Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ
ଆଜିର କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଆକସ୍ମିକ ଭାବରେ ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ସରକାରୀ ସ୍ତରରୁ ଅପେକ୍ଷା କରିଥିବା ଖବରଟି ମଧ୍ୟାହ୍ନପରେ ପାଇବେ। ସାମାଜିକ ସ୍ତରରେ ଆଦର ଅଭ୍ୟର୍ଥନା ମିଳିବ ଏବଂ ସବୁରି ସଦିଚ୍ଛା ମିଳିବ।
ବୃଷ
ବୃଷ
ପାରସ୍ପରିକ ଦୋଷଦର୍ଶିତା ହେତୁ ପାରିବାରିକ ପରିସ୍ଥିତି ଗୋଳମାଳିଆ ରହିବ। ବେପରୁଆ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡ଼ିପାରେ। ଅଭାବ ପୂରଣ ଦିଗରେ ଚେଷ୍ଟିତ ହେବେ, ଅବଶ୍ୟ କିଛି ରିହାତି ମିଳିବ।
ମିଥୁନ
ମିଥୁନ
ବନ୍ଧୁଙ୍କ ଶ୍ଳେଷାମତ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। ହାତକୁ ନେଇଥିବା କାମଟି ବିଳମ୍ବରେ ହେବାରୁ ମନରେ ଶାନ୍ତି କିମ୍ବା ସନ୍ତୋଷ ଆସିବ ନାହିଁ। ବ୍ୟବସାୟରେ ଶାଖା ପ୍ରଶାଖା ଖୋଲିବାର ପ୍ରଯନତ୍ କରିବେ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
କର୍କଟ
କର୍କଟ
ପାରିବାରିିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଏବଂ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ନୂତନ କର୍ମାରମ୍ଭ ପ୍ରୀତିପଦ ହେବ, ମାତ୍ର ସମସ୍ୟା ଛାଡିବ ନାହିଁ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି। ପାରିବାରିକ କ୍ଷେତ୍ରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଧାର ସୂତ୍ରରେ ଅର୍ଥ ସଂଗ୍ରହ କରିବେ ଏବଂ ଆବଶ୍ୟକ ମନେକରୁଥିବା ଜିନିଷ ସମୂହକୁ କିଣିପାରିବେ।
କନ୍ୟା
ଆର୍ଥିକ ସମସ୍ୟାକୁ ସୁଧାରି ନେବେ ଏବଂ କର୍ମକ୍ଷେତ୍ର ସ୍ବାଭାବିକ ରହିବ। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଚିନ୍ତା କରିଥିବା କାମଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ତୁଳା
ତୁଳା
ଦ୍ୱନ୍ଦ୍ୱରେ ପଡ଼ି ସହକର୍ମୀମାନଙ୍କ ଦ୍ୱନ୍ଦ୍ୱଯୁକ୍ତ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ବ୍ୟସ୍ତତା ବୃଦ୍ଧି ପାଇବ। ବିଶେଷ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ମଧ୍ୟ ଠିକ୍‌ ରହିବ ନାହିଁ। ଚିତ୍ରା ନକ୍ଷତ୍ର ସୁଯୋଗ ହରାଇ ମୁଣ୍ଡରେ ହାତ ଦେଇ ବସିବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ନିନ୍ଦିତ ହେବେ। ଅଭାବ ସୁଧାରିବା ପରିପ୍ରେକ୍ଷୀରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ପାରିବାରିକ ସମସ୍ୟାର ସମାଧାନ କରିବା ସକାଶେ ବନ୍ଧୁମାନଙ୍କ ସହଯୋଗ ଆଶା କରିବେ।
ଧନୁ
ଧନୁ
ସମସ୍ତ ପ୍ରକାର ଅଭିଳାଷକୁ ପୂରଣ କରିବା ଦିଗରେ ଅନୁକୂଳ ପରିବେଶ ସୃଷ୍ଟି ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଦୀର୍ଘଦିନର ଅପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରି ଶାନ୍ତିରେ ନିଃଶ୍ୱାସ ମାରିବେ। ଖଳଲୋକମାନଙ୍କ ହାବୁଡ଼ରୁ ଅପମାନଜନକ ସ୍ଥିତିରୁ ଖସି ଯାଇପାରନ୍ତି।
ମକର
ମକର
ଆଜିହିଁ ସମ୍ପୂର୍ଣ୍ଣ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ଜମିଜମା ବିବାଦ କ୍ରମଶଃ ଜଟିଳ ଆକାର ଧାରଣ କରିବାର ଆଶା କରାଯାଇପାରେ। ପାରିବାରିକ କ୍ଷେତ୍ର କେତେକାଂଶରେ ଉନ୍ନତ ରହିବ। ପ୍ରତ୍ୟେକ କ୍ଷେତ୍ରରେ ନିଜର ସୀମା ଭିତରେ ଜଗି ରଖି ଚଳିବା ଭଲହେବ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସୁଯୋଗ ଛାଏଁ ଆସିବ। ସଭାସମିତି ଓ ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ହାସଲ କରିବେ। ବ୍ୟବସାୟିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବାର ଆଶଙ୍କା ରହିଛି। ପାରିବାରିକ ସ୍ତରରେ ଅଯଥା ମୂଲ୍ୟହୀନ କଥାକୁ ଗୁରୁତ୍ୱ ଦେଇ ଶୋକାକୁଳ ରହିବେ।
ମୀନମୀନ

ହାତକୁ ନେଇଥିବା କାମଗୁଡ଼ିକ ଅବଶ୍ୟ ସମ୍ପନ୍ନ କରିବେ, କିନ୍ତୁ ଏଥିସକାଶେ କଠିନ ପରିଶ୍ରମ କରିବାକୁ ପଡ଼ିବ। ସାହିତ୍ୟ, ଗବେଷଣା, ଆଲୋଚନା, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ। ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ଆଶଙ୍କା ଉପୁଜିପାରେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri