Posted inRasifala

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୨ ତାରିଖ – Daily Horoscope

ମେଷ
କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇଯିବାର ଆଶଙ୍କା ରହିଛି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିବାକୁ ପଡିବ। ପାରିବାରିକ ସମସ୍ୟାକୁ ସରଳଭାବେ ସମାଧାନ କରିବେ।
ବୃଷ
ବୃଷ
ଶୁଭଗ୍ରହ ପ୍ରଭାବରୁ ଆପଣଙ୍କର ଆଜିର କାମ ପାଇଁ କୌଣସି ଅସୁବିଧା ପରିଲକ୍ଷିତ ହେବନାହିଁ। ନୂତନବନ୍ଧୁତ୍ୱ ସ୍ଥାପନରେ ସହକର୍ମୀଙ୍କ ଅବଦାନ ଅବିସ୍ମରଣୀୟ ରହିବ। ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ସମସ୍ୟା ମୁକ୍ତ ରହିପାରନ୍ତି। ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ବନ୍ଧୁଙ୍କ ସହାୟତାରେ ବିଭିନ୍ନ ଦିଗରୁ ଅର୍ଥାଗମର ଦ୍ୱାର ଉନ୍ମୁକ୍ତ ହୋଇଯିବ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ଅଫିସ୍‌ରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ଯାତ୍ରା ସମୟରେ ଅନ୍ୟମନସ୍କ ରହି ମାନସିକ ଭାବଧାରାକୁ ବିକ୍ଷିପ୍ତ କରିପାରନ୍ତି।
କର୍କଟ
କର୍କଟ
ଆଜିର କର୍ମକ୍ଷେତ୍ରରେ କୌଣସି ବିବାଦୀୟ ମନ୍ତବ୍ୟ ଦେବା ଠିକ୍‌ ହେବ ନାହିଁ। ନିଜର ପ୍ରତ୍ୟୁପତ୍ନ୍ନମତିତା କାରଣରୁ ପ୍ରତ୍ୟେକ ଅସଜଡା ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡିପାରନ୍ତି। ଅପରାହ୍ନରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବେ। ବିବାଦୀୟ ଘଟଣାରେ ଆଶଙ୍କା ସୃଷ୍ଟି ହେଲେ ମଧ୍ୟ ସେମିତି କିଛି ହେବ ନାହିଁ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା
ଆଜି ସକାଳୁ ସକାଳୁ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ଭାବପ୍ରବଣବଶତଃ ବନ୍ଧୁଙ୍କ ସହ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି। ସହକର୍ମୀଙ୍କ ସହ ଆଜିର ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସା ଭିନ୍ନାର୍ଥରେ ଗ୍ରହଣ କରିବେ। ଅଭାବ ନ ଥିଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ନ ପାଇବାରୁ ଅବସାଦ ଲାଗି ରହିବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ କିନ୍ତୁ ଲକ୍ଷ୍ୟ ହାସଲରେ ଅସୁବିଧା ରହିବନାହିଁ।
ବିଛା
ବିଛା
ସହକର୍ମୀଙ୍କ ଜରିଆରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ପ୍ରକାଶନ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ। ପ୍ରତିବନ୍ଧକ କାରଣରୁ ଶୀଘ୍ର ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ, ନିର୍ମାଣ, ମାଲିମକଦ୍ଦମା ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ।
ଧନୁ
ଧନୁ
ଆଜି ଆକସ୍ମିକ ଭାବେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ରାଜନୀତି, ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ଧୈର୍ଯ୍ୟଶୀଳତା କାମକୁ ଆସିପାରେ। କାୈଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହେଲେ ସମସ୍ୟା ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ମକର
ମକର
ବିଭିନ୍ନ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡିପାରେ। ଯିଏ ଯାହା କହୁନା କାହିଁକି, ଆପଣ ଯେମିତି ଭାବୁଛନ୍ତି ସେମିତି କରିବା ମନ୍ଦ ହେବନି। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ର, ରାଜନୀତି, ସାଂସ୍କୃତିକ କାମରେ ପ୍ରଶଂସିତ ହେବେ। କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ।
କୁମ୍ଭ
କୁମ୍ଭ
ଆର୍ଥିକ ଅନଟନ ପ୍ରତ୍ୟେକ କାମକୁ ବିଳମ୍ବିତ କରିବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ନିକଟ ସମ୍ପର୍କୀୟ କିମ୍ବା ଆମତ୍ୀୟ ସ୍ବଜନମାନଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
କର୍ମକ୍ଷେତ୍ରରେ ବହୁ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିପାରନ୍ତି। ନିଜ ଚତୁଃପାର୍ଶ୍ୱରେ ରହୁଥିବା ବ୍ୟକ୍ତିମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri