Posted inRasifala

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୩୧ ତାରିଖ – Daily Horoscope

ମେଷ
ଧନଭାବସ୍ଥ ଚନ୍ଦ୍ର ହେତୁ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟିର ସମ୍ଭାବନା। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ସନ୍ଧ୍ୟାରେ ତାହା ପାଇବେ।
ବୃଷ
ବୃଷ
କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। ଶନିଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପାରିବାରିକ କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପରିବହନ,ପ୍ରଶାସନ ଓ ପ୍ରକାଶନ, ଆନୁଷ୍ଠାନିକ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ।
ମିଥୁନ
ମିଥୁନ
ବହୁ ଦିନରୁ ମନରେ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ। ରବିଙ୍କ ଦୁର୍ବଳତାରୁ ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବନ୍ଧୁଙ୍କ ସାହାଯ୍ୟରୁ କୌଣସି ନୂତନ ଯୋଜନା ଆରମ୍ଭ କରିପାରନ୍ତି। ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ଯୋଗଦେବାର ସୁଯୋଗ ପାଇବେ।
କର୍କଟ
କର୍କଟ
ଆଜି ପରିବାର ଭିତରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ସ୍ଥିତିରେ କାମ କରିବେ। ଦେବଦର୍ଶନ ଓ ଭ୍ରମଣ ସାଙ୍ଗକୁ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇବେ। ବୁଧଙ୍କ ପ୍ରଭାବରେ ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ସାମୟିକ ଅଶାନ୍ତ ରହିପାରେ। କର୍ମକ୍ଷେତ୍ରରେ ବନ୍ଧୁ ସୁବିଧାବାଦୀ ଗୁଣରେ ଶୋଷଣ କରିପାରନ୍ତି।
ସି˚ହ
ସି˚ହ
ଅଭାବନୀୟ ପରିସ୍ଥିତି ସାଙ୍ଗକୁ କେତେକ ଆକସ୍ମିକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ। ଅଫିସ୍‌ରେ କିମ୍ବା କାମରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ପାରିବାରିକ ସମସ୍ୟାର ସମାଧାନ ହେତୁ ସାୟାହ୍ନରେ ଟେନ୍‌ସନ ଦୂରହେବ। ଶନିଙ୍କ କାରଣରୁ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ସମସ୍ୟା ସୃଷ୍ଟିକରିପାରନ୍ତି।
କନ୍ୟା
ଆଜି ସବୁ କାମ ଶୃଙ୍ଖଳିତ ରହିବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ଅଷ୍ଟମସ୍ଥ ଗ୍ରହ ହେତୁ ସହଜ ଓ ସୁବିଧାରେ କାମ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ନ ହୋଇପାରେ। ଆମତ୍ୀୟମାନଙ୍କ ମଧ୍ୟ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି।
ତୁଳା
ତୁଳା
ଯାହା ଆଜି ପର୍ଯ୍ୟନ୍ତ ଖୋଜି ଖୋଜି ପାଉ ନ ଥିଲେ ଆଜି ତାହା ଆକସ୍ମିକ ଭାବରେ ପାଇବେ। ବୃହସ୍ପତିଙ୍କ ପ୍ରଭାବରେ ଶତ୍ରୁତା କରୁଥିବା ଲୋକଠାରୁ ମଧ୍ୟ କାମ ହାସଲ କରିନେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ଆଜିର ଯାତ୍ରା ମଙ୍ଗଳମୟ ହେବ ଓ ଲକ୍ଷ୍ୟ ହାସଲରେ କୌଣସି ଅସୁବିଧା ହେବ ନାହିଁ। ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ମଙ୍ଗଳଜନିତ ପରୋକ୍ଷ ଭାବେ ଶତ୍ରୁମାନେ ସମସ୍ୟା ସୃଷ୍ଟି କରିବା ସକାଶେ ଯୋଜନା କରିବେ। ପରିବହନ କ୍ଷେତ୍ରରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇରହିବ।
ଧନୁ
ଧନୁ
ବନ୍ଧୁଙ୍କ ସହ ଭ୍ରମଣ, କ୍ରୀଡ଼ା ଓ ମନୋରଞ୍ଜନରେ ମଜ୍ଜି ରହିବେ। ଶନିଙ୍କ ଶୁଭତ୍ୱ କାରଣରୁ ଏକ ଆଧ୍ୟାମତ୍ିକ ପରିବେଶରେ ସତ୍‌ସଙ୍ଗୀଙ୍କ ସାନ୍ନିଧ୍ୟରେ ସମୟ କଟିବ। ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ ଲାଭ କରିବେ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି। ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ରାଜଯୋଗ କାରଣରୁ ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୋଷ ପ୍ରକାଶକରି ଦୁଃଖ ପ୍ରକାଶ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଆପଣ ଏକାଧାରରେ ଅର୍ଥ, ସମ୍ମାନ ଓ ପ୍ରଶଂସା ପାଇ ଉଲ୍ଲସିତ ହେବେ। ପାପଗ୍ରସ୍ତ ଗୁରୁ ଯୋଗୁ କେତେକ କ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ ବିଶେଷ ଉପକୃତ ହେବେ।
ମୀନମୀନ

କିଛି ଅସୁବିଧା ନ ଥିଲେ କ’ଣ ହେଲା, ଅନ୍ୟମାନଙ୍କ ଅସୁବିଧାକୁ ନେଇ ମନ ଉଦ୍‌ବେଗ ରହିବ। ବିଭିନ୍ନ ଯୋଜନା କରି ପରିସ୍ଥିତିକୁ ସୁଧାରିନେବାର ପ୍ରଯନତ୍କରି ପାରନ୍ତି। ବୃହସ୍ପତିଙ୍କ ଦୋଷରୁ କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ରାଗିଯାଇଥିବା ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଗୁରୁମଙ୍ଗଳ ଯୋଗରୁ ପରିବାରରେ ଶାନ୍ତି ଓ ସହାବସ୍ଥାନ ସାଙ୍ଗକୁ ନୂତନ ଗୃହଲାଭର ଯୋଗ ଆସିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିପାରନ୍ତି।…

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?