Posted inRasifala

ରାଶିଫଳ: ମଙ୍ଗଳବାର , ନଭେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଗରମ ମିଜାଜ୍‌ରେ କାମ କରିବାକୁ ପଡ଼ିବ। କୃତ୍ତିକା ନକ୍ଷତ୍ର କାର୍ଯ୍ୟ ହାସଲ କରିବାରେ ସଫଳ ହେବେ ନାହିଁ। ବନ୍ଧୁମାନଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ମୃଗଶିରା ନକ୍ଷତ୍ର ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି। ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ସାବଧାନତା ଅବଲମ୍ବନ କରିବା ଭଲ। ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ।
ମିଥୁନ
ମିଥୁନ
ଗତକାଲିର ଅଟକି ରହିଥିବା କାମକୁ ଆଜି ପୂର୍ଣ୍ଣାଙ୍ଗ କରିବେ। ବିବାଦୀୟ ଘଟଣାକୁ ନେଇ ମନ ଅସ୍ଥିର ରହିବ। ଆରଦ୍ରା ନକ୍ଷତ୍ର ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ। ବାଧ୍ୟବାଧକତାରେ କେତେକ କାମ କରିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ସହମତିରେ କାମକଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
କର୍କଟ
କର୍କଟ
ପୁନର୍ବସୁ ନକ୍ଷତ୍ର କର୍ମକ୍ଷେତ୍ରରୁ ଅର୍ଥ ଓ ସମ୍ମାନ ଲାଭ କରି ଉତ୍‌ଫୁଲ୍ଲିତ ହେବେ। ବାଣିଜ୍ୟ, ବ୍ୟବସାୟରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। ଅଶ୍ଳେଷା ନକ୍ଷତ୍ର କିନ୍ତୁ ସଙ୍ଗଦୋଷ ପାଇଁ ସମାଲୋଚିତ ହୋଇପାରନ୍ତି।
ସି˚ହ
ସି˚ହ
ଆଜି ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ମଘା ନକ୍ଷତ୍ର ସକାଶେ ଆଜିର ସକାଳ ସମୟଟି ପ୍ରାୟତଃ ଭଲ ରହିବ।
କନ୍ୟା
ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ସୁଯୋଗର ସଦ୍‌ ବ୍ୟବହାର କରିପାରିବେ ନାହିଁ। ଚିତ୍ରା ନକ୍ଷତ୍ର ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇଯିବେ ଓ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳିନେବେ।
ତୁଳା
ତୁଳା
ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ତର୍କବିତର୍କ କାରଣରୁ ସାୟାହ୍ନେ ମନ ଭଲ ରହିବ ନାହିଁ। ସ୍ବାତୀ ନକ୍ଷତ୍ର ଆଜିର ଫେରନ୍ତା ରାସ୍ଥାରେ ମିତ୍ରତାର ବନ୍ଧନରେ ଆବଦ୍ଧ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ।
ବିଛା
ବିଛା
ଆଜି ଯେଉଁ କାମରେ ହାତ ଦେବେ ସାହାଯ୍ୟର ଅଭାବ ରହିବ ନାହିଁ। ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହେବ। ଜ୍ୟେଷ୍ଠା ନକ୍ଷତ୍ରର କୂଟନୈତିକ କାର୍ଯ୍ୟାନୁସରଣରେ ସାମାଜିକ ପ୍ରତିଷ୍ଠା ବଢ଼ିବ। ଉପସ୍ଥିତ ବୁଦ୍ଧ ଯୋଗୁ ବିପଦ ମୁକ୍ତ ହେବେ। ଉଚ୍ଚବର୍ଗଙ୍କ ସହାୟତା ପାଇ ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ମୂଳା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀମାନଙ୍କ ସହଯୋଗ ପାଇ କାମ ହାସଲ କରିବାରେ ସମର୍ଥ ହେବେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ସମସ୍ୟା ଲାଗି ରହିବା କାରଣରୁ ସହଜରେ କାମ ହାସଲ ହେବା କଷ୍ଟକର ହୋଇପାରେ।
ମକର
ମକର
ଗତକାଲିର ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ସଭାସମିତି, ସଙ୍ଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଶ୍ରବଣା ନକ୍ଷତ୍ରର ସ୍ନାୟବିକ ଦୁର୍ବଳତା ଦେଖାଦେଇପାରେ। ବନ୍ଧୁମାନଙ୍କ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ପାରିବାରିକ ବିଷୟକୁ ନେଇ ମନ ଭାରାକ୍ରାନ୍ତ ରହିବ। ଶିକ୍ଷାକ୍ଷେତ୍ର, ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଶତଭିଷା ନକ୍ଷତ୍ରର ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ।
ମୀନମୀନ

କର୍ମକ୍ଷେତ୍ରର ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପୂର୍ବଭାଦ୍ରପଦ ନକ୍ଷତ୍ର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri