Posted inRasifala

ରାଶିଫଳ: ସୋମବାର , ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କର କୌଣସି କାମ ସକାଶେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ଏବଂ ଆମଦାନୀ କାରବାରରେ ଲାଭବାନ ହେବେ। ଅଟକି ରହିଥିବା କାମଟିକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ।
ବୃଷ
ବୃଷ
ଅଧିକାଂଶ ସମୟ ଅନ୍ୟମନସ୍କ ରହିବା କାରଣରୁ ବାରମ୍ବାର ଭୁଲ୍‌ କରିବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ। ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ ଏବଂ ଧାରକରଜ କରିବାକୁ ପଡ଼ିବ।
ମିଥୁନ
ମିଥୁନ
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। କଳା, କ୍ରୀଡ଼ା, ସାହିତ୍ୟ, ସାମ୍ବାଦିକତା, ରଚନାମତ୍କ କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୈାଣସି ଭୁଲ୍‌ କରିପାରନ୍ତି। ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବ ଏବଂ ବନ୍ଧୁଙ୍କ ସାହାଯ୍ୟରୁ ଉପକୃତ ହେବେ।
କର୍କଟ
କର୍କଟ
କୌଣସି ସମସ୍ୟା ସମ୍ବନ୍ଧରେ ଆଲୋଚନା କରି ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ। ଅଫିସ୍‌ରେ ଆଜି ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ।
ସି˚ହ
ସି˚ହ
ସ୍ଥଗିତ କାମଗୁଡ଼ିକ ଶୀଘ୍ର ଶେଷ କରିବାକୁ ଆଶାକରି ବ୍ୟସ୍ତ ହୋଇପଡ଼ିବେ। ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ ଏବଂ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଆଜି ଅପରାହ୍ନରେ ଖୋଜୁଥିବା ଜିନିଷ ପାଇବେ। କନ୍ୟାଙ୍କ ବିବାହ ପ୍ରସ୍ତାବ ନେଇ ଜଣେ ବ୍ୟକ୍ତି ହଠାତ୍‌ ଆସିପାରନ୍ତି।
କନ୍ୟା
କ୍ରମଶଃ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ କଥା କହି ବିରୋଧୀ ହୋଇପାରନ୍ତି। ପିଲାଙ୍କ ସଫଳତାରେ ଉତ୍‌ଫୁଲ୍ଲିତ ହେବେ। କୌଣସି ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି।
ତୁଳା
ତୁଳା
ବନ୍ଧୁଙ୍କ ସମ୍ମୁଖରେ ମନକଥା ପ୍ରକାଶ କରିପାରିବେ ନାହିଁ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଅଫିସ୍‌ରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆଜିର ପ୍ରାତଃ ଭ୍ରମଣ ବେଶ୍‌ ଆନନ୍ଦଦାୟକ ହେବ। ହଠାତ୍‌ କୌଣସି ବନ୍ଧୁଙ୍କ ଡାକରା ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବିଛା
ବିଛା
ସ୍ଥଗିତ ରହିଥିବା କାମର ସରଳ ସମାଧାନ ହୋଇଯିବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
ଧନୁ
ଧନୁ
ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ମକର
ମକର
ମାନସିକ ଦ୍ୱନ୍ଦ୍ୱ, ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ। ମିତ୍ରମାନେ ସହଯୋଗର ହାତ ବଢାଇବେ ଏବଂ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି। ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ପାରିବାରିକ ସ୍ଥିତି ଓ ପରିବହନ ପ୍ରଭୃତିରେ ଅଶା ପୂରଣ ହେବ।
କୁମ୍ଭ
କୁମ୍ଭ
ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଆପଣଙ୍କୁ ସାକ୍ଷାତ କରିବା ସକାଶେ ଘରକୁ ବନ୍ଧୁ କେହି ଆସିପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ପରିସ୍ଥିତିବଶତଃ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ଗୁରୁପାକ ଦ୍ରବ୍ୟ ଭୋଜନ, ଗଠନମୂଳକ କାଯର୍‌ୟ ପ୍ରତି ମନ ବଳିପାରେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?