Posted inRasifala

ରାଶିଫଳ: ସୋମବାର, ଫେବୃୟାରୀ ୨୨ ତାରିଖ– Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ି ନ ପାରନ୍ତି ।
ବୃଷ
ବୃଷ
ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷା କରି ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୃଢ଼ତାର ସହ ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ ସମାଲୋଚିତ ହେବେ। ପ୍ରଶାସନ, ଆଇନ ଅଦାଲତ ଓ କଳା, ସାହିତ୍ୟରେ ଉନ୍ନତି କରିବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀ, ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେଲେ କିଛି ଅସୁବିଧା ହେବନି। ଆକସ୍ମିକ ଭାବରେ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ । ପାଖରେ ନ ଥିବା ଜିନିଷଟି ପାଇଁ ଘରେ ତର୍କ ଓ ବିବାଦ ବଢ଼ିପାରେ ।
କର୍କଟ
କର୍କଟ
ଆତ୍ମୀୟସ୍ବଜନଙ୍କ ସହଯୋଗରେ ସକାଳୁ ସକାଳୁ ନୂତନ କର୍ମାରମ୍ଭ ପ୍ରୀତିପଦ ହେବ। ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ସି˚ହ
ସି˚ହ
ସରକାରୀ କାମରେ ଆଜି ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସାହାଯ୍ୟ କରିବାକୁ ଯାଇ ପର ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି। ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିବେ।
କନ୍ୟା
କୌଣସି କ୍ଷେତ୍ରରେ ବିବାଦୀୟ ବିଷୟକୁ ନେଇ ମୁଣ୍ଡ ନ ପୂରାଇବା ଭଲ ହେବ । ବାରମ୍ବାର କାନକୁହା କଥା ଶୁଣି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯିବାର ଆଶଙ୍କା ରହିଛି । ବ୍ୟବସାୟରେ ସମସ୍ୟା ଗୁରୁତର ଆକାର ଧାରଣ କରିପାରେ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ହେବେ ।
ତୁଳା
ତୁଳା
ଅତୀତରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍ ସମାଧାନ ହେବ । ମାଙ୍ଗଳିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ବାଧ୍ୟ ବାଧକତାରେ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହେବ ।
ବିଛା
ବିଛା
କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ । ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି ।
ଧନୁ
ଧନୁ
ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । କଚେରି ମାମଲାରେ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି ।
ମକର
ମକର
ମାନସିକ ଅସ୍ଥିରତା କାରଣରୁ ଭଲ କଥାକୁ ଭୁଲ୍ ବୁଝିପାରନ୍ତି । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି । ଭୁଲ୍ ବୁଝାମଣା ଯୋଗୁଁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ ।
କୁମ୍ଭ
କୁମ୍ଭ
ପାରିବାରିକ ଶୃଙ୍ଖଳା ରକ୍ଷା କରିବା ପାଇଁ ବନ୍ଧୁମାନଙ୍କ ସାହାଯ୍ୟ ଦରକାର ପଡ଼ିପାରେ । କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଅପରାହ୍ନରେ କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ପଡ଼ୋଶୀଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ ।
ମୀନମୀନ
ଆକସ୍ମିକ ଭାବରେ ଅନ୍ୟର କାମରେ ବାହାରକୁ ଯିବାକୁ ପଡ଼ିପାରେ । ଅତୀତ କଥାକୁ ନେଇ ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri