Posted inRasifala

ରାଶିଫଳ: ସୋମବାର , ନଭେମ୍ବର ୧୩ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଅର୍ଥଲାଭ, ଶାରୀରିକ ସୁସ୍ଥତା ସାଙ୍ଗକୁ ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିବ। ବନ୍ଧୁଙ୍କ ଅନୁରୋଧକ୍ରମେ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ଅଟକି ରହିଯାଇଥିବା କାମ ସମ୍ପନ୍ନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରନ୍ତି। ପ୍ରଶାସନିକ, ସଭାସମିତି, ରାଜନୀତି ଓ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ଭୁଲ୍‌ ବୁଝାମଣାବଶତଃ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ଆଜି ସକାଳୁ ସକାଳୁ ଭାବୁଥିବେ ଗୋଟିଏ କଥା କିନ୍ତୁ କଲାବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟହେବେ। କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ସଫଳତା ବିଳମ୍ବରେ ପାଇବେ। ଯାନବାହନରେ ସତର୍କତା ଅବଲମ୍ବନ ନ କଲେ ସମସ୍ୟା ଭୋଗିବେ। ନିଜ ଲୋକ ହଇରାଣରେ ପକାଇବାକୁ ଚେଷ୍ଟା
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ବନ୍ଧୁ ସମ୍ପର୍କରେ, ଲେଖାପଢ଼ାରେ, ଆଲୋଚନା ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳତା ହାସଲ କରିବେ। ନିଜ ପରିସରର ବ୍ୟକ୍ତିବିଶେଷଙ୍କ ନିମନ୍ତ୍ରଣ ପାଇ ଆନୁଷ୍ଠାନିକ କାମରେ ସହଯୋଗ କରି ଖୁସି ରହିବେ। ସମ୍ପର୍କୀୟମାନଙ୍କ ସହ ମିତ୍ରତା ସୃଷ୍ଟି ହେବ।
ସି˚ହ
ସି˚ହ
ଆର୍ଥତ୍କ ଉନ୍ନତି ସାଙ୍ଗକୁ ସରଳ, ସୁନ୍ଦର ବ୍ୟବହାର ଦ୍ୱାରା ଅନ୍ୟମାନଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ପ୍ରୟୋଗକରି କାର୍ଯ୍ୟ ସାଧନ କରିପାରନ୍ତି। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢ଼ିଯାଇପାରେ।
କନ୍ୟା
ଆର୍ଥତ୍କ ସମସ୍ୟା ବୃଦ୍ଧି କାରଣରୁ କୌଣସି କାମରେ ଉତ୍ସାହିତ ହୋଇପାରିବେ ନାହିଁ। ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ପରକଥାରେ ପଡ଼ି ଭୁଲ୍‌ ମାର୍ଗ ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ। ଅନ୍ୟମନସ୍କତା କାରଣରୁ ଦରକାରୀ କାଗଜପତ୍ର ହଜିଯିବା କିମ୍ବା ଧନହାନି ଘଟିପାରେ।
ତୁଳା
ତୁଳା
ଆଶା ଓ ଆଶଙ୍କା ମଧ୍ୟରେ ଚଳିବା ହେତୁ ଟେନ୍‌ସନ ଲାଗିରହିବ ଏବଂ କୌଣସି କଥାରେ ଶାନ୍ତି ଓ ସନ୍ତୋଷ ଆସିବ ନାହିଁ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗିରହିବ। କିନ୍ତୁ ସାମାଜିକ ସ୍ତର, କଳା ସାହିତ୍ୟ, ପ୍ରତିଯୋଗିତାରେ ସଫଳତା ହାସଲ କରିବେ।
ବିଛା
ବିଛା
ଆଜି ବିବାଦୀୟ ପରିସରରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ଆଶଙ୍କାକୁ ଏଡ଼ିହେବ ନାହିଁ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କୁ ଅନୁନୟ ବିନୟ କରିବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିବ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
ଆଜି କଠୋର କଥା କହିବା କାରଣରୁ ପରିବାରରେ କଳହ ଦେଖାଦେଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କ୍ରମରେ ଅଫିସ୍‌ କାମରେ ମଧ୍ୟ ବିତର୍କର ଆଶଙ୍କା ରହିଛି। ରାଜନୀତି, ରଚନାମତ୍କ କାମ, କଳା, ସାହିତ୍ୟରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋଷ ସମାଧାନ ଘଟିବାର ଆଶା ମଉଳିଯିବ।
ମକର
ମକର
ଆଜିର ଯାତ୍ରା ଫଳପ୍ରଦ ହେବ ଏବଂ ବନ୍ଧୁମିଳନଜନିତ ସାମୟିକ ଆନନ୍ଦ ଅନୁଭବ କରିବେ। ଧନିଷ୍ଠାର କିନ୍ତୁ ପାରିବାରିକ ଅଶାନ୍ତି ଲାଗି ରହିବା କାରଣରୁ ମାନସିକ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ସରକାରୀ ସ୍ତରରୁ ସୁବିଧା ସୁଯୋଗ ପାଇ କାମ ହାସଲ କରିବେ।
କୁମ୍ଭ
କୁମ୍ଭ
ଆଜିର କାମଗୁଡ଼ିକ ସମ୍ପନ୍ନ ହେବାରେ ବହୁତ ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ। ଦୀର୍ଘଦିନରୁ ପଡ଼ିରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।
ମୀନମୀନ

ଆଜି ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ଭାବେ ସଫଳତା ପାଇପାରିବେ। ଅର୍ଥ ସମ୍ପର୍କକୁ ନେଇ କୌଣସି ବନ୍ଧୁଙ୍କ ସହ ବିବାଦଗ୍ରସ୍ତ ହେବେ ଓ ତିକ୍ତତା ସୃଷ୍ଟିହେବାର ସମ୍ଭାବନା ରହିଛି। ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri