Posted inRasifala

ରାଶିଫଳ: ଶୁକ୍ରବାର , ନଭେମ୍ବର ୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଦ୍ୱିଜା ନକ୍ଷତ୍ର ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ନୂତନ କର୍ମାରମ୍ଭରେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବୃଷ
ବୃଷ
କଠିନଶ୍ରମଜନିତ ସ୍ବାସ୍ଥ୍ୟହାନି ଯୋଗୁ ପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ମିତ୍ର ବନ୍ଧୁରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ। ବ୍ୟବସାୟ,ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ ହେବେ। କୃତ୍ତିକା ନକ୍ଷତ୍ର ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ କଠିନ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ସହକର୍ମୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୁନର୍ବସୁ ନକ୍ଷତ୍ର ବହୁପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଖଳପ୍ରକୃତିର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ତଥାପି ଅନୁକୂଳ ପରିବେଶ ସୃଷ୍ଟି ହେବାରୁ ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ଅଶ୍ଳେଷା ନକ୍ଷତ୍ର ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ବନ୍ଧୁଙ୍କ ସହ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ସି˚ହ
ସି˚ହ
ପୂର୍ବାଫାଲଗୁନୀ ନକ୍ଷତ୍ର କୌଣସି ନୂତନ କାର୍ଯ୍ୟରେ ହାତଦେଇ ସଫଳତା ପାଇବେ। ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
କନ୍ୟା
ଆଜିର ଯାତ୍ରା କୌଣସି କାରଣରୁ ସ୍ଥଗିତ ରହିଯାଇପାରେ। ହଠାତ୍‌ ପୁରାତନ ରୋଗର ପୀଡ଼ା ଅନୁଭବ ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଚିତ୍ରା ନକ୍ଷତ୍ର ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହବେ।
ତୁଳା
ତୁଳା
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁମନ୍ତବ୍ୟ ଦେଇପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସ୍ବାତୀ ନକ୍ଷତ୍ରର ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା
ବିଛା
ବନ୍ଧୁମାନଙ୍କ ସହ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ପାରିବାରିକ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ। ଅନୁରାଧା ନକ୍ଷତ୍ର ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ, ନିର୍ମାଣ, ଆଲୋଚନା, ସଭାସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ବହୁତ ଭଲ।
ଧନୁ
ଧନୁ
ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ପୂର୍ବାଷାଢ଼ା ନକ୍ଷତ୍ରର ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ମକର
ମକର
ଅଫିସରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କ ନିକଟରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ପାରିବାରିକ ସ୍ଥିତି ବିଶେଷ ଭଲ ରହି ନ ପାରେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। କର୍ମକ୍ଷେତ୍ରରେ ଜଣାଶୁଣା ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। ସହକର୍ମୀଙ୍କ ସହ ବାଦବିବାଦ କ୍ରମେ ଜଟିଳ ହୋଇପାରେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଅପୂରଣୀୟ ଅଭିଳାଶ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିବେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ପିଲାଙ୍କ ଉନ୍ନତିରେ ଖୁସି ଜାହିରର ଅବସର ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri