Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ
ପାରସ୍ପରିକ ମତଭେଦ କାରଣରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ବନ୍ଧୁ ଓ ପରିବାର ଦିଗରୁ ମଧ୍ୟ ସମୟଟି ଅନୁକୂଳ ନୁହେଁ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ଗୁଡ଼ିକର ସମାପ୍ତି ଘଟାଇବା ଆଶା କରାଯାଇପାରେ।
ବୃଷ
ବୃଷ
ଦୁରଭିସନ୍ଧି ରଖି ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇପାରନ୍ତି। ଅଫିସରେ କିମ୍ବା କୌଣସି ଆଲୋଚନା କ୍ଷେତ୍ରରେ ମନ ଅସ୍ଥିର ରହିବ। କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଅନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତା କାରଣରୁ ରାଗକୁ ନିୟନ୍ତ୍ରଣରେ ରଖିବା କଷ୍ଟକର ହୋଇପାରେ। ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କ ଦ୍ୱାରା ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଆଇନ, ଅଦାଲତ, ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ।
କର୍କଟ
କର୍କଟ
ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକଙ୍କ ସହ ସାଧାରଣ କଥାରେ ପାଟିତୁଣ୍ଡ ହୋଇପାରେ। ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭିକରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବା ସୂଚନା ରହିଛି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବାର ରାସ୍ତା ଖୋଜି ପାଇପାରିବେ ନାହିଁ। ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରି ପରେ ଅନୁତାପ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ।
କନ୍ୟା
ଆଜି କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରିବା ଭଲ। ଶତ୍ରୁତା କରୁଥିବା ଲୋକଟି ଆପଣଙ୍କ ମନକୁ ବାଧିଲା ଭଳି କଥା କହିପାରେ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଯୋଜନାବିହୀନ କାମରେ ମୁଣ୍ଡ ପୂରାନ୍ତୁ ନାହିଁ। ଆଜିର ଯାତ୍ରା, ସନ୍ତାନଙ୍କ ଗୌରବଜନିତ ଆନନ୍ଦ ଅନୁଭବ କରିବେ।
ତୁଳା
ତୁଳା
ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରିପାରିବେନି। ଅନ୍ୟର କଥାରେ ମୁଣ୍ଡ ପୂରାଇ ନିଜର କାମଗୁଡ଼ିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ। ପଡ଼ୋଶୀଙ୍କ ପ୍ରେରଣାରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା କିମ୍ବା ଆନୁଷ୍ଠାନିକ ଦିଗକୁ ମନ ବଳାଇପାରନ୍ତି।
ବିଛା
ବିଛା
ଯାହା ଦୀର୍ଘଦିନ ହେଲା ହୋଇପାରି ନ ଥିଲା ଆଜି ତାହା ସମାଧାନ ହୋଇଯିବ । ପରିବହନ, ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବାରେ ସଫଳ ହେବେ। ଜମିଜମା କିଣାବିକା କ୍ଷେତ୍ରରେ ନିଜ ପରିବାରର ସଦସ୍ୟମାନଙ୍କଠାରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇଦେବା ଆଶଙ୍କା ରହିଛି।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ପ୍ରଭାବରେ ଆପଣଙ୍କ କର୍ମକ୍ଷେତ୍ର ବିଶୃଙ୍ଖଳିତ ହୋଇପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ପିଲାମାନଙ୍କ ଶିକ୍ଷାର ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
ଆଜି ହଠାତ୍‌ ଜଣେ ବନ୍ଧୁ ଆପଣଙ୍କୁ ଅର୍ଥ ଓ ସମ୍ମାନ ପ୍ରଦାନ କରିବେ। କର୍ମକ୍ଷେତ୍ରରେ ଜଣେ ବ୍ୟକ୍ତିଠାରୁ ହଠାତ୍‌ କୌଣସି ଖବର ପାଇ ବିଚଳିତ ହେବେ। ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜିର କାମ ଓ କଥାରେ ସଂଯମ ନ ରଖିଲେ ବନ୍ଧୁରେ କଳହ, ଧନହାନି ଘଟିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
ପାରିବାରିକ ସ୍ତରରେ ପିଲାଙ୍କ ପାଇଁ ମନ ଅସ୍ଥିର ରହିବ ଓ ମାନସିକ ବ୍ୟଥା ଅନୁଭବ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେପରି କିଛି ହେବନାହିଁ। ସମ୍ପର୍କୀୟଙ୍କ ସାହାଯ୍ୟରୁ କୌଣସି ମୂଲ୍ୟବାନ୍‌ ଜିନିଷ କ୍ରୟ କରିପାରନ୍ତି ା ନୃତ୍ୟ, ସଙ୍ଗୀତ, ବାଦ୍ୟ ଓ ମନୋରଞ୍ଜନ କ୍ଷେତ୍ରରେ ସଫଳତା ହାସଲ କରିବେ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri