ୍ୟକ୍ତିମାନଙ୍କ ଦ୍ୱାରା ଆଜିର କର୍ମ କ୍ଷେତ୍ର ବିଶୃଙ୍ଖଳିତ ହୋଇପାରେ । ମୂଳା ନକ୍ଷତ୍ର ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ । ଅଫିସରେ ସହକର୍ମୀମାନଙ୍କ ସହ ସାମୟିକ ମିଷ୍ଟାଳାପରେ ମାତି ରହିପାରନ୍ତି ।
ମକର
ମକର

ଆଜିର ପୂର୍ବାହ୍ନରେ ଅଫିସରୁ ହଠାତ୍‌ କାୈଣସି ଖବର ପାଇ ବିଚଳିତ ବୋଧ କରିବେ । ଆର୍ଥିକ ସ୍ଥିତି ମନ୍ଦ ହେବନି କିନ୍ତୁ ଆବଶ୍ୟକତା ପୂର୍ଣ୍ଣ ହେବା କାଠିକର ପାଠ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ । ବିଶୃଙ୍ଖଳା ଲାଗି ରହିବା କାରଣରୁ ମନ ସ୍ଥିର ରହିବ ନାହିଁ ।

କୁମ୍ଭ
କୁମ୍ଭ
ଶନିଙ୍କ ବଳବାନତ୍ୱ ହେତୁ ଉପଯୁକ୍ତ ଚିକିତ୍ସା କରିବା ହେତୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁ ମାନଙ୍କ ସାହାଯ୍ୟ ଭିକ୍ଷା କରି ପାରନ୍ତି । ଶତଭିଷା ନକ୍ଷତ୍ରର ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ ।
ମୀନମୀନ

ସାଧାରଣ କଥାକୁ ଅତିରଞ୍ଜିତ କରି ପରିବାର ଭିତରେ ଅଯଥା ବ୍ୟସ୍ତତାଜନିତ ସମାଲୋଚିତ ହେବେ । ପରିସ୍ଥିତି ବଶତଃ ଧାର କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହୋଇପାରନ୍ତି । ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ । ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ସାହସିକ ପଦକ୍ଷେପ ନେଇ କାର୍ଯ୍ୟସାଧନ କରିବେ। ଆଶାତୀତ ଭାବରେ ସ୍ବାସ୍ଥ୍ୟରେ ଉନ୍ନତି ସଙ୍ଗକୁ ବନ୍ଧୁମିଳନରୁ ଖୁସୀ ରହିବେ। କିନ୍ତୁ ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଭୁଲ୍‌ ନିଷ୍ପତ୍ତି ନେଇ ଅନୁତାପ କରିବେ। ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନ ଏବଂ...

ରାଶିଫଳ: ସୋମବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ...

ରାଶିଫଳ: ରବିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜି ଗୁରୁକ୍ଷେତ୍ରସ୍ଥ ଚନ୍ଦ୍ର ପ୍ରଭାବରୁ କେବଳ ଗାମ୍ଭୀର୍ଯ୍ୟପୂର୍ଣ୍ଣ କଥା କହି କାମ ହାସଲ କରିପାରିବେ। ପାରିବାରିକ ଓ କର୍ମକ୍ଷେତ୍ର ପ୍ରତି ବିଭିନ୍ନ ସମସ୍ୟାର ସମ୍ମୁଖୀନ...

ରାଶିଫଳ: ବୁଧବାର, ଅଗଷ୍ଟ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ର ଯୋଗୁ ଅର୍ଥ ପାଇଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ । ବନ୍ଧୁମାନଙ୍କ ସାହାଯ୍ୟରୁ କାମ ହାସଲ କରିବେ ।...

ରାଶିଫଳ: ବୁଧବାର, ଅଗଷ୍ଟ ୦୭ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଆପଣଙ୍କ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ନୂତନ କର୍ମାରମ୍ଭ ପାଇଁ ପ୍ରୀତିପ୍ରଦ ରହିବ। ବକ୍ରୀ କର୍ମାଧିପତି ପାପଯୁକ୍ତ କାରଣରୁ...

ରାଶିଫଳ: ବୁଧବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ ଅଶ୍ୱିନୀର ପୂର୍ବର ସମସ୍ୟା କେତେକାଂଶରେ ସୁଧୁରି ଯାଇଥିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲିର ଯୋଜନାରେ ଟେନ୍‌ସନ କିଛି ମାତ୍ରାରେ କମିଯିବ। ପରିବାରରେ ସ୍ତ୍ରୀଙ୍କ...

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଗୁରୁଦୃଷ୍ଟିରେ ରହିଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ, ପ୍ରଶଂସିତ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ...

Advertisement
Archives

Model This Week