Posted inRasifala

ରାଶିଫଳ: ମଙ୍ଗଳବାର , ନଭେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଗରମ ମିଜାଜ୍‌ରେ କାମ କରିବାକୁ ପଡ଼ିବ। କୃତ୍ତିକା ନକ୍ଷତ୍ର କାର୍ଯ୍ୟ ହାସଲ କରିବାରେ ସଫଳ ହେବେ ନାହିଁ। ବନ୍ଧୁମାନଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ମୃଗଶିରା ନକ୍ଷତ୍ର ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି। ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ସାବଧାନତା ଅବଲମ୍ବନ କରିବା ଭଲ। ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ।
ମିଥୁନ
ମିଥୁନ
ଗତକାଲିର ଅଟକି ରହିଥିବା କାମକୁ ଆଜି ପୂର୍ଣ୍ଣାଙ୍ଗ କରିବେ। ବିବାଦୀୟ ଘଟଣାକୁ ନେଇ ମନ ଅସ୍ଥିର ରହିବ। ଆରଦ୍ରା ନକ୍ଷତ୍ର ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ। ବାଧ୍ୟବାଧକତାରେ କେତେକ କାମ କରିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ସହମତିରେ କାମକଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
କର୍କଟ
କର୍କଟ
ପୁନର୍ବସୁ ନକ୍ଷତ୍ର କର୍ମକ୍ଷେତ୍ରରୁ ଅର୍ଥ ଓ ସମ୍ମାନ ଲାଭ କରି ଉତ୍‌ଫୁଲ୍ଲିତ ହେବେ। ବାଣିଜ୍ୟ, ବ୍ୟବସାୟରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। ଅଶ୍ଳେଷା ନକ୍ଷତ୍ର କିନ୍ତୁ ସଙ୍ଗଦୋଷ ପାଇଁ ସମାଲୋଚିତ ହୋଇପାରନ୍ତି।
ସି˚ହ
ସି˚ହ
ଆଜି ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ମଘା ନକ୍ଷତ୍ର ସକାଶେ ଆଜିର ସକାଳ ସମୟଟି ପ୍ରାୟତଃ ଭଲ ରହିବ।
କନ୍ୟା
ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ସୁଯୋଗର ସଦ୍‌ ବ୍ୟବହାର କରିପାରିବେ ନାହିଁ। ଚିତ୍ରା ନକ୍ଷତ୍ର ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇଯିବେ ଓ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳିନେବେ।
ତୁଳା
ତୁଳା
ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ତର୍କବିତର୍କ କାରଣରୁ ସାୟାହ୍ନେ ମନ ଭଲ ରହିବ ନାହିଁ। ସ୍ବାତୀ ନକ୍ଷତ୍ର ଆଜିର ଫେରନ୍ତା ରାସ୍ଥାରେ ମିତ୍ରତାର ବନ୍ଧନରେ ଆବଦ୍ଧ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ।
ବିଛା
ବିଛା
ଆଜି ଯେଉଁ କାମରେ ହାତ ଦେବେ ସାହାଯ୍ୟର ଅଭାବ ରହିବ ନାହିଁ। ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହେବ। ଜ୍ୟେଷ୍ଠା ନକ୍ଷତ୍ରର କୂଟନୈତିକ କାର୍ଯ୍ୟାନୁସରଣରେ ସାମାଜିକ ପ୍ରତିଷ୍ଠା ବଢ଼ିବ। ଉପସ୍ଥିତ ବୁଦ୍ଧ ଯୋଗୁ ବିପଦ ମୁକ୍ତ ହେବେ। ଉଚ୍ଚବର୍ଗଙ୍କ ସହାୟତା ପାଇ ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ମୂଳା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀମାନଙ୍କ ସହଯୋଗ ପାଇ କାମ ହାସଲ କରିବାରେ ସମର୍ଥ ହେବେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ସମସ୍ୟା ଲାଗି ରହିବା କାରଣରୁ ସହଜରେ କାମ ହାସଲ ହେବା କଷ୍ଟକର ହୋଇପାରେ।
ମକର
ମକର
ଗତକାଲିର ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ସଭାସମିତି, ସଙ୍ଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଶ୍ରବଣା ନକ୍ଷତ୍ରର ସ୍ନାୟବିକ ଦୁର୍ବଳତା ଦେଖାଦେଇପାରେ। ବନ୍ଧୁମାନଙ୍କ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ପାରିବାରିକ ବିଷୟକୁ ନେଇ ମନ ଭାରାକ୍ରାନ୍ତ ରହିବ। ଶିକ୍ଷାକ୍ଷେତ୍ର, ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଶତଭିଷା ନକ୍ଷତ୍ରର ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ।
ମୀନମୀନ

କର୍ମକ୍ଷେତ୍ରର ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପୂର୍ବଭାଦ୍ରପଦ ନକ୍ଷତ୍ର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri