Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ
ଅଟକି ରହିଥିବା କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। ଲ-ନାମାକ୍ଷର ବ୍ୟକ୍ତିଙ୍କର ବିଳାସ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ବିବାଦୀୟ ଘଟଣାରେ ପାଟି ଖୋଲିବା ଠିକ୍‌ ହେବନାହିଁ। ବନ୍ଧୁମାନଙ୍କ ସାହାଯ୍ୟ କାରଣରୁ ଆର୍ଥିକ ସମସ୍ୟାକୁ ସୁଧାରି ନେବେ।
ବୃଷ
ବୃଷ
ସମୟ ଓ ପରିସ୍ଥିତି ବଶତଃ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ସ୍ଥିତି ଲାଗିରହିବ। କର୍ମ କ୍ଷେତ୍ରରେ ବିଭିନ୍ନ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ବ୍ୟସ୍ତତା ମଧ୍ୟ ବଢିଯିବ। ବ-ନାମାକ୍ଷର ବ୍ୟକ୍ତି ରାଜନୀତି ଓ କ୍ରୀଡ଼ା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ମିଥୁନ
ମିଥୁନ
ସମସ୍ତ ସୁବିଧା ଥିଲେ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ କାମଗୁଡିକ ନ ହୋଇପାରିବା କାରଣରୁ ବ୍ୟସ୍ତ ହେବେ। ଋଣ ଭାରରେ ଅତିଷ୍ଠ ହେବାକୁ ପଡିବ ଓ ତାହା ହିଁ ଦୁଶ୍ଚିନ୍ତାର କାରଣ ହେବ। ହଠାତ୍‌ କୌଣସି ବ୍ୟକ୍ତିଙ୍କ ସହାୟତାରୁ କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ। ଘ-ନାମାକ୍ଷର ବ୍ୟକ୍ତିମାନେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
କର୍କଟ
କର୍କଟ
ପରୋକ୍ଷ ଶତ୍ରୁତା ହେତୁ ଭଲ କାମ କଲେ ମଧ୍ୟ ସମାଲୋଚିତ ହେବା ବ୍ୟତୀତ କିଛି ଲାଭ ହେବନି। ହେ-ନାମାକ୍ଷର ଅନ୍ୟମନସ୍କ ରହି ବିଭିନ୍ନ ସମସ୍ୟାକୁ ଡାକି ଆଣିପାରନ୍ତି। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ସି˚ହ
ସି˚ହ
କୌଣସି ନୂତନ କାମର ଯୋଜନା କରିବେ ଓ ସଫଳତା ମଧ୍ୟ ପାଇବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖା ଦେଇପାରେ। ମ-ନାମାକ୍ଷର ବ୍ୟକ୍ତି ସହକର୍ମୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ। ପାରିବାରିକ ସ୍ଥିତି ପୂର୍ବପରି ଅକ୍ଷୁଣ୍ଣ ରହିବ।
କନ୍ୟା
ବନ୍ଧୁଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ନିଜ ପରିସରର ବ୍ୟକ୍ତିମାନଙ୍କ ଦ୍ୱାରା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ଅର୍ଥ ସମ୍ପର୍କିତ ସମସ୍ୟା ସୁଧାରିନେବେ କିନ୍ତୁ ବିବାଦୀୟ ଘଟଣରେ ଚିନ୍ତିତ ରହିବେ। ପୂ-ନାମାକ୍ଷର ବ୍ୟକ୍ତିମାନଙ୍କ ସକାଶେ ବସ୍ତ୍ରଭୂଷଣ ଓ ଧାତୁ ଅଳଙ୍କାର ପ୍ରାପ୍ତି ଯୋଗ ରହିଛ।
ତୁଳା
ତୁଳା
କୌଣସି ନୂତନ କର୍ମାରମ୍ଭ କରିବେ ଓ ଏଥିରେ ସହଯୋଗ ଅବଶ୍ୟ ମିଳିବ। ନିର୍ମାଣ ଓ ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ତ-ନାମାକ୍ଷର ବ୍ୟକ୍ତିମାନେ ନୂତନ ଘର ସାଜସଜ୍ଜାରେ ମଜିରହିପାରନ୍ତି।
ବିଛା
ବିଛା
କୌଣସି କାମରେ ବ୍ୟସ୍ତତା ବଢିଯାଇପାରେ କିନ୍ତୁ କୌଣସି ଅସୁବିଧା ହେବ ନାହିଁ। ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଦିଗଟି ମନ୍ଦ ହେବନି। ଆଜି ଘରୋଇ ବରାଦ ଅନୁଯାୟୀ କିଛି ମନୋରଞ୍ଜନ ଜିନିଷ କ୍ରୟ କରିବେ। ନ-ନାମାକ୍ଷର ବ୍ୟକ୍ତିମାନେ ପାରିବାରିକ ସମସ୍ୟା ସମାଧାନରେ ସଫଳ ହେବେ।
ଧନୁ
ଧନୁ
ଆଜି ହଠାତ୍‌ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। କର୍ମକ୍ଷେତ୍ରରେ ଉପଯୁକ୍ତ ଭାବେ ସମ୍ମାନିତ ହୋଇପାରନ୍ତି। ଭ-ନାମାକ୍ଷର ବ୍ୟକ୍ତି ପିଲାମାନଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇପାରନ୍ତି।
ମକର
ମକର
ପାରିବାରିିକ ସମସ୍ୟାର ସରଳ ସମାଧାନ କରି ମନକୁ ହାଲୁକା କରିବେ। ଖ-ନାମାକ୍ଷର ବ୍ୟକ୍ତି ନିକଟ ସମ୍ପର୍କୀୟମାନଙ୍କ ସହ କଳହରେ ଲିପ୍ତ ରହିବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିବନ୍ଧକ ଲାଗିରହିବ। କଳା, ସାହିତ୍ୟ, କ୍ରୀଡା, ସଙ୍ଗୀତ ଓ ସଭାସମିତି କ୍ଷେତ୍ରରୁ ମନ ଖୁସି ରହିବ।
କୁମ୍ଭ
କୁମ୍ଭ
ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ଅନୁତାପ କରିବେ। ଶ-ନାମାକ୍ଷର ବ୍ୟକ୍ତି କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ। ଗତକାଲିର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ।
ମୀନମୀନ

ଆଜି ଦିନଟିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ଦ-ନାମାକ୍ଷର ବ୍ୟକ୍ତିମାନଙ୍କୁ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ଅସୁବିଧାରେ ପଡିବେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri