Posted inRasifala

ରାଶିଫଳ: ଶନିବାର , ନଭେମ୍ବର ୧୮ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ନିର୍ମାଣାଧୀନ କାମରେ, ଯୋଗାଯୋଗ, ବ୍ୟବସାୟିକ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ପ୍ରତିବନ୍ଧକ ଦୂର ହେବ। ପୁରୁଣା ଦିନର ରାଗ ଶୁଝାଇବାକୁ ଯାଇ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଆବଶ୍ୟକତା ପୂରଣ ସକାଶେ କରଜ କରିପାରନ୍ତି।
ବୃଷ
ବୃଷ
ଆଜି ଦିନଟିରେ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟା ଲାଗି ରହିବ। ଅବଶ୍ୟ ଶିଳ୍ପ, ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ।
ମିଥୁନ
ମିଥୁନ
ସମସ୍ୟା ଲାଗି ରହିଥିଲେ ମଧ୍ୟ କାମଗୁଡ଼ିକୁ ସମ୍ପନ୍ନ କରିବେ। ବିବାଦୀୟ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ ସମସ୍ୟା ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି। ସ୍ବାସ୍ଥ୍ୟଗତ ସମସ୍ୟା ସମାଧାନ ସକାଶେ ଅନ୍ୟର ପରାମର୍ଶକୁ ଗ୍ରହଣ କରିବାକୁ ଶ୍ରେୟସ୍କର ମନେକରିବେ।
କର୍କଟ
କର୍କଟ
ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି କାମ କରିବା ଦ୍ୱାରା ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣତା ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ, ପରିବହନରେ କିମ୍ବା ମାଲିମକଦ୍ଦମାରେ ସଫଳତା ପାଇବେ।
ସି˚ହ
ସି˚ହ
ଆଜି ପୂର୍ବ ନିର୍ଦ୍ଧାରିତ କାମ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ମଧ୍ୟରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଆର୍ଥିକ ଅନଟନକୁ ଦୂରେଇବାରେ ପଡ଼ୋଶୀଙ୍କ ଅବଦାନ ଅବିସ୍ମରଣୀୟ ରହିବ। ହୋଟେଲ ଶିଳ୍ପ, ଲୌହ, ଷ୍ଟେସନାରୀ ବ୍ୟବସାୟରେ ଲାଭବାନ୍‌ ହେବେ।
କନ୍ୟା
ମନରେ ଧୈର୍ଯ୍ୟ ଓ ସାହସ ଭରପୂର ରହିଥିବା କାରଣରୁ ଆଜି କୌଣସି ସମସ୍ୟା ଆପଣଙ୍କୁ ବିଚଳିତ କରିପାରିବ ନାହିଁ। କଳା, ସାହିତ୍ୟ, ସାମ୍ବାଦିକତା ଓ ସଭା ସମିତିରେ ସମସ୍ୟା ସମାଧାନ ସକାଶେ ସମର୍ଥ ହେବେ। କିଛି ଶୁଭ ଖବର ପାଇ ମନରେ ଲୁଚିଥିବା ଦୁଃଖ ଓ ନୈରାଶ୍ୟକୁ ପାସୋରି ଦେଇପାରନ୍ତି।
ତୁଳା
ତୁଳା
ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ନିଶ୍ଚିତ ସଫଳତା ଅର୍ଜନ କରିବେ। ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ଝଟକା ଲାଗିପାରେ। କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ପରିବାରରେ ମତପାର୍ଥକ୍ୟଜନିତ ଅଶାନ୍ତି ଦେଖା ଦେଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଯାତ୍ରା କାଳରେ କୌଣସି ଦରକାରୀ ଜିନିଷ ଘରେ ଛାଡ଼ି ଦେଇପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ।
ଧନୁ
ଧନୁ
ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ହେତୁ ମନୋବଳ ହ୍ରାସ ପାଇବ। ଶିଳ୍ପ, ବାଣିଜ୍ୟ ତଥା ପରିବହନ କ୍ଷେତ୍ରର ସ୍ଥଗିତ କାମକୁ ପୂରା କରିବେ। ରଚନାତ୍ମକ କାର୍ଯ୍ୟ, ଆଲୋଚନା, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର
ବନ୍ଧୁଙ୍କ ପରାମର୍ଶ କ୍ରମେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିପାରନ୍ତି। ବିବାଦୀୟ ଘଟଣା ଅମୀମାଂସିତ ରହିବା କାରଣରୁ ମାନସିକ ଯନ୍ତ୍ରଣା ପାଇବେ। ସହକର୍ମୀଙ୍କ ଆଗମନକୁ ଅପେକ୍ଷା କରିବା ହେତୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ, ଯଦ୍ଦ୍ବାରାକି ବନ୍ଧୁବର୍ଗଙ୍କ ଦ୍ୱାରା ପ୍ରଶଂସିତ ହେବେ। ପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିବେ। ପାରଷ୍ପରିକ ସହାନୁଭୂତି ମାଧ୍ୟମରେ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ। ଚେଷ୍ଟା କରୁଥିବା କାମରେ, କଚେରି ମାମଲାରେ, ଜମିଜମା ବିବାଦରେ, ଉପକୃତ ହେବେ।
ମୀନମୀନ

ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମ ସମ୍ପନ୍ନରେ ଅସୁବିଧା ହେବ ନାହିଁ। ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି,ଫଳରେ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନାକୁ ଏଡି ହେବ ନାହିଁ। ଦୋକାନବାଡି, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି, ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri