Posted inRasifala

ରାଶିଫଳ: ଶନିବାର , ନଭେମ୍ବର ୨୫ ତାରିଖ – Daily Horoscope

ମେଷ
ଆଜିର ମନ ଚାହୁଁଥିବା ଜିନିଷ ଲାଭ କରିବା ଆଶା ଅପୂରଣ ରହିବ ନାହିଁ। ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନ କ୍ଷେତ୍ରରେ ସମୟ କଟାଇବେ। ଅଫିସ୍‌ରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ଦେଖାଦେଇପାରେ। ଆଲୋଚନା, ସତ୍‌ସଙ୍ଗ, ଆନୁଷ୍ଠାନିକ କାମ ତଥା ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ବୃଷ
ବୃଷ
ଶାରୀରିକ ଦୁର୍ବଳତା ଯୋଗୁ କୌଣସି କାମ କରିବାକୁ ଆଗ୍ରହ ଲାଗିବନାହିଁ। ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାର ଆଶା ରହିଛି। ଆଜିର କର୍ମକ୍ଷେତ୍ରରେ ସମ୍ମାନ୍‌ନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ।
ମିଥୁନ
ମିଥୁନ
ଆଜି ବନ୍ଧୁଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ସାମାଜିକ ସ୍ତରରେ ଅର୍ଥଲାଭ ଓ ସମ୍ମାନ୍‌ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭକରି ଖୁସୀ ରହିବେ। ଫେରନ୍ତା ବାଟରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମକରି ଅନୁତପ୍ତ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
କର୍କଟ
କର୍କଟ
ବନ୍ଧୁ ଗହଣରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହେବେ। ପରକଥାରେ ପ୍ରଭାବିତ ହୋଇ ଭୁଲ୍‌ ମାର୍ଗ ଅନୁସରଣ କରିପାରନ୍ତି। ସହକର୍ମୀଙ୍କ ପରାମର୍ଶରେ ଜମିଜମା କାରବାର ବୃଦ୍ଧି ପାଇଁ ଚେଷ୍ଟିତ ହେବେ। ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି।
ସି˚ହ
ସି˚ହ
କର୍ମଜଞ୍ଜାଳ ବୃଦ୍ଧିଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ। ବ୍ୟବସାୟରେ ସନ୍ତୋଷଜନକ ଫଳ ଦେଖାଦେଇପାରେ।
କନ୍ୟା
ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ଅବଶ୍ୟମ୍ଭାବୀ। ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
ତୁଳା
ତୁଳା
ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ ଓ ସଫଳତା ମଧ୍ୟ ପାଇବେ। ବନ୍ଧୁମାନଙ୍କ ସହ ହସଖୁସି ଓ ବିଳାସ ବ୍ୟସନରେ ସମୟ ଅତିବାହିତ ହେବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ। ପୁରାଣ ପଠନ, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ବିଛା
ବିଛା
ଆଳସ୍ୟ ଓ ଅବହେଳା କାରଣରୁ ଗୁରୁତ୍ୱପୂର୍ଣ୍ଣ କାମ ଗୁଡ଼ିକ ଅଟକି ରହିଯିବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ ଶାରୀରିକ କ୍ଳାନ୍ତି ଅନୁଭବ କରିବେ। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ। ଗବେଷଣା, ରଚନାମତ୍କ କାମ, ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ହାତରୁ ପଇସା ଖର୍ଚ୍ଚକରି ବନ୍ଧୁଙ୍କୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟାକରି କେତେକାଂଶରେ ଉପକୃତ ହେବେ।
ମକର
ମକର
କର୍ମକ୍ଷେତ୍ରରେ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବ। ସାୟାହ୍ନେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଆଜି ଫେରନ୍ତା ବାଟରେ ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟହେବାର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତା ଭଲ କାମ ଦେବ ଓ ମାମଲା ଫଇସଲା ହୋଇଯିବ।
କୁମ୍ଭ
କୁମ୍ଭ
ଆଜି ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବ। ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି, ମାତ୍ର ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲିପାରିବେ ନାହିଁ। ଘର ସାଜସଜ୍ଜା, ନିର୍ମାଣ, ଆନୁଷ୍ଠାନିକ କାମ, ନୃତ୍ୟ ଓ ସଙ୍ଗୀତରେ ମଜ୍ଜି ରହିପାରନ୍ତି। ଆର୍ଥତ୍କ ଦିଗଟି ଭଲ ରହିବାରୁ ଜନହିତକର କାମ ପାଇଁ ଚିନ୍ତା କରିବେ।
ମୀନମୀନ

ଆଜି ହଠାତ୍‌ ପ୍ରତ୍ୟୁଷରେ ଯାତ୍ରାକରି ଆଶା କରୁଥିବା ଜିନିଷ ଲାଭ କରିପାରନ୍ତି। ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟିହେବାର ସମ୍ଭାବନା ରହିଛି। ପରୋକ୍ଷ ଶତ୍ରୁତା କାରଣରୁ ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହେବେ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri