Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ
ଅଟକି ରହିଥିବା କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। ଲ-ନାମାକ୍ଷର ବ୍ୟକ୍ତିଙ୍କର ବିଳାସ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ବିବାଦୀୟ ଘଟଣାରେ ପାଟି ଖୋଲିବା ଠିକ୍‌ ହେବନାହିଁ। ବନ୍ଧୁମାନଙ୍କ ସାହାଯ୍ୟ କାରଣରୁ ଆର୍ଥିକ ସମସ୍ୟାକୁ ସୁଧାରି ନେବେ।
ବୃଷ
ବୃଷ
ସମୟ ଓ ପରିସ୍ଥିତି ବଶତଃ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ସ୍ଥିତି ଲାଗିରହିବ। କର୍ମ କ୍ଷେତ୍ରରେ ବିଭିନ୍ନ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ବ୍ୟସ୍ତତା ମଧ୍ୟ ବଢିଯିବ। ବ-ନାମାକ୍ଷର ବ୍ୟକ୍ତି ରାଜନୀତି ଓ କ୍ରୀଡ଼ା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ମିଥୁନ
ମିଥୁନ
ସମସ୍ତ ସୁବିଧା ଥିଲେ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ କାମଗୁଡିକ ନ ହୋଇପାରିବା କାରଣରୁ ବ୍ୟସ୍ତ ହେବେ। ଋଣ ଭାରରେ ଅତିଷ୍ଠ ହେବାକୁ ପଡିବ ଓ ତାହା ହିଁ ଦୁଶ୍ଚିନ୍ତାର କାରଣ ହେବ। ହଠାତ୍‌ କୌଣସି ବ୍ୟକ୍ତିଙ୍କ ସହାୟତାରୁ କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ। ଘ-ନାମାକ୍ଷର ବ୍ୟକ୍ତିମାନେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
କର୍କଟ
କର୍କଟ
ପରୋକ୍ଷ ଶତ୍ରୁତା ହେତୁ ଭଲ କାମ କଲେ ମଧ୍ୟ ସମାଲୋଚିତ ହେବା ବ୍ୟତୀତ କିଛି ଲାଭ ହେବନି। ହେ-ନାମାକ୍ଷର ଅନ୍ୟମନସ୍କ ରହି ବିଭିନ୍ନ ସମସ୍ୟାକୁ ଡାକି ଆଣିପାରନ୍ତି। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ସି˚ହ
ସି˚ହ
କୌଣସି ନୂତନ କାମର ଯୋଜନା କରିବେ ଓ ସଫଳତା ମଧ୍ୟ ପାଇବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖା ଦେଇପାରେ। ମ-ନାମାକ୍ଷର ବ୍ୟକ୍ତି ସହକର୍ମୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ। ପାରିବାରିକ ସ୍ଥିତି ପୂର୍ବପରି ଅକ୍ଷୁଣ୍ଣ ରହିବ।
କନ୍ୟା
ବନ୍ଧୁଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ନିଜ ପରିସରର ବ୍ୟକ୍ତିମାନଙ୍କ ଦ୍ୱାରା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ଅର୍ଥ ସମ୍ପର୍କିତ ସମସ୍ୟା ସୁଧାରିନେବେ କିନ୍ତୁ ବିବାଦୀୟ ଘଟଣରେ ଚିନ୍ତିତ ରହିବେ। ପୂ-ନାମାକ୍ଷର ବ୍ୟକ୍ତିମାନଙ୍କ ସକାଶେ ବସ୍ତ୍ରଭୂଷଣ ଓ ଧାତୁ ଅଳଙ୍କାର ପ୍ରାପ୍ତି ଯୋଗ ରହିଛ।
ତୁଳା
ତୁଳା
କୌଣସି ନୂତନ କର୍ମାରମ୍ଭ କରିବେ ଓ ଏଥିରେ ସହଯୋଗ ଅବଶ୍ୟ ମିଳିବ। ନିର୍ମାଣ ଓ ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ତ-ନାମାକ୍ଷର ବ୍ୟକ୍ତିମାନେ ନୂତନ ଘର ସାଜସଜ୍ଜାରେ ମଜିରହିପାରନ୍ତି।
ବିଛା
ବିଛା
କୌଣସି କାମରେ ବ୍ୟସ୍ତତା ବଢିଯାଇପାରେ କିନ୍ତୁ କୌଣସି ଅସୁବିଧା ହେବ ନାହିଁ। ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଦିଗଟି ମନ୍ଦ ହେବନି। ଆଜି ଘରୋଇ ବରାଦ ଅନୁଯାୟୀ କିଛି ମନୋରଞ୍ଜନ ଜିନିଷ କ୍ରୟ କରିବେ। ନ-ନାମାକ୍ଷର ବ୍ୟକ୍ତିମାନେ ପାରିବାରିକ ସମସ୍ୟା ସମାଧାନରେ ସଫଳ ହେବେ।
ଧନୁ
ଧନୁ
ଆଜି ହଠାତ୍‌ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। କର୍ମକ୍ଷେତ୍ରରେ ଉପଯୁକ୍ତ ଭାବେ ସମ୍ମାନିତ ହୋଇପାରନ୍ତି। ଭ-ନାମାକ୍ଷର ବ୍ୟକ୍ତି ପିଲାମାନଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇପାରନ୍ତି।
ମକର
ମକର
ପାରିବାରିିକ ସମସ୍ୟାର ସରଳ ସମାଧାନ କରି ମନକୁ ହାଲୁକା କରିବେ। ଖ-ନାମାକ୍ଷର ବ୍ୟକ୍ତି ନିକଟ ସମ୍ପର୍କୀୟମାନଙ୍କ ସହ କଳହରେ ଲିପ୍ତ ରହିବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିବନ୍ଧକ ଲାଗିରହିବ। କଳା, ସାହିତ୍ୟ, କ୍ରୀଡା, ସଙ୍ଗୀତ ଓ ସଭାସମିତି କ୍ଷେତ୍ରରୁ ମନ ଖୁସି ରହିବ।
କୁମ୍ଭ
କୁମ୍ଭ
ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ଅନୁତାପ କରିବେ। ଶ-ନାମାକ୍ଷର ବ୍ୟକ୍ତି କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ। ଗତକାଲିର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ।
ମୀନମୀନ

ଆଜି ଦିନଟିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ଦ-ନାମାକ୍ଷର ବ୍ୟକ୍ତିମାନଙ୍କୁ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ଅସୁବିଧାରେ ପଡିବେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପାରିବାରିକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ଅନୁରୋଧବଶତଃ…

ରାଶିଫଳ: ରବିବାର, ଜୁଲାଇ ୨୬ ତାରିଖ – Daily Horoscope daily-horoscope-August-2th-2026

ମେଷ ସାମାଜିକ ସ୍ତରରେ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇନେବେ। ଯାତ୍ରା ସମୟରେ ଅନ୍ୟମନସ୍କ କାରଣରୁ ଅର୍ଥହାନି ଘଟିପାରେ। ଆନୁଷ୍ଠାନିକ କାମରେ କଳହର ସମ୍ମୁଖୀନ…

ରାଶିଫଳ: ଗୁରୁବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ ଆଜି ରାଜନୀତି, ଆଇନ, ଅଦାଲତ ତଥା ସାଂଗଠନିକ କାର୍ଯ୍ୟ ଆଲୋଚନାରେ ସଫଳତା ପାଇବେ। କିନ୍ତୁ ଶିକ୍ଷା,ସନ୍ତାନ ଓ ସମ୍ପର୍କ କ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ। ବନ୍ଧୁ…

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ ଆଜି ବନ୍ଧୁବାନ୍ଧବ,ସହକର୍ମୀ,ଧାରକରଜ,ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ ଆଶଙ୍କା। ସ୍ୱାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri