Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ
ଏକାଧିକଗ୍ରହ ଯୁକ୍ତ ମଙ୍ଗଳଙ୍କର ରାଶିକୁ ଦୃଷ୍ଟି ହେତୁ ଶାରୀରିକ ସୁସ୍ଥତା ପୂର୍ବପରି ଭଲ ଥିଲେ ମଧ୍ୟ ସମସ୍ୟା ବିଜଡ଼ିତ ରହିବ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଚିନ୍ତାର କାରଣ ହୋଇପାରେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅନୁତାପ କରିବାକୁ ପଡ଼ିବ।
ବୃଷ
ବୃଷ
ରାଶ୍ୟାଧିପ ଶନିଙ୍କ ଦୃଷ୍ଟିପଥାରୂଢ଼ ଯୋଗୁ ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାରେ ମନୋମାଳିନ୍ୟ ଘଟିପାରେ। ପଡ଼ୋଶୀ ସହଯୋଗର ହାତ ବଢ଼ାଇବେ ଓ କାମଟି ସୁବିଧାରେ ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ମିଥୁନ
ମିଥୁନ
କୋଣଭାବସ୍ଥ ବୁଧଙ୍କ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। ଆବଶ୍ୟକତା ଅନୁଯାୟୀ ନିଜର ପ୍ରିୟଜନଙ୍କ ସହଯୋଗରୁ ଉପକୃତ ହେବେ।
କର୍କଟ
କର୍କଟ
ପାପଗ୍ରହ ଯୁକ୍ତ ଚନ୍ଦ୍ରଜନିତ ବିଭିନ୍ନ ବିଷୟରେ ଚିନ୍ତା କରି ମନରେ ଅସ୍ଥିରତା ସୃଷ୍ଟି ହେବ। ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। ବିବାଦୀୟ ଘଟଣାରେ, ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା ବୃଦ୍ଧି ପାଇବ।
ସି˚ହ
ସି˚ହ
ତୃତୀୟଭାବରେ ଏକାଧିକଗ୍ରହ ହେତୁ ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ। ଆତ୍ମୀୟଙ୍କ ସହାୟତା ପାଇ କାମ ହାସଲ କରିବେ।
କନ୍ୟା
ସ୍ବଗୃହୀ ଶନି ପ୍ରଭାବରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କିମ୍ବା ପରିବହନ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେବାର ସମ୍ଭାବନା ରହିଛି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ। ଆଳସ୍ୟ ଯୋଗୁ କାର୍ଯ୍ୟହାନି କାରଣରୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ତୁଳା
ତୁଳା
ବ୍ୟୟାଧିପ ରାଶିରେ ଥିବାରୁ ଆଜିର କାମରେ ଆବଶ୍ୟକତାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ବିଭିନ୍ନ ସମସ୍ୟାରେ ବୁଡ଼ିରହି ନିଜ କାମ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ। ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ସମସ୍ୟା ବଢ଼ିଯିବ।
ବିଛା
ବିଛା
କର୍ମଭାବରେ ଶୁକ୍ର ହେତୁ ଆଜି ଯେଉଁ କାମରେ ହାତ ଦେବେ ସଫଳତା ପାଇବେ। ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରି ସଫଳ ହେବେ। ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
ଧନାଧିପ ଉପଚୟସ୍ଥ ଯୋଗୁ ଆର୍ଥିକ ଦିଗରୁ ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ଶିକ୍ଷାରେ କୃତିତ୍ୱ ହାସଲ କାରଣରୁ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ। ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ମକର
ମକର
ଚତୁଃଗ୍ରହ ଯୋଗ କର୍ମସ୍ଥ ହେତୁ ଆଜି ଅଫିସରୁ ହଠାତ୍‌ କୌଣସି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀ କାମହାସଲ ସକାଶେ ସହଯୋଗ ଲୋଡ଼ିପାରନ୍ତି। ଆର୍ଥିକ ସ୍ଥିତି ମନ୍ଦ ହେବନି କିନ୍ତୁ ଆବଶ୍ୟକତା ପୂରଣ କାଠିକର ପାଠ ହେବ। ବ୍ୟବସାୟ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ସ୍ବଗୃହୀ ଶନିଙ୍କ ଯୋଗୁ ଉପଯୁକ୍ତ ଚିକିତ୍ସା ହେତୁ ସ୍ବାସ୍ଥ୍ୟ ନିୟନ୍ତ୍ରଣାଧୀନ ରହିବ। ସଭାସମିତିରେ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗି ରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ବନ୍ଧୁ ଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ମୀନମୀନ

ଚନ୍ଦ୍ର କର୍ମଭାବରେ ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। କୌଣସି ଅପରିଚିତ ବ୍ୟକ୍ତିଙ୍କୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri