Posted inRasifala

ରାଶିଫଳ: ମଙ୍ଗଳବାର , ନଭେମ୍ବର ୧୪ ତାରିଖ – Daily Horoscope

ମେଷ
ଏକାଦଶସ୍ଥ ଶନିଙ୍କ ଯୋଗୁ ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ହାସଲ କରିବେ। ଆଜିର ଯାତ୍ରା, ସଭାସମିତି, ସାଂସ୍କୃତିକ କାର୍ଯ୍ୟକ୍ରମାଦିରେ ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧି ଆଶଙ୍କା ରହିଛି। ଭୁଲ୍‌ ବୁଝାମଣା କାରଣରୁ କୌଣସି ଅପରିଚିତଙ୍କ ସହ କଳହ ଲାଗିପାରେ।
ବୃଷ
ବୃଷ
ମାନସିକ ସ୍ଥିତି ବଳବତ୍ତର ରହିବା ହେତୁ ପ୍ରତ୍ୟେକ କ୍ଷେତ୍ରରେ ଉସତ୍ାହର ସହ କାମ କରିବେ। ବଳହୀନ ରବିଙ୍କ ଯୋଗୁ ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ। ବନ୍ଧୁମାନଙ୍କ ସହାନୁଭୂତି ଲାଭ କରିବା ଫଳରେ ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନ ଘଟିବ।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ସହ ବୁଧଙ୍କ ସଂଯୋଗରୁ ଅର୍ଥ ପ୍ରାପ୍ତି ଲାଳସାରେ ବନ୍ଧୁମାନେ ମନଲୋଭା କଥା କହିପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହୋଇପାରେ। ଆକସ୍ମିକ ଭାବରେ ମିତ୍ର ବନ୍ଧୁଙ୍କ ସହ ମନାନ୍ତର ଘଟିବା ସମ୍ଭାବନା ରହିଛି। ମାନସିକ ସ୍ଥିତି ପୂର୍ବବତ୍‌ ରହିବା ହେତୁ ପ୍ରତ୍ୟେକ ପରିସ୍ଥିତିକୁ ସମ୍ଭାଳିନେବେ।
କର୍କଟ
କର୍କଟ
ଚତୁର୍ଥସ୍ଥ ଏକାଧିକ ଗ୍ରହଜନିତ ଆମତ୍ୀୟସ୍ବଜନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ଭଲ ସମ୍ପର୍କ ରହିଥିବା ସହକର୍ମୀମାନେ ପ୍ରତ୍ୟେକ କ୍ଷେତ୍ରରେ ସହ ଯୋଗର ହାତ ବଢ଼ାଇବେ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
ସି˚ହ
ସି˚ହ
ଆଜି ଶୁକ୍ରଙ୍କ ପ୍ରଭାବରୁ ଭାଙ୍ଗିପଡ଼ିଥିବା ସମ୍ପର୍କ ଯୋଡ଼ି ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାର ଅବସର ପାଇବେ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଭାବରେ ଆଶ୍ୱସ୍ତି ଲାଭକରିବେ।
କନ୍ୟା
ଅନ୍ୟମାନଙ୍କ ପାଇଁ ତ୍ୟାଗ ସ୍ବୀକାରକଲେ ମଧ୍ୟ ସେମାନେ ତାହାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ଧନସ୍ଥାନସ୍ଥ ପାପଗ୍ରହ ପ୍ରଭାବରେ ଅସାବଧାନତା କାରଣରୁ ଧନହାନି ସମ୍ଭାବନା ରହିଛି। ସାମାଜିକ ସ୍ତରରେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷକରିପାରିବେନି। କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିପାରନ୍ତି। କର୍ମକ୍ଷେତ୍ରରେ ଶତ୍ରୁ ଉପଦବ୍ର କ୍ରମଶଃ ହ୍ରାସ ପାଇବା ଅନୁଭବ କରିବେ। ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ।
ବିଛା
ବିଛା
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ,ଯାହାକି କାମକୁ ଆସିବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ଧନୁ
ଧନୁ
ପାପଯୁକ୍ତ ବୃହସ୍ପତିଜନିତ ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ସହଯୋଗ ପାଇବେ। ନିର୍ମାଣ କ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର
ସ୍ବଗୃହୀ ଶନି ଯୋଗୁ ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଚନ୍ଦ୍ରମଙ୍ଗଳ ଯୋଗ ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଘରେ ବନ୍ଧୁମିଳନ ଜନିତ ଆମୋଦ ପ୍ରମୋଦର ବାତାବରଣ ସୃଷ୍ଟି ହୋଇପାରେ। ମନ ବୁଝିଲା ଭଳି କଥା କହି ପଡ଼ୋଶୀ କାର୍ଯ୍ୟ ହାସଲ କରିନେବେ।
କୁମ୍ଭ
କୁମ୍ଭ
ଆଜିର ଯାତ୍ରା ପ୍ରୀତିପ୍ରଦ ସାଙ୍ଗକୁ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ତୃତୀୟ ସ୍ଥାନ ପାପଯୁକ୍ତ କାରଣରୁ କର୍ମକ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ,ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ମୀନମୀନ

ଧନସ୍ଥାନକୁ ଧନାଧିପଙ୍କ ଦୃଷ୍ଟି ଯୋଗୁ ଅର୍ଥନୈତିକ ଅଭିବୃଦ୍ଧି ହେତୁ କେତେକାଂଶରେ ମନୋବଳ ବଢ଼ିଯିବ। ପାରିବାରିକ ଜୀବନରେ ଛୋଟ ବଡ଼ ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଅନ୍ୟମାନଙ୍କ କଥାକୁ ଗୁରୁ୍‌ତ୍ୱ ନ ଦେଇ କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?