Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ
ଆଜି ଅଷ୍ଟମ ସ୍ଥାନରେ ବଳହୀନ ଚନ୍ଦ୍ରଙ୍କ ଯୋଗୁ ଆପଣଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବନାହିଁ। ତଥାପି ଶୁକ୍ର ପ୍ରଭାବରୁ ଶୁୁକ୍ର ବିଳାସ ଉପକରଣ ଓ ଅର୍ଥ ଲାଭ ସଙ୍ଗକୁ ଶାରୀରିକ ସୁସ୍ଥତା ଫେରି ପାଇବେ। ଅବୁଝା ବନ୍ଧୁ ମାନଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେଇପାରନ୍ତି।
ବୃଷ
ବୃଷ

ତୃତୀୟାଧିପ ନୀଚସ୍ଥ କାରଣରୁ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇବା କଷ୍ଟକର ହୋଇପାରେ। କେତେକ ସାଧାରଣ କଥାକୁ କେନ୍ଦ୍ରକରି କିମ୍ବା ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ଅବଶ୍ୟ କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ସଙ୍ଗକୁ ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ।

ମିଥୁନ
ମିଥୁନ
କର୍ମାଧିପତିଙ୍କ ପୃଷ୍ଠଦେଶରେ ଧନାଧିପ ହେତୁ ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଯେତେ ଭଲ କାମ କଲେ ମଧ୍ୟ ପରିବାର ଭିତରୁ ସମାଲୋଚିତ ହେବାକୁ ପଡିବ। ଆଜି ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ପାରିବାରିକ ସ୍ଥିତି ପୂର୍ବପରି ରହିବ।
କର୍କଟ
କର୍କଟ
ରାଶିରେ ଶୁକ୍ରଥିବାରୁ ଆଜି ଦିନଟି ଆପଣଙ୍କ ପାଇଁ ପ୍ରତ୍ୟେକ ଦିଗରୁ ଅନୁକୂଳ ରହିବ। ଦୂରରେ ରହୁଥିବା ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। କିନ୍ତୁ ପରୋକ୍ଷରେ ଗୁପ୍ତଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ବୁଧ ସ୍ବଗୃହରେ ବଳବାନ୍‌ ଯୋଗୁ କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ବହୁତ ଦିନରୁ ଖୋଜୁଥିବା ଜିନିଷ ଆଜି ହଠାତ୍‌ ପାଇଯିବେ। ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ଶନିଙ୍କ ପ୍ରଭାବରେ ଦୀର୍ଘ ଦିନର ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ସୃଷ୍ଟି କରିପାରେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡି ଅନୁତାପ କରିବାକୁ ପଡିପାରେ।
ତୁଳା
ତୁଳା
କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା ହଇରାଣ ହେବାକୁ ପଡିପାରେ। ସାୟାହ୍ନେ ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହ ବ ନାହିଁ। ଶନିଙ୍କ ସୁପ୍ରଭାବରେ ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଆଜିର ରବି ଓ ବୁଧଙ୍କ ସଂଯୋଗ କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ୟା କାରଣରୁ ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାରକରଜ କରି ଆବଶ୍ୟକତା ଚଳାଇ ନେବେ। ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ପାପଗ୍ରହ ମଧ୍ୟସ୍ଥ ବୃହସ୍ପତିଜନିତ ପାରିବାରିକ କ୍ଷେତ୍ରରେ ଅସ୍ଥିରତା କର୍ମକ୍ଷେତ୍ରକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ନିଜର ସାଙ୍ଗସାଥୀଙ୍କ ମଧ୍ୟରେ ସାମୟିକ ଅଶାନ୍ତି ଦେଖାଦେଇପାରେ।
ମକର
ମକର

କର୍ମାଧିପ ସପ୍ତମ କେନ୍ଦ୍ରସ୍ଥ ହେତୁ ଆଜି ଯେଉଁ କାମ ଆରମ୍ଭ କରିବାକୁ ଯିବେ ତାହା ଅବଶ୍ୟ ସଫଳ ହେବ। ଘରର କେତେକ ଅତ୍ୟାବଶ୍ୟକ ଜିନିଷଗୁଡିକୁ ଆଣିବାକୁ ବାଧ୍ୟ ହୋଇପାରନ୍ତି। ଗଠନମୂଳକ କାର୍ଯ୍ୟରେ କିମ୍ବା ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡିବ।

କୁମ୍ଭ
କୁମ୍ଭ
ନିଜ ପରିସରର ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ପ୍ରବୃତ୍ତି ଯୋଗୁଁ ହଇରାଣ ହୋଇପାରନ୍ତି।
ମୀନମୀନ

ସାଧାରଣ କଥାକୁ ଅତିରଞ୍ଜିତ କରି ପରିବାର ଭିତରେ ଅଯଥା ବ୍ୟସ୍ତତାଜନିତ ସମାଲୋଚିତ ହେବେ। ପରିସ୍ଥିତି ବଶତଃ ଧାରକରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହୋଇପାରନ୍ତି। ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?