Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୬ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ରବି ଓ ବୁଧ ହେତୁ ସାମାଜିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବାଟରେ ଯିବା ସମୟରେ ପ୍ରିୟ ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଟି ହାସଲ ନ ହେବା ହେତୁ ଚିନ୍ତିତ ରହିପାରନ୍ତି।
ବୃଷ
ବୃଷ
କେତୁ ସପ୍ତମଭାବରେ ରହିଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ଆମତ୍ୀୟଙ୍କ ସ୍ବାସ୍ଥ୍ୟ କିମ୍ବା ଅନ୍ୟ କୌଣସି ପାରିବାରିକ ସମସ୍ୟା ଶୀର୍ଷରେ ଥିବାରୁ ଚିନ୍ତା ବଢ଼ିପାରେ। ଲେଖାପଢ଼ା, ରଚନାମତ୍କ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟ ଓ ପରିବହନାଦି କ୍ଷେତ୍ରରୁ ଲାଭବାନ ହେବେ।
ମିଥୁନ
ମିଥୁନ
ଉନ୍ନତଚିନ୍ତା, ପ୍ରୟୋଗାମତ୍କ କୌଶଳ, ସଂଯମ ପ୍ରଭାବରେ ଆଶା ପୂରଣ ହୋଇପାରିବ। ପାରିବାରିକ କ୍ଷେତ୍ରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ଦୀର୍ଘଦିନରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇ ଶେଷ ମୁହୂର୍ତ୍ତରେ ନାସ୍ତିବାଣୀ ଶୁଣାଇବା ହେତୁ ସମାଲୋଚିତ ହୋଇପାରନ୍ତି।
କର୍କଟ
କର୍କଟ
ନିରାଶା ସମୟରେ ଅନୁକୂଳ ପରିବେଶର ସୂଚନା ସାମୟିକ ଖୁସି ଦେବ। କର୍ମକ୍ଷେତ୍ରରେ ଅଧସ୍ତନଙ୍କୁ ସ୍ବପକ୍ଷଭୁକ୍ତ କରାଇ ପରିସ୍ଥିତିର ମୁକାବିଲାରେ ସମର୍ଥ ହୋଇପାରନ୍ତି। କିନ୍ତୁ ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ି ନୟାନ୍ତ ହେବାକୁ ପଡ଼ିପାରେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବାର ସ୍ଥିତି ଉପୁଜିବ।
ସି˚ହ
ସି˚ହ
ବନ୍ଧୁମାନଙ୍କ ପରାମର୍ଶକ୍ରମେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଅତୀତରେ ଘଟିବା ଯାଇଥିବା କୌଣସି ଘଟଣା ମନକୁ ବିବ୍ରତ କରିପାରେ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା
ଅନ୍ୟାନ୍ୟ ପ୍ରତ୍ୟେକ ଦୃଷ୍ଟିକୋଣରୁ ଜୀବନଚର୍ଯ୍ୟା ଠିକ୍‌ ଥିଲେ ମଧ୍ୟ ପୁରାତନ ରୋଗର ପୀଡ଼ା ମାନସିକ ଶାନ୍ତି ନଷ୍ଟ କରିବ। ସରକାରୀ ସ୍ତରରୁ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସାକ୍ଷାତ ଆଲୋଚନା, ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ପରିଜନଙ୍କ ସହ ପ୍ରାତଃ ଭ୍ରମଣ ସୁଖ ଉପଭୋଗ୍ୟ ହୋଇପାରେ।
ତୁଳା
ତୁଳା
ନୂତନ ଯୋଜନାରମ୍ଭ ସକାଶେ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। କେତେକ କ୍ଷେତ୍ରରେ ଇଚ୍ଛା ବିରୁଦ୍ଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ତରବରିଆ ଯାତ୍ରା କାରଣରୁ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିବାର ସମ୍ଭାବନା ରହିଛି।
ବିଛା
ବିଛା
ପ୍ରଭାବଶାଳୀ ଶନିଙ୍କ ଦୃଷ୍ଟି ହେତୁ ପାରିବାରିକ ସମସ୍ୟା ସମାଧାନରେ ବିଫଳ ହେବେ। ଆବଶ୍ୟକତା ଉପଲବ୍ଧି କରି ପରିବାର ସକାଶେ କୌଣସି ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ଆଲୋଚନା, ସଭା ସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ। କଳା ସାହିତ୍ୟ ଓ ସାମ୍ବାଦିକତାରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନ ସୁଯୋଗ ଲାଭକରି ଉତ୍ସାହିତ ହେବେ। ପ୍ରକାଶନ, ଏଜେନ୍‌ଶିପ୍‌, ରାଜନୀତି, ସଂଗଠନ, କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାମାନ୍ୟ କାରଣକୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ହୋଇପାରେ। ମାନସିକ ଅଶାନ୍ତିଜନିତ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି।
ମକର
ମକର
ସ୍ଥଗିତ କାମକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପାଦନ କରିବାକୁ ପଡ଼ିବ। ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିପାରନ୍ତି। ପଦୋନ୍ନତି କିମ୍ବା ନିଜ ଉଚିତ ସ୍ଥାନକୁ ସ୍ଥାନାନ୍ତର ହେତୁ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ସମ୍ପର୍କୀୟଙ୍କୁ କୌଶଳପୂର୍ବକ ଖଟାଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। ସମ୍ପତି ଭାଗବଣ୍ଟା କ୍ଷେତ୍ରରେ ବିବାଦ ଜଟିଳ ହେଲେ ହେଁ ସଫଳତା ହାସଲ କରିବେ। ତଥାପି କିଛି ଅସୁବିଧା ନ ହୋଇଥିଲେ ମଧ୍ୟ ବନ୍ଧୁଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ।
ମୀନମୀନ
ବାରମ୍ବାର ବିଫଳତା ଲାଗିରହିବା ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବେ। ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିବାକୁ ପଡ଼ିବ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?