Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳକାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ଅବଶ୍ୟ ଫେରିବା ବାଟରେ ବନ୍ଧୁଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ

ସାମାଜିିକ ସ୍ତରରେ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ। ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।

ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ କୌଣସି ଦୃଢ଼ ପଦକ୍ଷେପ ନେଲେ ଝମେଲା ଅଧିକ ବଢ଼ିଯାଇପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିପାରିବେ।
କର୍କଟ
କର୍କଟ
ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି। ଘର କଥା ନେଇ ସ୍ତ୍ରୀଙ୍କ ସହ ଆଲୋଚନା କରିବେ ଅବଶ୍ୟ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ, ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଯିବ।
ସି˚ହ
ସି˚ହ
ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳିଯିବାରୁ ଏକପ୍ରକାର ମନ ହାଲୁକା ହୋଇଯିବ। କିନ୍ତୁ ପର କଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ,ଯାହାକି ସମସ୍ୟାକୁ ବୃଦ୍ଧି କରିପାରେ। ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ।
କନ୍ୟା
ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସି ହୋଇଯିବ। ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ ତଥାପି ବୁଝିଲା ଭଳି କାମ ହେବ। ବହୁତ ଦିନ ହେଲା ଇଚ୍ଛା କରୁଥିବା ଓ ଆଜି ସୁଦ୍ଧା ପାଇପାରି ନ ଥିବା ଜିନିଷଟି ପାଇ ପାଇ ଖୁସି ହେବେ।
ତୁଳା
ତୁଳା
ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତି ସହ ପ୍ରତିଷ୍ଠା ମିଳିବ।
ବିଛା
ବିଛା
ବିଭିନ୍ନ ପ୍ରକାର ରୁଚିବିରୁଦ୍ଧ କାର୍ଯ୍ୟ ମାନସିକ ଅସ୍ଥିରତା ସୃଷ୍ଟି କରିବ। ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଅଶାନ୍ତିର କାରଣ ହୋଇପାରେ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ କିମ୍ବା ନିଜ ପରିସରରେ ବନ୍ଧୁବର୍ଗ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ।
ଧନୁ
ଧନୁ
ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କିଛି ଗୁପ୍ତକଥା,କଳାଧନ,କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯନତ୍ କରିପାରନ୍ତି।
ମକର
ମକର

ଆପଣ ଖର୍ଚ୍ଚାନ୍ତ ହେବେ ସିନା ଆଜି କୌଣସି କାମ ଅଟକିବ ନାହିଁ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘର ସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଟକିଥିବା କାମଟି ସହଜରେ ହାସଲ କରିବେ।

କୁମ୍ଭ
କୁମ୍ଭ
ଆଜି ଯାହା କରନ୍ତୁ କିମ୍ବା ଯୁଆଡେ ଯାଅନ୍ତୁନା କାହିଁକି ଲାଭବାନ୍‌ ନିଶ୍ଚିତ ହେବେ। ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ,ଏଣୁ ସତର୍କ ରହିବା ଭଲ। ସନ୍ଧ୍ୟାରେ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ପଡ଼ା, ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମୀନମୀନ

ଆପଣ କୌଣସି କ୍ଷେତ୍ରରେ ନିରାଶ ହେବେ ନାହିଁ ଏବଂ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପୂରଣ ହୋଇପାରିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା କାରଣରୁ ମନ ହାଲୁକା ହୋଇଯିବ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ ସହ ଶନିଙ୍କ ସଂଯୋଗ ହେତୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ନିଜ ପରିବେଶରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ। ଆଲୋଚନା ସଭାରେ ଅନ୍ୟମାନଙ୍କ...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ମାନର ଆଲୋଚନା କାରଣରୁ ଖୁସି...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଯୁକ୍ତ କେତୁ କାରଣରୁ ମାନସିକ ସ୍ବାସ୍ଥ୍ୟହାନି ଅଶାନ୍ତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟିହୋଇପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ...

ରାଶିଫଳ: ସୋମବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିରେ ମଙ୍ଗଳ ସ୍ବାସ୍ଥ୍ୟକୁ ନିୟନ୍ତ୍ରଣ ମଧ୍ୟରେ ରଖିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟା କରି ବିଫଳ...

ରାଶିଫଳ: ରବିବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟ ବୃଦ୍ଧି କରିପାରିବେ। କର୍ମକ୍ଷେତ୍ର, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା...

ରାଶିଫଳ: ଶନିବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ କାମକୁ ତ୍ୱରାନ୍ବିତ କରିବାରେ ସହାୟ ହେବ। ଖାଦ୍ୟପେୟର ଅନିୟମିତତା କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବାରେ ସମର୍ଥ ହେବେ। ଭୁଲ୍‌ ବୁଝାମଣା କାରଣରୁ ସବୁ ସୁବିଧା ଥିଲେ ମଧ୍ୟ ପାରିବାରିକ ଶାନ୍ତି ବ୍ୟାହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri