Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳକାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ଅବଶ୍ୟ ଫେରିବା ବାଟରେ ବନ୍ଧୁଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ

ସାମାଜିିକ ସ୍ତରରେ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ। ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।

ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ କୌଣସି ଦୃଢ଼ ପଦକ୍ଷେପ ନେଲେ ଝମେଲା ଅଧିକ ବଢ଼ିଯାଇପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିପାରିବେ।
କର୍କଟ
କର୍କଟ
ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି। ଘର କଥା ନେଇ ସ୍ତ୍ରୀଙ୍କ ସହ ଆଲୋଚନା କରିବେ ଅବଶ୍ୟ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ, ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଯିବ।
ସି˚ହ
ସି˚ହ
ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳିଯିବାରୁ ଏକପ୍ରକାର ମନ ହାଲୁକା ହୋଇଯିବ। କିନ୍ତୁ ପର କଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ,ଯାହାକି ସମସ୍ୟାକୁ ବୃଦ୍ଧି କରିପାରେ। ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ।
କନ୍ୟା
ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସି ହୋଇଯିବ। ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ ତଥାପି ବୁଝିଲା ଭଳି କାମ ହେବ। ବହୁତ ଦିନ ହେଲା ଇଚ୍ଛା କରୁଥିବା ଓ ଆଜି ସୁଦ୍ଧା ପାଇପାରି ନ ଥିବା ଜିନିଷଟି ପାଇ ପାଇ ଖୁସି ହେବେ।
ତୁଳା
ତୁଳା
ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତି ସହ ପ୍ରତିଷ୍ଠା ମିଳିବ।
ବିଛା
ବିଛା
ବିଭିନ୍ନ ପ୍ରକାର ରୁଚିବିରୁଦ୍ଧ କାର୍ଯ୍ୟ ମାନସିକ ଅସ୍ଥିରତା ସୃଷ୍ଟି କରିବ। ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଅଶାନ୍ତିର କାରଣ ହୋଇପାରେ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ କିମ୍ବା ନିଜ ପରିସରରେ ବନ୍ଧୁବର୍ଗ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ।
ଧନୁ
ଧନୁ
ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କିଛି ଗୁପ୍ତକଥା,କଳାଧନ,କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯନତ୍ କରିପାରନ୍ତି।
ମକର
ମକର

ଆପଣ ଖର୍ଚ୍ଚାନ୍ତ ହେବେ ସିନା ଆଜି କୌଣସି କାମ ଅଟକିବ ନାହିଁ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘର ସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଟକିଥିବା କାମଟି ସହଜରେ ହାସଲ କରିବେ।

କୁମ୍ଭ
କୁମ୍ଭ
ଆଜି ଯାହା କରନ୍ତୁ କିମ୍ବା ଯୁଆଡେ ଯାଅନ୍ତୁନା କାହିଁକି ଲାଭବାନ୍‌ ନିଶ୍ଚିତ ହେବେ। ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ,ଏଣୁ ସତର୍କ ରହିବା ଭଲ। ସନ୍ଧ୍ୟାରେ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ପଡ଼ା, ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମୀନମୀନ

ଆପଣ କୌଣସି କ୍ଷେତ୍ରରେ ନିରାଶ ହେବେ ନାହିଁ ଏବଂ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପୂରଣ ହୋଇପାରିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା କାରଣରୁ ମନ ହାଲୁକା ହୋଇଯିବ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?