Posted inRasifala

ରାଶିଫଳ: ଶନିବାର , ନଭେମ୍ବର ୧୮ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ନିର୍ମାଣାଧୀନ କାମରେ, ଯୋଗାଯୋଗ, ବ୍ୟବସାୟିକ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ପ୍ରତିବନ୍ଧକ ଦୂର ହେବ। ପୁରୁଣା ଦିନର ରାଗ ଶୁଝାଇବାକୁ ଯାଇ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଆବଶ୍ୟକତା ପୂରଣ ସକାଶେ କରଜ କରିପାରନ୍ତି।
ବୃଷ
ବୃଷ
ଆଜି ଦିନଟିରେ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟା ଲାଗି ରହିବ। ଅବଶ୍ୟ ଶିଳ୍ପ, ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ।
ମିଥୁନ
ମିଥୁନ
ସମସ୍ୟା ଲାଗି ରହିଥିଲେ ମଧ୍ୟ କାମଗୁଡ଼ିକୁ ସମ୍ପନ୍ନ କରିବେ। ବିବାଦୀୟ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ ସମସ୍ୟା ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି। ସ୍ବାସ୍ଥ୍ୟଗତ ସମସ୍ୟା ସମାଧାନ ସକାଶେ ଅନ୍ୟର ପରାମର୍ଶକୁ ଗ୍ରହଣ କରିବାକୁ ଶ୍ରେୟସ୍କର ମନେକରିବେ।
କର୍କଟ
କର୍କଟ
ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି କାମ କରିବା ଦ୍ୱାରା ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣତା ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ, ପରିବହନରେ କିମ୍ବା ମାଲିମକଦ୍ଦମାରେ ସଫଳତା ପାଇବେ।
ସି˚ହ
ସି˚ହ
ଆଜି ପୂର୍ବ ନିର୍ଦ୍ଧାରିତ କାମ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ମଧ୍ୟରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଆର୍ଥିକ ଅନଟନକୁ ଦୂରେଇବାରେ ପଡ଼ୋଶୀଙ୍କ ଅବଦାନ ଅବିସ୍ମରଣୀୟ ରହିବ। ହୋଟେଲ ଶିଳ୍ପ, ଲୌହ, ଷ୍ଟେସନାରୀ ବ୍ୟବସାୟରେ ଲାଭବାନ୍‌ ହେବେ।
କନ୍ୟା
ମନରେ ଧୈର୍ଯ୍ୟ ଓ ସାହସ ଭରପୂର ରହିଥିବା କାରଣରୁ ଆଜି କୌଣସି ସମସ୍ୟା ଆପଣଙ୍କୁ ବିଚଳିତ କରିପାରିବ ନାହିଁ। କଳା, ସାହିତ୍ୟ, ସାମ୍ବାଦିକତା ଓ ସଭା ସମିତିରେ ସମସ୍ୟା ସମାଧାନ ସକାଶେ ସମର୍ଥ ହେବେ। କିଛି ଶୁଭ ଖବର ପାଇ ମନରେ ଲୁଚିଥିବା ଦୁଃଖ ଓ ନୈରାଶ୍ୟକୁ ପାସୋରି ଦେଇପାରନ୍ତି।
ତୁଳା
ତୁଳା
ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ନିଶ୍ଚିତ ସଫଳତା ଅର୍ଜନ କରିବେ। ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ଝଟକା ଲାଗିପାରେ। କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ପରିବାରରେ ମତପାର୍ଥକ୍ୟଜନିତ ଅଶାନ୍ତି ଦେଖା ଦେଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଯାତ୍ରା କାଳରେ କୌଣସି ଦରକାରୀ ଜିନିଷ ଘରେ ଛାଡ଼ି ଦେଇପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ।
ଧନୁ
ଧନୁ
ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ହେତୁ ମନୋବଳ ହ୍ରାସ ପାଇବ। ଶିଳ୍ପ, ବାଣିଜ୍ୟ ତଥା ପରିବହନ କ୍ଷେତ୍ରର ସ୍ଥଗିତ କାମକୁ ପୂରା କରିବେ। ରଚନାତ୍ମକ କାର୍ଯ୍ୟ, ଆଲୋଚନା, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର
ବନ୍ଧୁଙ୍କ ପରାମର୍ଶ କ୍ରମେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିପାରନ୍ତି। ବିବାଦୀୟ ଘଟଣା ଅମୀମାଂସିତ ରହିବା କାରଣରୁ ମାନସିକ ଯନ୍ତ୍ରଣା ପାଇବେ। ସହକର୍ମୀଙ୍କ ଆଗମନକୁ ଅପେକ୍ଷା କରିବା ହେତୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ, ଯଦ୍ଦ୍ବାରାକି ବନ୍ଧୁବର୍ଗଙ୍କ ଦ୍ୱାରା ପ୍ରଶଂସିତ ହେବେ। ପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିବେ। ପାରଷ୍ପରିକ ସହାନୁଭୂତି ମାଧ୍ୟମରେ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ। ଚେଷ୍ଟା କରୁଥିବା କାମରେ, କଚେରି ମାମଲାରେ, ଜମିଜମା ବିବାଦରେ, ଉପକୃତ ହେବେ।
ମୀନମୀନ

ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମ ସମ୍ପନ୍ନରେ ଅସୁବିଧା ହେବ ନାହିଁ। ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି,ଫଳରେ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନାକୁ ଏଡି ହେବ ନାହିଁ। ଦୋକାନବାଡି, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି, ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri