Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ
ଏକାଧିକଗ୍ରହ ଯୁକ୍ତ ମଙ୍ଗଳଙ୍କର ରାଶିକୁ ଦୃଷ୍ଟି ହେତୁ ଶାରୀରିକ ସୁସ୍ଥତା ପୂର୍ବପରି ଭଲ ଥିଲେ ମଧ୍ୟ ସମସ୍ୟା ବିଜଡ଼ିତ ରହିବ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଚିନ୍ତାର କାରଣ ହୋଇପାରେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅନୁତାପ କରିବାକୁ ପଡ଼ିବ।
ବୃଷ
ବୃଷ
ରାଶ୍ୟାଧିପ ଶନିଙ୍କ ଦୃଷ୍ଟିପଥାରୂଢ଼ ଯୋଗୁ ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାରେ ମନୋମାଳିନ୍ୟ ଘଟିପାରେ। ପଡ଼ୋଶୀ ସହଯୋଗର ହାତ ବଢ଼ାଇବେ ଓ କାମଟି ସୁବିଧାରେ ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ମିଥୁନ
ମିଥୁନ
କୋଣଭାବସ୍ଥ ବୁଧଙ୍କ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। ଆବଶ୍ୟକତା ଅନୁଯାୟୀ ନିଜର ପ୍ରିୟଜନଙ୍କ ସହଯୋଗରୁ ଉପକୃତ ହେବେ।
କର୍କଟ
କର୍କଟ
ପାପଗ୍ରହ ଯୁକ୍ତ ଚନ୍ଦ୍ରଜନିତ ବିଭିନ୍ନ ବିଷୟରେ ଚିନ୍ତା କରି ମନରେ ଅସ୍ଥିରତା ସୃଷ୍ଟି ହେବ। ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। ବିବାଦୀୟ ଘଟଣାରେ, ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା ବୃଦ୍ଧି ପାଇବ।
ସି˚ହ
ସି˚ହ
ତୃତୀୟଭାବରେ ଏକାଧିକଗ୍ରହ ହେତୁ ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ। ଆତ୍ମୀୟଙ୍କ ସହାୟତା ପାଇ କାମ ହାସଲ କରିବେ।
କନ୍ୟା
ସ୍ବଗୃହୀ ଶନି ପ୍ରଭାବରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କିମ୍ବା ପରିବହନ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେବାର ସମ୍ଭାବନା ରହିଛି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ। ଆଳସ୍ୟ ଯୋଗୁ କାର୍ଯ୍ୟହାନି କାରଣରୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ତୁଳା
ତୁଳା
ବ୍ୟୟାଧିପ ରାଶିରେ ଥିବାରୁ ଆଜିର କାମରେ ଆବଶ୍ୟକତାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ବିଭିନ୍ନ ସମସ୍ୟାରେ ବୁଡ଼ିରହି ନିଜ କାମ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ। ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ସମସ୍ୟା ବଢ଼ିଯିବ।
ବିଛା
ବିଛା
କର୍ମଭାବରେ ଶୁକ୍ର ହେତୁ ଆଜି ଯେଉଁ କାମରେ ହାତ ଦେବେ ସଫଳତା ପାଇବେ। ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରି ସଫଳ ହେବେ। ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
ଧନାଧିପ ଉପଚୟସ୍ଥ ଯୋଗୁ ଆର୍ଥିକ ଦିଗରୁ ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ଶିକ୍ଷାରେ କୃତିତ୍ୱ ହାସଲ କାରଣରୁ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ। ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ମକର
ମକର
ଚତୁଃଗ୍ରହ ଯୋଗ କର୍ମସ୍ଥ ହେତୁ ଆଜି ଅଫିସରୁ ହଠାତ୍‌ କୌଣସି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀ କାମହାସଲ ସକାଶେ ସହଯୋଗ ଲୋଡ଼ିପାରନ୍ତି। ଆର୍ଥିକ ସ୍ଥିତି ମନ୍ଦ ହେବନି କିନ୍ତୁ ଆବଶ୍ୟକତା ପୂରଣ କାଠିକର ପାଠ ହେବ। ବ୍ୟବସାୟ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ସ୍ବଗୃହୀ ଶନିଙ୍କ ଯୋଗୁ ଉପଯୁକ୍ତ ଚିକିତ୍ସା ହେତୁ ସ୍ବାସ୍ଥ୍ୟ ନିୟନ୍ତ୍ରଣାଧୀନ ରହିବ। ସଭାସମିତିରେ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗି ରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ବନ୍ଧୁ ଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ମୀନମୀନ

ଚନ୍ଦ୍ର କର୍ମଭାବରେ ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। କୌଣସି ଅପରିଚିତ ବ୍ୟକ୍ତିଙ୍କୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri