Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ
ଆପଣଙ୍କ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
ବୃଷ
ବୃଷ
କଥାକୁ ଠିକ୍‌ ଭାବରେ ନବୁଝି କିମ୍ବା କଥା କଥାକେ ମଉଜିଆ କଥା କହିବାକୁ ନେଇ କଳହ ଲାଗିପାରେ। ଅଟକି ରହିଥିବା କାମର ଚିନ୍ତା ଆଜି ମନକୁ ଆନ୍ଦୋଳିତ କରିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି କିମ୍ବା ସମସ୍ୟାର ଆଶଙ୍କା ରହିଛି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଖୁସି ରହିପାରନ୍ତି।
ମିଥୁନ
ମିଥୁନ
ନିଜ ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହୋଇପାରିବେ। ବିଭିନ୍ନ ଯୋଜନା, ସାଂଗଠନିକ କାର୍ଯ୍ୟ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ଆଜି ବନ୍ଧୁଙ୍କ ସହ ବିବାଦ ଓ କିଛି ନୂତନ କାମରେ ପ୍ରତିବନ୍ଧକ ହେତୁ ଚିନ୍ତିତ ରହିବେ। ଅପେକ୍ଷା କରିଥିବା ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ଆଜି ଧାର୍ମିକ କାର୍ଯ୍ୟ, ସତ୍‌ସଙ୍ଗ, ଦେବାର୍ଚ୍ଚନା କରିବାକୁ ମନ ବଳାଇବେ। ପରିବାରରେ ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ। ମାତ୍ର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। କର୍ମକ୍ଷେତ୍ରରେ ଲକ୍ଷ୍ୟ ପୂରଣ ନ ହେବାରୁ ଦୁଃଖିତ ହେବେ। ଅର୍ଥ ଦେବା ନେବାକୁ କେନ୍ଦ୍ରକରି ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପ୍ରଶାସନ, ଆଇନ ଓ ଅଦାଲତ ତଥା ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ନୂତନ ବନ୍ଧୁ ସମ୍ପର୍କ ଓ ସୁଚିନ୍ତିତ କାର୍ଯ୍ୟଧାରା କାମକୁ ଅଗ୍ରଗାମୀ କରାଇବ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। କୌଣସି ନିର୍ଦ୍ଦିଷ୍ଟ କାରଣ ନ ଥାଇ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତ ହେବେ।
ବିଛା
ବିଛା
ଯାହା ଖୋଜୁଛନ୍ତି ଅବଶ୍ୟ ପାଇବେ, ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ଅପରାହ୍ନରେ ଟେନସନ୍‌ ବଢ଼ିପାରେ।
ଧନୁ
ଧନୁ
ଆପଣଙ୍କ କୌଶଳପୂର୍ଣ୍ଣ କଥାବାର୍ତ୍ତା କାମକୁ ସହଜ କରିବାରେ ସାହାଯ୍ୟ କରିବ। ଅତି ଦରକାରୀ ଜିନିଷ ଗୁଡ଼ିକ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇପାରନ୍ତି। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି।
ମକର
ମକର
ଆଲୋଚନା ପରିସରରେ ନୀରବତା ଅବଲମ୍ବନ କରି ବନ୍ଧୁ କହିଥିବା କଥାରେ ସତ୍ୟତାକୁ ଉପଲବ୍‌ଧି କରିବେ। ପରିବାରରେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ, ଏହି କାରଣରୁ ପାଖ ମାଡିବେ ନାହିଁ। ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବାରେ ସାହାଯ୍ୟ କରିବ।
କୁମ୍ଭ
କୁମ୍ଭ
ଆଜିର ଯାତ୍ରା, ଶୁଭ କାର୍ଯ୍ୟାରମ୍ଭ, ସତ୍‌ଚିନ୍ତା ଓ ଶୁଦ୍ଧଭାବନା ମନରେ ଭାବାନ୍ତର ସୃଷ୍ଟି କରିବ। ସାମାନ୍ୟ କେତେକ ସଧାରଣ ଅସୁବିଧାକୁ ବାଦ୍‌ ଦେଲେ ଦିନଟିରେ ବହୁତ ଭଲ କାମ କରିବେ। ଆଶା ପୂରଣ ହେବ, ଅର୍ଥ ପାଇବେ ଏବଂ ନୂତନ ଜିନିଷ କ୍ରୟ କରିବା ସକାଶେ ପାଇଁ ମନ ବଳିବ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ।
ମୀନମୀନ

ଆଜି ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡ଼ିଯାଇଥିବ। ସଭାସମିତିରେ ମିଠା କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଫେରନ୍ତା ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ସକାଳୁ ଜଣେ ବନ୍ଧୁ ଆସିବେ ଓ ବହୁତ କିଛି କହିବେ ମାତ୍ର ଫେରିବା ସମୟକୁ ମନଦୁଃଖ କରି ବିଦାୟ ନେଇପାରନ୍ତି। ବିଶେଷ ଭ୍ରମଣ କାରଣରୁ...

ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟକୁ ବୃଦ୍ଧି କରିପାରିବେ। ଗୃହ ସମସ୍ୟା ସମାଧାନ ସାଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ...

ରାଶିଫଳ: ଗୁରୁବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଆଜି ଲାଭଭାବସ୍ଥ ଚନ୍ଦ୍ର ହେତୁ ଆବଶ୍ୟକତା ପୂରଣ ହେବାରେ କୌଣସି ଅସୁବିଧା ରହିବନାହିଁ। ଦୁର୍ବଳତାରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ବନ୍ଧୁଙ୍କ ସାହାଯ୍ୟରୁ...

ରାଶିଫଳ: ବୁଧବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। ସବୁ ସୁବିଧା ଥିଲେ ମଧ୍ୟ ଖଳ ଲୋକଙ୍କ ପରୋକ୍ଷ ଶତ୍ରୁତା କାରଣରୁ ପାରିବାରିକ...

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ଆଗାମୀ କାଲିର ଆନୁଷ୍ଠନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହେବ। ସହକର୍ମୀଙ୍କ ସାହାଯ୍ୟରେ ଅଟକିଥିବା କାମକୁ ସମ୍ପନ୍ନ...

ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରଙ୍କ ସମ୍ମୁଖ ଭାଗରେ ରବି ଓ ଶୁକ୍ର ଅବସ୍ଥାନ କରିଥିବାରୁ ମନ ଯାହା ଚାହୁଁଥିବ ତାହା ପାଇବାରେ ଅସମର୍ଥ ହେବେ। ଶନିଙ୍କ ଦୃଷ୍ଟି...

ରାଶିଫଳ: ରବିବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରସ୍ଥ ଶୁକ୍ର ହେତୁ ବନ୍ଧୁମାନଙ୍କ ସାହାଯ୍ୟରେ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବେ। କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ସୁଖ, ସ୍ବାଚ୍ଛନ୍ଦ୍ୟରେ ଅତିବାହିତ ହେବ।...

ରାଶିଫଳ: ଶନିବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଖୁସି ହେବେ। ଶତ୍ରୁତା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri